Posted inଜାତୀୟ

ନଭେମ୍ବର ୨୨ ପୂର୍ବରୁ ବିହାର ନିର୍ବାଚନ: ସିଇସି

ପାଟନା,୬ା୧୦: ନଭେମ୍ବର ୨୨ରେ ବିହାର ବିଧାନସଭା କାର୍ଯ୍ୟକାଳ ଶେଷ ହେବାକୁ ଥିବାବେଳେ ଏହା ପୂର୍ବରୁ ନିର୍ବାଚନ ଅନୁଷ୍ଠିତ ହେବ ବୋଲି ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାର ରବିବାର ସ୍ପଷ୍ଟ କରିଛନ୍ତି। ନିର୍ବାଚନ କମିଶନଙ୍କ ଦୁଇଦିନିଆ ବିହାର ଗସ୍ତ ପରେ ପାଟନାରେ ଏକ ଖବରଦାତା ସମ୍ମିଳନୀକୁ ଉଦ୍‌ବୋଧନ ଦେଇ ଜ୍ଞାନେଶ କହିଛନ୍ତି, ଆଗାମୀ ନିର୍ବାଚନରେ ଅନେକଗୁଡ଼ିକ ସଂସ୍କାର ଓ ଲଜିଷ୍ଟିକ୍‌ ପରିବର୍ତ୍ତନ କାର୍ଯ୍ୟକାରୀ ହେବାକୁ ଯାଉଛି। ବିହାରରେ ମୁକ୍ତ, ଅବାଧ ଓ ଠିକ୍‌ ସମୟରେ ନିର୍ବାଚନ ପାଇଁ ପ୍ରସ୍ତୁତିର ସବୁ ଦିଗକୁ ସମୀକ୍ଷା କରିବା ପରେ ନଭେମ୍ବର ୨୨ ପୂର୍ବରୁ ନିର୍ବାଚନ ଶେଷ ହେବ ବୋଲି ସିଇସି କହିଛନ୍ତି। ବିହାର ନିର୍ବାଚନରୁ ୧୭ଟି ନୂଆ ପଦକ୍ଷେପ କାର୍ଯ୍ୟକାରୀ ହେବାକୁ ଥିବାବେଳେ ପରେ ଏହା ସାରା ଦେଶରେ ଲାଗୁ କରାଯିବ।
ନୂଆ ପଦକ୍ଷେପ ମଧ୍ୟରେ ରହିଛି ପ୍ରତି ବୁଥ୍‌ରେ ଭୋଟର ସଂଖ୍ୟା ସୀମା ୧,୫୦୦ ରହିଥିବାବେଳେ ତାହାକୁ ୧,୨୦୦କୁ ହ୍ରାସ କରାଯିବ। ପୂର୍ବରୁ ମତଦାନର ଅନ୍ତିମ ସମୟରେ ବୁଥ୍‌ ନିକଟରେ ଲମ୍ବା ଧାଡ଼ି ଦେଖିବାକୁ ମିଳୁଥିଲା। ଭିଡ଼ କମାଇବା ଏବଂ ପ୍ରତୀକ୍ଷା ସମୟ ହ୍ରାସ ପାଇଁ ବୁଥ୍‌ ପ୍ରତି ଭୋଟର ସଂଖ୍ୟା କମାଇବାକୁ ନିଷ୍ପତ୍ତି ନିଆଯାଇଥିବା ଜ୍ଞାନେଶ କହିଛନ୍ତି। ବିହାର ନିର୍ବାଚନରେ ମୋବାଇଲ୍‌ ଫୋନ୍‌ ଜମା କରିବା ସୁବିଧା ଆରମ୍ଭ ହେବ। ଭୋଟରମାନେ ବୁଥ୍‌ରେ ପ୍ରବେଶ ପୂର୍ବରୁ ବାହାରେ ସେମାନଙ୍କ ଫୋନ୍‌ ଜମା କରିବେ ଏବଂ ଭୋଟ ଦେଇସାରିବା ପରେ ତାହା ନେଇଯିବେ। ଭୋଟର ସୂଚନା ସ୍ଲିପ୍‌ (ଭିଆଇଏସ୍‌)ର ଡିଜାଇନରେ ପରିବର୍ତ୍ତନ କରାଯାଇଛି। କ୍ରମିକ ଓ ପାର୍ଟ ନମ୍ବର ଅକ୍ଷରକୁ ବଡ଼ କରାଯିବା ଫଳରେ ଭୋଟର ସହଜରେ ତାହା ପଢ଼ିପାରିବେ ଓ ପ୍ରୋସେସିଂ ସମୟ ହ୍ରାସ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri