Posted inଜାତୀୟ

ଶିକ୍ଷକ ନିଯୁକ୍ତିରେ ଦୁର୍ନୀତି! ନବନିଯୁକ୍ତ ଶିକ୍ଷକଙ୍କର ହେବ ପୁନଃଯାଞ୍ଚ

ଭୁବନେଶ୍ୱର, ୩୦।୧୨: ଗତମାସରେ ନିଯୁକ୍ତି ପାଇଥିବା ଏକ ଲକ୍ଷ ଶିକ୍ଷକଙ୍କ ପୁନଃଯାଞ୍ଚ କରିବାକୁ ନିର୍ଦେଶ ଦେଇଛି ଶିକ୍ଷା ବିଭାଗ। ଗତମାସରେ ବିହାର ସରକାର ପ୍ରାୟ ଏକ ଲକ୍ଷ ଶିକ୍ଷକଙ୍କୁ ନିଯୁକ୍ତି ଦେଇଥିଲେ। ତେବେ ଶିକ୍ଷା ବିଭାଗକୁ ଅଭିଯୋଗ ମିଳିଥିଲା ଯେ, ପରୀକ୍ଷା ଦେଇଥିବା ଏବଂ ନିଯୁକ୍ତି ପାଇଥିବା ବ୍ୟକ୍ତି ଭିନ୍ନ ଅଟନ୍ତି, ଯାହା ପରେ ବିଭାଗ ଏହି ନିଷ୍ପତି ନେଇଛି। ଶିକ୍ଷା ବିଭାଗର ଅତିରିକ୍ତ ସଚିବ କେ.କେ ପାଠକ ୨୮ ଡିସେମ୍ବରକୁ ସମସ୍ତ ଜିଲାଧିକାରୀ(ଡିଏମ)ଙ୍କୁ ଚିଠି ଲେଖି ୧୫ ଜାନୂୟାରୀରୁ ପୁନଃଯାଞ୍ଚ ଚଳାଇବାକୁ ନିର୍ଦେଶ ଦେଇଛନ୍ତି।

ଅଭିଯୋଗ ଆସିବା ପରେ ବିଭାଗ ପକ୍ଷରୁ ପୁନଃଯାଞ୍ଚ ପାଇଁ ଚାରି ହଜାର ଶିକ୍ଷକଙ୍କୁ ଡକାଯାଇଥିଲା। ଏହି ପ୍ରକ୍ରିୟାରେ ତିନିଜଣ ଧରା ପଡ଼ିଥିଲେ। ଏହା ସହିତ ତିନି ଏପରି ଶିକ୍ଷକ ଚିହ୍ନଟ ହୋଇଥିଲେ, ଯେଉଁମାନେ ନିଯୁକ୍ତି ହେବା ପରେ ଫେରାର ହୋଇଯାଇଥିଲେ। ବିଭାଗ ପକ୍ଷରୁ ଏଭଳି ବ୍ୟକ୍ତିଙ୍କ ବିରୁଦ୍ଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି।

ଚଳିତ ବର୍ଷ ନଭେମ୍ବର ୨ ରେ ବିହାର ସରକାର ୧,୨୦,୩୩୬ ଶିକ୍ଷକଙ୍କୁ ରାଜ୍ୟର ସମସ୍ତ ଜିଲା ମୁଖ୍ୟାଳୟରେ ଶିକ୍ଷକ ନିଯୁକ୍ତି ପରୀକ୍ଷା (ଟିଆରଏ-୧) ରେ ନିଯୁକ୍ତି ପତ୍ର ପ୍ରଦାନ କରିଥିଲେ। ରାଜ୍ୟରେ ବିଭିନ୍ନ ବିଷୟର ମୋଟ ୮୬,୫୫୭ ଟି ପଦବୀ ପୂରଣ ପାଇଁ ଆୟୋଗ ଟିଆରଏ-୨ ର ଫଳାଫଳ ମଧ୍ୟ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?