Posted inଜାତୀୟ

ପ୍ରିନ୍ସିପାଲଙ୍କ ସମେତ ୧୨ ପ୍ରଫେସରଙ୍କୁ ମହଙ୍ଗା ପଡ଼ିଲା କଲେଜ ଫଙ୍କ୍‌ଶନରେ ନାଚିବା

ପାଟନା, ୧୫।୨ : ବିହାରର ଛାପ୍ରାସ୍ଥିତ ରାଜେନ୍ଦ୍ର କଲେଜରେ ଏକ ଗ୍ରୁପ୍‌ ଡ୍ୟାନ୍ସ କାରଣରୁ ଅଧ୍ୟକ୍ଷଙ୍କ ସମେତ ୧୨ ପ୍ରଫେସରଙ୍କୁ ନିଲମ୍ବିତ କରାଯାଇଛି। ଦେଶର ପ୍ରଥମ ରାଷ୍ଟ୍ରପତି ଡ. ରାଜେନ୍ଦ୍ର ପ୍ରସାଦଙ୍କ ଜୟନ୍ତୀ ଅବସରରେ ଆୟୋଜିତ କଲେଜ ଫଙ୍କ୍‌ଶନରେ ହିଟ୍‌ ଗିତ ‘ତେରି ଆଙ୍ଖୋ କା ୟୋ କାଜଲ’ରେ ନାଚିଥିଲେ କଲେଜର ଅଧ୍ୟକ୍ଷ ଓ ବହୁ ଅଧ୍ୟାପକ। ଏହି ଗ୍ରୁପ ଡ୍ୟାନ୍ସର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଯାଇଥିଲା। ଘଟଣା କ୍ରମେ ଜୟ ପ୍ରକାଶ ବିଶ୍ୱବିଦ୍ୟାଳୟ (ଜେପିୟୁ) ରେଜିଷ୍ଟାର କଲେଜର ପ୍ରନ୍ସିପାଲ ପ୍ରମେନ୍ଦ୍ର ରଞ୍ଜନ ସିଂ ଓ ୧୨ ଆସିଷ୍ଟାଣ୍ଟ ପ୍ରଫେସରଙ୍କୁ ନିଲମ୍ବିତ କରିଛନ୍ତି।

ତେବେ କଲେଜର ନାମ ସ୍ପଷ୍ଟ କରାଯାଇ ନାହିଁ। କିନ୍ତୁ ଦେଶର ପ୍ରଥମ ରାଷ୍ଟ୍ରପତିଙ୍କ ନାମରେ ନାମିତ ଥିବା ଜଣାପଡ଼ିଛି। ଡ. ପ୍ରସାଦଙ୍କ ଜନ୍ମତିଥି ତଥା ଡିସେମ୍ବର ୩ ତାରିଖରେ ଘଟିଥିଲା ଏହି ଘଟଣା। କଲେଜର ନାମ ପୂର୍ବତନ ରାଷ୍ଟ୍ରପତିଙ୍କ ନାମରେ ଥିବାରୁ ପ୍ରତ୍ୟେକ ବର୍ଷ ଧୂମଧାମରେ ଏହି ଉତ୍ସବ ପାଳନ କରାଯାଏ। ବିହାର ଗର୍ଭନର-କମ୍‌-ଚାନ୍ସସେଲର ଫଗୁ ଚୌହ୍ବାନ ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟ ମଞ୍ଚରେ ସମସ୍ତ ଅଧ୍ୟାପକ ଉପସ୍ଥିତ ଥିବାବେଳେ ନାଚିବାକୁ ନିର୍ଦ୍ଦେଶ ଦେଇଥିଲେ ପ୍ରିନ୍ସିପାଲ। ମଞ୍ଚରେ ଦେଶରତ୍ନ ଡ. ରାଜେନ୍ଦ୍ର ପ୍ରସାଦଙ୍କ ପୋଷ୍ଟର ସାମ୍ନାରେ ନାଚିବା ଆରମ୍ଭ କରିଦେଇଥିଲେ ଅଧ୍ୟାପକ ଓ ପ୍ରନ୍ସିପାଲ। ଛାତ୍ରୀଛତ୍ରମାନେ ଏହି ଘଟଣା ଭିଡିଓ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ୪ ଔଷଧ ବିକ୍ରି ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୫ା୮: ଭାରତର ସର୍ବୋଚ୍ଚ ଔଷଧ ନିୟନ୍ତ୍ରକ ୪ଟି ଲୋକପ୍ରିୟ କେନ୍ଦ୍ରୀୟ ସ୍ନାୟୁ ପ୍ରଣାଳୀ (ସିଏନ୍‌ଏସ୍‌) ଔଷଧ ବିକ୍ରି ଉପରେ ନିୟନ୍ତ୍ରଣକୁ କଡ଼ାକଡ଼ି କରିଛନ୍ତି । ଏହି ଔଷଧଗୁଡ଼ିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri