Posted inଜାତୀୟ

ମାତ୍ର ୧୨ ଖଣ୍ଡ ଭୋଟ୍‌ରେ ହାରିଲେ ପ୍ରାର୍ଥୀ

ପାଟନା,୧୧।୧୧:ବିହାର ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଆସନ୍ତା ପାଞ୍ଚ ବର୍ଷ ପାଇଁ ଜନସାଧାରଣ ପୁଣି ଥରେ ନୀତୀଶ କୁମାରଙ୍କ ନେତୃତ୍ୱାଧୀନ ଏନଡିଏ ମିଳିତ ମଞ୍ଚକୁ କ୍ଷମତା ହସ୍ତାନ୍ତର କରିଛନ୍ତି। ୨୪୩ଟି ଆସନରୁ ଏନଡିଏକୁ ୧୨୫ ଟି ଆସନ, ମହାମେଣ୍ଟକୁ ୧୧୦ଟି ଆସନ ଏବଂ ଏଆଇଏମଆଇଏମ, ବିଏସପି ଏବଂ ଅନ୍ୟ ଦଳଗୁଡିକ ୮ ଟି ଆସନ ପାଇଛନ୍ତି। ସେହିପରି ଏଲଜେପି ଗୋଟିଏ ଆସନରେ ବିଜୟୀ ହୋଇଥିବା ଡେପୁଟି ଇଲେକ୍ସନ କମିଶନର ଆଶିଷ କୁନ୍ଦ୍ରା ସୂଚନା ଦେଇଛନ୍ତି। ରାଜ୍ୟରେ ଆରଜେଡି ସର୍ବାଧିକ ଭୋଟ ପାଇଥିବା ଦଳ ହୋଇଛି। ଭାଜପା ୬୯, ଜେଡିୟୁ ୪୧, ଆରଜେଡି ୭୨, କଂଗ୍ରେସ ୧୮ଟି ଆସନରେ ବିଜୟୀ ହୋଇଛନ୍ତି।
ଏଥର ବିହାରର ହିଲସା ସିଟରେ ସବୁଠାରୁ ରୋଚକ ପ୍ରତିଯୋଗିତା ଦେଖିବାକୁ ମିଳିଥିଲା। ପ୍ରତ୍ୟେକ ରାଉଣ୍ଡ ପରେ ପ୍ରତିଯୋଗିତା ଚାଲିଥିଲା। ଆରଜେଡିର ଶକ୍ତି ସିଂ ଯାଦବ ଏବଂ ଜେଡିୟୁର କୃଷ୍ଣମୂର୍ତ୍ତି ଶରଣଙ୍କ ମଧ୍ୟରେ ତୀବ୍ର ସଂଘର୍ଷ ହୋଇଥିଲା। ଶେଷରେ ପ୍ରେମ ବାଜିମାରି ନେଇଥିଲେ। ସେ ମାତ୍ର ୧୨ ଖଣ୍ଡ ଭୋଟରେ ଜିତିଥିଲେ। ଶକ୍ତି ସିଂ ୬୧୮୩୬ ଖଣ୍ଡ ଭୋଟ ପାଇଥିବାବେଳେ ପ୍ରେମଙ୍କୁ ୬୧୮୪୮ ଭୋଟ ମିଳିଛି। ତେବେ ଫଳାଫଳ ଆସିବା ପରେ ଆରଜେଡି ନିର୍ବାଚନ ଆୟୋଗଙ୍କ ନିକଟରେ ଅଭିଯୋଗ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଲ୍‌ ଓଡ଼ିଶା ଲିଲି କପ୍‌ ବାସ୍କେଟବଲ୍‌ ଟୁର୍ଣ୍ଣାମେଣ୍ଟ: ଏମ୍‌-୩ ପାନ୍ଥର୍ସ କଟକ ଚମ୍ପିୟାନ

କଟକ ସଦର,୨୭।୮(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ଲିଲି ଇଣ୍ଟରନ୍ୟାଶନାଲ ସ୍କୁଲ ପରିସରରେ ‘ଅଲ ଓଡ଼ିଶା ଲିଲି କପ୍‌’ ବାସ୍କେଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ପ୍ରତିଯୋଗିତାରେ…

ଗଭୀର ସମୁଦ୍ରରୁ ଉଦ୍ଧାର ହେଲା ଟ୍ରଲର: ବଞ୍ଚିଛନ୍ତି ମତ୍ସ୍ୟଜୀବୀ, ୩ ତାରିଖରୁ ଥିଲେ ନିଖୋଜ

ଭୋଗରାଇ,୨୭।୮(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ପଶ୍ଚିମବଙ୍ଗ ଦୀଘା ଉପକୂଳ ଗଭୀର ସମୁଦ୍ରରୁ ଆନ୍ଧ୍ରପ୍ରଦେଶର ଏକ ମାଛ ଧରା ଟ୍ରଲର ଭାସମାନ ଅବସ୍ଥାରେ ବିପଦରେ ଥିବା…

CJP ନିର୍ବାଚନ ଲଢିଲେ ଭୋଟ୍‌ ଦେବେ କି? ଚମକାଇଲା ସର୍ଭେ ରିପୋର୍ଟ…ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୨୭।୮: ଦିଲ୍ଲୀର ଯନ୍ତର-ମନ୍ତରଠାରେ ହୋଇଥିବା ଛାତ୍ର ଆନ୍ଦୋଳନ ପରେ କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ଚର୍ଚ୍ଚାରେ ଅଛି। CJP ପକ୍ଷରୁ ଆଉ ଥରେ ସେପ୍ଟେମ୍ୱର…

ନେପାଳ ବନ୍ୟା; ଖୋର୍ଦ୍ଧାର ଦମ୍ପତି ନିଖୋଜ, ସାନ ଭାଇ କହିଲେ…

ଖୋର୍ଦ୍ଧା,୨୭।୮(ପ୍ରଭାତ ପାଣିଗ୍ରାହୀ) : ନେପାଳ ବନ୍ୟାରେ ଖୋର୍ଦ୍ଧା ଜେମାଦେଇର ଦମ୍ପତି ସନ୍ଦିପ ମହାପାତ୍ର ଓ ସ୍ତ୍ରୀ ସିର୍ଦ୍ଧାର୍ଥୀ ସାହୁ ନିଖୋଜ ହୋଇଯାଇଛନ୍ତି । ଏନେଇ ତାଙ୍କ ସାନ…

ଉଡନ୍ତା ପାଉଁଶ ଗଦା ଉପରେ ବଡ଼ ଧରଣର ଚଢ଼ାଉ

କୁଆଁରମୁଣ୍ଡା,୨୭।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ଉଡ଼ନ୍ତା ପାଉଁଶ ଗଦା କରାଯାଉଥିବା ଖବର ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ…

‘ଏମ୍‌ଭି ଓସେନ ୱିନର୍‌’ ଜାହାଜ ବୁଡ଼ି ଘଟଣା, ପାରାଦୀପରେ ପହଞ୍ଚିଲେ ୨ ନାବିକ

ପାରାଦୀପ,୨୭।୮(ଶରତ ରାଉତ): ଗତ ୨୨ ତାରିଖରେ ବଙ୍ଗୋପସାଗର ପୋର୍ଟବ୍ଲେୟାର ସୀମାରେ ବୁଡି ଯାଇଥିବା ପଣ୍ୟବାହୀ ଜାହାଜ ଏମଭି ଓସେନ୍ ଓ୍ବିନରର ୨ ଜଣ ଉଦ୍ଧାର ନାବିକ ଗୁରୁବାର…

PM ସୂର୍ଯ୍ୟ ଘର ଯୋଜନାରେ ନୂଆ ନିୟମ! ସବସିଡି ପାଇଁ ପୂରଣ କରିବାକୁ ପଡ଼ିବ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୭।୮: ସରକାର ‘ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା’ (PM Surya Ghar Muft Bijli Yojana) ର ପରବର୍ତ୍ତୀ ପର୍ଯ୍ୟାୟରେ ବଡ଼ ପରିବର୍ତ୍ତନ କରିବାକୁ…

କଲମ୍ବୋ ଟେଷ୍ଟ ଡ୍ର: ଭାରତର WTC ଫାଇନାଲ ଆଶାକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୭।୮: ଗାଲେ ଟେଷ୍ଟରେ ଦମଦାର ବିଜୟ ହାସଲ କରିବା ପରେ ଭାରତୀୟ ଦଳ ହାତରୁ ଖସିଯାଇଛି କଲମ୍ବୋ ଟେଷ୍ଟ। କୋଲମ୍ବୋରେ ଭାରତର ବିଜୟ ପ୍ରାୟ ସୁନିଶ୍ଚିତ ମନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri