Posted inଜାତୀୟ

ଛଟ ପୂଜା: ଅସ୍ତଗାମୀ ସୂର୍ଯ୍ୟଙ୍କୁ ଜଳ ଅର୍ପଣ କଲେ ନୀତୀଶ, ମୋଦି ଜଣାଇଲେ ଶୁଭେଚ୍ଛା

ପାଟନା,୨୦ ।୧୧: ଲୋକଙ୍କ ଆସ୍ଥାର ମହାପର୍ବ ଛଟ ପୂଜା ଶୁକ୍ରବାର ଦେଶର ବିଭିନ୍ନ ସ୍ଥାନରେ ଆୟୋଜିତ ହୋଇଛି । କରୋନା ସଙ୍କଟ ମଧ୍ୟରେ ବି ଲୋକେ ସମ୍ପୂର୍ଣ୍ଣ ଭକ୍ତିଭାବ ସହ ଏହି ପର୍ବକୁ ପାଳନ କରିଛନ୍ତି । ବିଶେଷ ଭାବେ ବିହାରରେ ଏହା ଘରେ ଘରେ ପାଳନ କରାଯାଉଥିବା ବେଳେ ଦେଶର ଅନ୍ୟ ରାଜ୍ୟରେ ମଧ୍ୟ ଏହା ପାଳନ କରାଯାଇଥାଏ । ବିହାରରେ ଏଥର ଛଟ ପୂଜାର ଏକ ଭିନ୍ନ ଦୃଶ୍ୟ ଦେଖିବାକୁ ମିଳିଛି । କରୋନା ମହାମାରୀ ଯୋଗୁ କେତେକ ଲୋକେ ଏହାକୁ ଘରେ ପାଳନ କରିଥିବା ବେଳେ ଆଉ କେତେକ ବ୍ରତଧାରୀ ଜଳାଶୟ ନିକଟରେ ପହଞ୍ଚି ଅସ୍ତଗାମୀ ସୂର୍ଯ୍ୟଙ୍କୁ ଅର୍ଘ୍ୟ ପ୍ରଦାନ କରିଛନ୍ତି । ଏହାକୁ ଦେଖି ପାଟନାର ଗଙ୍ଗା ଘାଟରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ନିଜ ଘରେ ଏହି ଛଟ ପୂଜା କରିଛନ୍ତି । ମୁଖ୍ୟମନ୍ତ୍ରୀ ଅସ୍ତଗାମୀ ସୂର୍ଯ୍ୟଙ୍କୁ ଅର୍ଘ୍ୟ ଅର୍ପଣ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏହାସହ ସମସ୍ତଙ୍କ ଜୀବନରେ ସୁଖ ସମୃଦ୍ଧି ବୃଦ୍ଧିର କାମନା କରିଛନ୍ତି ମୋଦି ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri