Posted inଜାତୀୟ

ଛଟ ପୂଜା: ଅସ୍ତଗାମୀ ସୂର୍ଯ୍ୟଙ୍କୁ ଜଳ ଅର୍ପଣ କଲେ ନୀତୀଶ, ମୋଦି ଜଣାଇଲେ ଶୁଭେଚ୍ଛା

ପାଟନା,୨୦ ।୧୧: ଲୋକଙ୍କ ଆସ୍ଥାର ମହାପର୍ବ ଛଟ ପୂଜା ଶୁକ୍ରବାର ଦେଶର ବିଭିନ୍ନ ସ୍ଥାନରେ ଆୟୋଜିତ ହୋଇଛି । କରୋନା ସଙ୍କଟ ମଧ୍ୟରେ ବି ଲୋକେ ସମ୍ପୂର୍ଣ୍ଣ ଭକ୍ତିଭାବ ସହ ଏହି ପର୍ବକୁ ପାଳନ କରିଛନ୍ତି । ବିଶେଷ ଭାବେ ବିହାରରେ ଏହା ଘରେ ଘରେ ପାଳନ କରାଯାଉଥିବା ବେଳେ ଦେଶର ଅନ୍ୟ ରାଜ୍ୟରେ ମଧ୍ୟ ଏହା ପାଳନ କରାଯାଇଥାଏ । ବିହାରରେ ଏଥର ଛଟ ପୂଜାର ଏକ ଭିନ୍ନ ଦୃଶ୍ୟ ଦେଖିବାକୁ ମିଳିଛି । କରୋନା ମହାମାରୀ ଯୋଗୁ କେତେକ ଲୋକେ ଏହାକୁ ଘରେ ପାଳନ କରିଥିବା ବେଳେ ଆଉ କେତେକ ବ୍ରତଧାରୀ ଜଳାଶୟ ନିକଟରେ ପହଞ୍ଚି ଅସ୍ତଗାମୀ ସୂର୍ଯ୍ୟଙ୍କୁ ଅର୍ଘ୍ୟ ପ୍ରଦାନ କରିଛନ୍ତି । ଏହାକୁ ଦେଖି ପାଟନାର ଗଙ୍ଗା ଘାଟରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ନିଜ ଘରେ ଏହି ଛଟ ପୂଜା କରିଛନ୍ତି । ମୁଖ୍ୟମନ୍ତ୍ରୀ ଅସ୍ତଗାମୀ ସୂର୍ଯ୍ୟଙ୍କୁ ଅର୍ଘ୍ୟ ଅର୍ପଣ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏହାସହ ସମସ୍ତଙ୍କ ଜୀବନରେ ସୁଖ ସମୃଦ୍ଧି ବୃଦ୍ଧିର କାମନା କରିଛନ୍ତି ମୋଦି ।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ପୋଷ୍ଟ ଡିଲିଟ କରିବି ନାହିଁ’… ଦୃଢ଼ ଭାବରେ ଠିଆ ହେଲେ ଭାଜପା ଏମପିଙ୍କ ଝିଅ; ହଇଚଇ ସୃଷ୍ଟି କରିଥିଲା ଏହି ପୋଷ୍ଟ, ଏବେ ଇନଷ୍ଟାଗ୍ରାମ ଆକାଉଣ୍ଟ ନିଷ୍କ୍ରିୟ!

ନୂଆଦିଲ୍ଲୀ,୨୭।୭: NEET ପେପର୍‌ ଲିକ ପ୍ରସଙ୍ଗରେ ଛାତ୍ରମାନଙ୍କ ଦୀର୍ଘ ସମୟ ଧରି ଆନ୍ଦୋଳନ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶେଷରେ ଚାପରେ ଆସି ଇସ୍ତଫା…

‘ମୋତେ ଫୋନ କରନାହିଁ…’ – ତାଙ୍କ ପରିବାରକୁ ଏମିତି କାହିଁକି କହିଥିଲେ ଅଭିଜିତ ଦୀପକେ? ବଡ଼ କାରଣ କହିଲେ ବାପା

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ରଙ୍କ ବିଶାଳ ପ୍ରତିବାଦ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଇଥିଲେ। ପ୍ରହ୍ଲାଦ ଜୋଷୀ ବର୍ତ୍ତମାନ ଏହି…

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri