Posted inଜାତୀୟ

ବିହାର ନିର୍ବାଚନ ପ୍ରଥମ ପର୍ଯ୍ୟାୟ ପ୍ରଚାର ଶେଷ

ପାଟନା,୫ା୧୧: ବିହାର ବିଧାନସଭାର ପ୍ରଥମ ପର୍ଯ୍ୟାୟ ମତଦାନ ଗୁରୁବାର ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ମଙ୍ଗଳବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ୧୨୧ଟି ଆସନରେ ଭୋଟ ଗ୍ରହଣ ହେବାକୁ ଯାଉଛି। ପ୍ରଚାରର ଅନ୍ତିମ ଦିନରେ ଉଭୟ ଏନ୍‌ଡିଏ ଏବଂ ମହାମେଣ୍ଟର ପ୍ରମୁଖ ନେତାମାନେ ବିଭିନ୍ନ ସ୍ଥାନରେ ରାଲି ଓ ରୋଡ୍‌ ଶୋ’ କରି ନିଜ ଦଳର ପ୍ରାର୍ଥୀମାନଙ୍କୁ ବିପୁଳ ଭୋଟ ଦେବା ପାଇଁ ଜନସାଧାରଣଙ୍କୁ ନିବେଦନ କରିଥିଲେ। ଏନ୍‌ଡିଏ ବିପୁଳ ଭୋଟରେ ବିଜୟୀ ହୋଇ କ୍ଷମତା ବଜାୟ ରଖିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୃଢ଼ୋକ୍ତି କରିଥିବାବେଳେ ବିରୋଧୀ ମହାମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ତଥା ଆର୍‌ଜେଡି ନେତା ତେଜସ୍ବୀ ଯାଦବ କୃଷକମାନଙ୍କ ସ୍ଥିତିରେ ଉନ୍ନତି ଏବଂ ମହିଳାମାନଙ୍କୁ ଆର୍ଥତ୍କ ଦୃଷ୍ଟିରୁ ସଶକ୍ତ କରିବା ଉପରେ ଗୁରୁତ୍ୱ ଦେଇଛନ୍ତି।
ଉଭୟ ଶାସକ ଓ ବିରୋଧୀ ଦଳର ନେତାମାନେ ଶେଷ ଦିନରେ ଭୋଟରଙ୍କୁ ପ୍ରଲୋଭିତ କରିବାରେ କୌଣସି ସୁଯୋଗ ହାତଛଡ଼ା କରି ନ ଥିଲେ। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ୩ଟି ରାଲିରେ ଯୋଗଦେଇଥିବାବେଳେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ୫ଟି ସଭା କରିଥିଲେ। ସେହିପରି ଭାଜପା ଅଧ୍ୟକ୍ଷ ଜେ.ପି. ନଡ୍ଡା ଗୋଟିଏ ରାଲି ଓ ଗୋଟିଏ ରୋଡ୍‌ ଶୋ’ କରିଥିବାବେଳେ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ୩ଟି ସଭାରେ ଭାଷଣ ଦେଇଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟର ମହିଳା ଭାଜପା କର୍ମୀମାନଙ୍କ ସହ ଭର୍ଚୁଆଲି କଥା ହୋଇଥିବାବେଳେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର କେତେକ ସଭାରେ ଉଦ୍‌ବୋଧନ ଦେଇଥିଲେ। ଶେଷ ଦିନରେ ତେଜସ୍ବୀ କେତେଗୁଡ଼ିଏ ରାଲିରେ ଉଦ୍‌ବୋଧନ ଦେବା ସହ ଇଣ୍ଡିଆ ବ୍ଲକ୍‌ କ୍ଷମତାକୁ ଆସିଲେ ଧାନ କ୍ୱିଣ୍ଟାଲ ପ୍ରତି ଏମ୍‌ଏସ୍‌ପି (ସର୍ବନିମ୍ନ ସହାୟକ ମୂଲ୍ୟ) ଉପରେ ୩୦୦ ଟଙ୍କା ଏବଂ ଗହମ ଉପରେ ୪୦୦ ଟଙ୍କା ବୋନ୍‌ସ ଦେବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଏବଂ ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ଶେଷ ଦିନରେ ପ୍ରଚାରରେ ସାମିଲ ହୋଇଥିଲେ।
ପ୍ରଥମ ପର୍ଯ୍ୟାୟରେ ତେଜସ୍ବୀ ଯାଦବଙ୍କ ରାଘୋପବୁର, ତେଜପ୍ରତାପ ଯାଦବଙ୍କ ମହୁଆ, ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧରୀଙ୍କ ତାରାପୁର ଆସନରେ ମତଦାନ ହେବାକୁ ଯାଉଛି। ଅନ୍ୟ ପ୍ରମୁଖ ଆସନ ମଧ୍ୟରେ ରହିଛି ଭାଜପା ଟିକେଟରେ ଗାୟିକା ମୈଥିଲି ଠାକୁର ଲଢ଼ୁଥିବା ଆଲିନଗର, ଉପମୁଖ୍ୟମନ୍ତ୍ରୀ ବିଜୟ କୁମାର ସିହ୍ନାଙ୍କ ଲଖିସରାଇ, ଜେଡିୟୁ ପ୍ରାର୍ଥୀ ତଥା ବାହୁବଳୀ ନେତା ଅନନ୍ତ ସିଂଙ୍କ ମୋକାମା, ଗ୍ୟାଙ୍ଗ୍‌ଷ୍ଟରରୁ ନେତା ହୋଇଥିବା ମହମ୍ମଦ ଶାହାବୁଦ୍ଦିନଙ୍କ ପୁଅ ଓସାମା ଶାହବଙ୍କ ରଘୁନାଥପୁର। ଓସାମା ଆର୍‌ଜେଡିରୁ ଲଢ଼ୁଛନ୍ତି। ବିରୋଧୀ ପ୍ରାର୍ଥୀ ଦୁଲାରଚାନ୍ଦ ଯାଦବ ହତ୍ୟା ମାମଲାରେ ଅନନ୍ତ ସିଂ ଗିରଫ ହୋଇଛନ୍ତି। ୨୪୩ ଆସନ ବିଶିଷ୍ଟ ବିହାର ବିଧାନସଭାର ଅବଶିଷ୍ଟ ୧୨୨ ଆସନରେ ଆସନ୍ତା ୧୧ ତାରିଖରେ ମତଦାନ ହୋଇ ୧୪ ତାରିଖରେ ଭୋଟଗଣତି କରାଯିବ।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି

ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…

ଛାତ୍ରୀଛାତ୍ରଙ୍କ ନିକଟରେ ମୁଣ୍ଡ ନୁଆଇଁଲେ ଆଇଆଇଟି (IIT)ବମ୍ବେ କର୍ତ୍ତୃପକ୍ଷ; ୧୮ଟି ଦାବି ନେଇ ସହମତି, ପ୍ରଫେସର ନିଲମ୍ବିତ

ମୁମ୍ବାଇ,୨୧।୯: ଆଇଆଇଟି (IIT) ବମ୍ବେର ଏକ ହଷ୍ଟେଲରେ ୨୦ ବର୍ଷୀୟ ଛାତ୍ର ସାହିଲ ୱାକୋଡେଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଛାତ୍ରୀଛାତ୍ରମାନେ ଗତ ତିନି ଦିନ ଧରି ବିକ୍ଷୋଭ…

ବାଲେଶ୍ୱରରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା ଶାନ୍ତି ରେଷ୍ଟୁରାଣ୍ଟ

ବାଲେଶ୍ୱର, ୨୧ା୯( ବାଞ୍ଛାନିଧି ଦେ): ହୁତୁ ହୁତୁ ହୋଇ ଜଳୁଛି ରେଷ୍ଟୁରାଣ୍ଟ । ବାଲେଶ୍ୱର ଓଟି ରୋଡ୍‌ରେ ଥିବା ଶାନ୍ତି ରେଷ୍ଟୁରାଣ୍ଟରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି…

ଆଜି ରାତି ୧୦:୪୫ରେ ନକ୍ଷତ୍ର ପରିବର୍ତ୍ତନ କରିବେ ବୁଧ, ଏହି ୪ଟି ରାଶିର ଚମକି ଉଠିବ ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଗୋଚର ଓ ନକ୍ଷତ୍ର ପରିବର୍ତ୍ତନକୁ ବିଶେଷ ଗୁରୁତ୍ୱ ଦିଆଯାଏ । ଜ୍ୟୋତିଷଙ୍କ ମତ ଅନୁସାରେ, କୌଣସି ବଡ଼ ଗ୍ରହ ନିଜ ସ୍ଥାନ କିମ୍ବା…

ରିଷିଡ଼ା କନ୍ଧପଡ଼ାରେ ମରଣଯନ୍ତା ସାଜିଛି ବିପଦପୂର୍ଣ୍ଣ ଟ୍ରାନ୍ସଫର୍ମର, ମରାମତି ନହେଲେ ଆନ୍ଦୋଳନ…

ରିଷିଡ଼ା,୨୧ା୯(ସୁଶାନ୍ତ ମଲ୍ଲିକ): ବିପଦ ସଙ୍କୁଳ ଅବସ୍ଥାରେ ଝୁଲୁଛି ମୃତ୍ୟୁର ଫାଶ । ତାର ଗୁଡ଼ିକ ତଳକୁ ଲମ୍ବିଛି, ହେଲେ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ…

ବୈଭବଙ୍କର ଏହି ଘାତକ କୌଶଳକୁ ଚୋରି କରିବାକୁ ଚାହୁଁଛନ୍ତି ସୂର୍ଯ୍ୟକୁମାର? ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୧।୯: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ରେକର୍ଡ ଭାଙ୍ଗୁଛନ୍ତି। ଆନ୍ତର୍ଜାତୀୟ କ୍ରିକେଟରୁ ଆରମ୍ଭ କରି ଆଇପିଏଲ (IPL) ପର୍ଯ୍ୟନ୍ତ, ସେ ମାତ୍ର ୩୫ ବଲରେ…

ପୁଣି ରାଜଧାନୀରେ ଫୁଟିଲା ଗୁଳି, ଫେସ୍‌ବୁକ୍‌ ଲାଇଭ୍‌ରେ ବିବାଦୀୟ ମନ୍ତବ୍ୟ ପରେ…

ଭୁବନେଶ୍ୱର,୨୧ା୯: ରାଜଧାନୀ ଭୁବନେଶ୍ୱରର ଭରତପୁର ଥାନା ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଯାଇଛି। ଏହି ଥାନା ଅଞ୍ଚଳରେ ଫୁଟିଛି ଗୁଳି। ଗଣେଶ ପୂଜାର ବିସର୍ଜନ ଉତ୍ସବ, ଆଉ ନାଚଗୀତରେ…

ଭାଜପାକୁ ବଡ଼ ଝଟକା, ଦଳ ଛାଡ଼ିଲେ ପୁନାଓ୍ବାଲା ହେଲେ କାହିଁକି? ଜାଣନ୍ତୁ ଏହାର ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତୀୟ ଜନତା ପାର୍ଟି (ଭାଜପା)ର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲାଙ୍କ ଦଳ ଛାଡ଼ିବା ପଛର ପ୍ରକୃତ କାରଣ କ’ଣ ଥିଲା? ସେ ଏହି ବିଷୟରେ ଖୋଲାଖୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?