Posted inଜାତୀୟ

‘ସାତ ଜନ୍ମରେ ପ୍ରଧାନମନ୍ତ୍ରୀ ହୋଇପାରିବେ ନାହିଁ ନୀତୀଶ’

ପାଟନା,୧୮।୮: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଆରସିପି ସିଂ ଗୁରୁବାର ଭାଜପାରେ ଯୋଗଦେବେ ବୋଲି ଘୋଷଣା କରିଛନ୍ତି। ବିହାରରେ ନୂତନ ସରକାର ଗଠନ ପରେ ପୂର୍ବତନ ଜେଡିୟୁ ନେତା ଆରସିପି ସିଂ କହିଛନ୍ତି, ମୁଁ ସମ୍ପୂର୍ଣ୍ଣ ଭାବେ ଭାଜପାରେ ଯୋଗଦେବି। ନୀତୀଶ କୁମାର ବିହାରର ଲୋକଙ୍କ ପ୍ରତି ବିଶ୍ୱାସଘାତକତା କରିଛନ୍ତି। ତାଙ୍କୁ ଉତ୍ତର ଦେବାକୁ ପଡିବ। ଚେୟାର ପାଇଁ ସେ ଯେକୌଣସି ବ୍ୟକ୍ତିଙ୍କ ସହ ହାତ ମିଳାଇ ପାରିବେ। ନୀତୀଶ କୁମାର ସାତ ଜନ୍ମରେ ମଧ୍ୟ ପ୍ରଧାନମନ୍ତ୍ରୀ ହୋଇପାରିବେ ନାହିଁ ବୋଲି ସେ କହିଛନ୍ତି।
ମନ୍ତ୍ରୀ ହେବାର ଅଭିଯୋଗ ଉପରେ ଆରସିପି ସିଂ ମଧ୍ୟ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ନୀତୀଶ କୁମାରଙ୍କ ନିର୍ଦ୍ଦେଶରେ ମୁଁ କେନ୍ଦ୍ରରେ ମନ୍ତ୍ରୀ ହୋଇଥିଲି। ଯଦି ନୀତୀଶ ଜୀ କହୁଛନ୍ତି ଯେ, ମୁଁ ତାଙ୍କୁ ନ ପଚାରି ମନ୍ତ୍ରୀ ହୋଇଥିଲି, ତେବେ ସେ ସମ୍ପୂର୍ଣ୍ଣ ମିଛ କହୁଛନ୍ତି।
ସୂଚନାଯୋଗ୍ୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଜେଡିୟୁର ଜଣେ ମାତ୍ର ସଦସ୍ୟଙ୍କୁ ମନ୍ତ୍ରୀ କରାଯିବ ବୋଲି ଭାଜପା ପ୍ରସ୍ତାବ ଦେଇଥିଲା। ନୀତିଶ କୁମାର ଭାଜପାର ଏହି ପ୍ରସ୍ତାବକୁ ଅଗ୍ରାହ୍ୟ କରିଥିଲେ। କିନ୍ତୁ ଜେଡିୟୁର ଅନ୍ୟତମ ବରିଷ୍ଠ ନେତା ଆରସିପି ସିଂ ଭାଜପାର ପ୍ରସ୍ତାବକୁ ଗ୍ରହଣ କରି କେନ୍ଦ୍ରମନ୍ତ୍ରୀ ହୋଇଥିଲେ। ହେଲେ ତାଙ୍କର ରାଜ୍ୟ ସଭା କାର୍ଯ୍ୟକାଳ ପୂରଣ ହୋଇଯିବାରୁ ଜେଡିୟୁ ତାଙ୍କୁ ଆଉ ଥରେ ପ୍ରାର୍ଥୀ କରି ନ ଥିଲା। ଫଳରେ ସେ ଦଳରୁ ଇସ୍ତଫା ଦେଇଥିଲେ। ଇସ୍ତଫା ଦେବା ପରେ ଆରସିପି ସିଂ ନୀତିଶ କୁମାରଙ୍କୁ ସମାଲୋଚନା କରି ଜେଡିୟୁ ଗୋଟିଏ ବୁଡାଜାହାଜ ବୋଲି କହିଥିଲେ। ଆରସିପି ସିଂଙ୍କ ଇସ୍ତଫା ହିଁ ଭାଜପା ଏବଂ ଜେଡିୟୁ କଳିର ମୁଖ୍ୟ କାରଣ ବୋଲି କୁହାଯାଉଛି। ଏହି ଘଟଣା ପରେ ନୀତୀଶ ଭାଜପା ହାତ ଛାଡି ମହାମେଣ୍ଟ ସହ ମିଶି ରାଜ୍ୟରେ ସରକାର ଗଠନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri