Posted inଜାତୀୟ

ଆଉ ମୁଖ୍ୟମନ୍ତ୍ରୀ ହେବେନି ନୀତୀଶ! ଭାଜପା ଦେଲା ଏମିତି ସଙ୍କେତ, ବଢିଲା ସସ୍‌ପେନ୍ସ

ନୂଆଦିଲ୍ଲୀ,୧୭।୧୦: ବିହାରରେ ନିର୍ବାଚନୀ ପରିବେଶ ସମ୍ପୂର୍ଣ୍ଣ ସରଗରମ। ଏନଡିଏ ଏବଂ ମହାଗଠବନ୍ଧନ ଉଭୟ ଆସନ ବଣ୍ଟନ ଏବଂ ପ୍ରାର୍ଥୀ ଘୋଷଣା କରିଛନ୍ତି। ନାମାଙ୍କନ ପ୍ରକ୍ରିୟା ଚାଲିଛି, ଏବଂ ନେତାମାନେ ଭୋଟ ପାଇଁ ପ୍ରଚାର କରୁଛନ୍ତି। କିନ୍ତୁ ଏଥର ସବୁଠାରୁ ବଡ଼ ପ୍ରଶ୍ନ ହେଉଛି ଯଦି ଏନଡିଏ ଜିତିଥାଏ ତେବେ ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ହେବେ କି?

ଯଦିଓ ନୀତୀଶ କୁମାରଙ୍କ ନେତୃତ୍ୱରେ ଏନଡିଏ ନିର୍ବାଚନ ମଇଦାନରେ ପ୍ରବେଶ କରିଛି, ତାଙ୍କ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଅନିଶ୍ଚିତତା ବଢ଼ିବାରେ ଲାଗିଛି। ଦୁଇ ପ୍ରମୁଖ ନେତା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବଂ କେନ୍ଦ୍ର ମନ୍ତ୍ରୀ ନୀତୀନ ଗଡକରୀଙ୍କ ବୟାନ ଦ୍ୱାରା ଏହି ସସ୍‌ପେନ୍ସ ଆହୁରି ଘନୀଭୂତ ହୋଇଛି। ଉଭୟ ନେତା ସ୍ପଷ୍ଟ ଭାବରେ କହିଛନ୍ତି ଯେ ନିର୍ବାଚନ ପରେ କିଏ ମୁଖ୍ୟମନ୍ତ୍ରୀ ହେବେ ତାହା ବିଧାୟକ ଦଳ ନିଷ୍ପତ୍ତି ନେବ, ଯାହା ରାଜନୈତିକ ମହଲରେ ଉଷ୍ମ ବିତର୍କ ସୃଷ୍ଟି କରିଛି।

ଏକ କାର୍ଯ୍ୟକ୍ରମରେ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତୀନ ଗଡକରୀ କହିଛନ୍ତି, “ବିହାରରେ ନିଶ୍ଚିତ ଭାବରେ ଏନଡିଏ ସରକାର ଗଠନ ହେବ, କିନ୍ତୁ ମୁଖ୍ୟମନ୍ତ୍ରୀ କିଏ ହେବେ ସେ ନିଷ୍ପତ୍ତି ନିର୍ବାଚନ ପରେ ଏନଡିଏ, ଭାଜପା ଏବଂ ଜେଡିୟୁର ହାଇକମାଣ୍ଡ ମିଳିତ ଭାବରେ ନେବେ। ଗଡକରୀ ଆହୁରି କହିଛନ୍ତି, ମୁଁ ଏ ନିଷ୍ପତ୍ତି ଏକା ନେଇପାରିବି ନାହିଁ।” ଏପରି ନିଷ୍ପତ୍ତି ଦଳର ସଂସଦୀୟ ବୋର୍ଡ ଦ୍ୱାରା ନିଆଯାଇଥାଏ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପରିବା ବଜାରରେ ବିବାହିତା ମହିଳାଙ୍କ ମୃତଦେହ, ଟ୍ରଲି ବ୍ୟାଗ….

ପାଟନା,୧।୨: ରବିବାର ରୋହତାସ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଦେହରି ନଗର ପୋଲିସ ଷ୍ଟେସନ ଅଞ୍ଚଳ ଅନ୍ତର୍ଗତ ପନିପରିବା ବଜାର…

ବଜେଟକୁ ନେଇ ଲୋକେ କ’ଣ କହୁଛନ୍ତି, ଜାଣନ୍ତୁ…

ଦିଗପହଣ୍ଡି,୧।୨(ଅଶେଷ ନାଥ ମିଶ୍ର): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଆଣିଥିବା ବଜେଟକୁ ନେଇ ଦିଗପହଣ୍ଡି ଅଞ୍ଚଳର ବିଭିନ୍ନ ବର୍ଗର ଲୋକେ ପ୍ରତିକ୍ରିୟା…

ପୂର୍ବତନ ଏମ୍‌ପି ସୁଶୀଳା ତିରିଆଙ୍କ ପରଲୋକ

ବାରିପଦା,୧।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜର ପୂର୍ବତନ ଏମ୍‌ପି ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସୁଶୀଳା ତିରିଆଙ୍କର ରବିବାର ପରଲୋକ ଘଟିଛି। ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଥିବା…

ବିଜେଡିରୁ ନିଲମ୍ବିତ ହେଲେ ଆଉ ଜଣେ ବରିଷ୍ଠ ନେତା

ଭୁବନେଶ୍ବର,୧।୨: ବିଜେଡିରୁ ନିଲମ୍ବିତ ହେଲେ ସିମୁଳିଆର ବରିଷ୍ଠ ନେତା ଶଶୀ ସାହୁ । ବିଶୃଙ୍ଖଳିକ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି । ୨୦୨୪ ମସିହାରେ…

କେନ୍ଦ୍ର ବଜେଟକୁ ନେଇ ଗର୍ଜିଲେ ଏମପି ସପ୍ତଗିରି, ପର୍ଯ୍ୟଟନ ବିକାଶରେ ଦେଓମାଳିର ସ୍ଥାନ…

ରାୟଗଡ଼ା,୧।୨(ଆଶିଷ ରଞ୍ଜନ ପଣ୍ଡା): ରବିବାର ଉପସ୍ଥାପନ ହୋଇଥିବା କେନ୍ଦ୍ରୀୟ ବଜେଟ୍ ଓଡ଼ିଶାର ଆଦିବାସୀଙ୍କୁ ଉପେକ୍ଷା କରାଯାଇଛି ବୋଲି ଟାର୍ଗେଟ କହିଛନ୍ତି ଏମପି ସପ୍ତଗିରି ଉଲାକା। କେନ୍ଦ୍ରୀୟ ବଜେଟ୍…

ହଳଦିଆପଦର ସଡ଼କ ଦୁର୍ଘଟଣା, ମୃତକଙ୍କ ପରିବାରକୁ ଭେଟିଲେ ପରିବହନ ମନ୍ତ୍ରୀ

ଦିଗପହଣ୍ଡି,୧|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆପଦର ଓଭରବ୍ରିଜ ନିକଟରେ ଶନିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିଲା। ଏଥିରେ ପ୍ରାଣ ହରାଇଥିବା…

PCBର ଅଜବ ନିଷ୍ପତ୍ତି: T20 ବିଶ୍ୱକପରେ ଭାରତ ବିପକ୍ଷରେ ଖେଳିବ ନାହିଁ ପାକିସ୍ତାନ

ନୂଆଦିଲ୍ଲୀ,୧ା୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) 2026ଟି-20 ବିଶ୍ୱକପ ସମ୍ପର୍କରେ ଏକ ଅଜବ ନିଷ୍ପତ୍ତି ନେଇଛି। ଏହି ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟରେ ପାକିସ୍ତାନ ଦଳ ଭାରତ ସହିତ ଖେଳିବ…

ବଜେଟ ଉପରେ ଆଇନଜୀବୀଙ୍କ ପ୍ରତିକ୍ରିୟା, ଭାରତର କର୍ପୋରେଟ ପୁଞ୍ଜି…

ସୁନ୍ଦରଗଡ,୧।୨ (ଜୟ ନାରାୟଣ ମେଣ୍ଡୁଳି): ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬ ବଜେଟ ଉପସ୍ଥାପନ କରିଛନ୍ତି । ଏହାପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ଆଇନଜୀବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri