Posted inଜାତୀୟ

ବିହାର ନିର୍ବାଚନ ରାଲି ଉପରେ ଆତଙ୍କବାଦୀଙ୍କ ନଜର!

ପାଟନା,୧୯ ।୧୦: ବିହାର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ରାଲିମାନ ବି ଆୟୋଜନ କରାଯାଉଛି । ଯେଉଁଥିରେ ବଡ ବଡ ନେତା ସାମିଲ ହେବାର କାର୍ଯ୍ୟକ୍ରମ ରହିଛି । ଯେମିତିକି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, ଉତ୍ତର ପ୍ରଦେଶ ମୁଖମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଆଦି । ଏମାନଙ୍କ ରାଲିକୁ ନେଇ ବିହାରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିବା ବେଳେ ଆତଙ୍କବାଦୀ ଆକ୍ରମଣ ହେବାର ସମ୍ଭାବନାକୁ ବି ଏଡାଇ ଯାଇ ପାରି ନାହିଁ । ଏମତି କିଛି ହାଇ ପ୍ରୋଫାଇଲ ନେତାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ପୋଲିସ ମୁଖ୍ୟାଳୟରୁ ଏ ସମ୍ପର୍କରେ ସୂଚନା ଜାରି କରାଯାଇଛି । ଏହାସହ ସମସ୍ତ ରେଞ୍ଜ ଆଇଜି, ଡିଆଇଜି ଓ ଜିଲା ଏସ୍‌ପିଙ୍କୁ ମଧ୍ୟ ଏ ସମ୍ପର୍କରେ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ, କିଛିବର୍ଷ ପୂର୍ବରୁ ପାଟନାର ଗାନ୍ଧୀ ମଇଦାନରେ ପ୍ରଧାନମନ୍ତୀ ନରେନ୍ଦ୍ର ମୋଦି ନିର୍ବାଚନ ରାଲିରେ ଯୋଗ ଦେଇଥିବା ବେଳେ ସିରିଏଲ ବ୍ଲାଷ୍ଟ ହୋଇଥିଲା । ତେଣୁ ଏଥର ବିହାର ନିର୍ବାଚନ ପ୍ରଚାରରେ ଆସୁଥିବା ଭିଆଇପି ନେତାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ପୋଲିସ ସଜାଗ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ଖେମୁଣ୍ଡି କଲେଜରେ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି …

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି ଓ ବ୍ୟାଙ୍କ ସମ୍ପର୍କିତ…

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri