Posted inଜାତୀୟ

‘ସାତ ଜନ୍ମରେ ପ୍ରଧାନମନ୍ତ୍ରୀ ହୋଇପାରିବେ ନାହିଁ ନୀତୀଶ’

ପାଟନା,୧୮।୮: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଆରସିପି ସିଂ ଗୁରୁବାର ଭାଜପାରେ ଯୋଗଦେବେ ବୋଲି ଘୋଷଣା କରିଛନ୍ତି। ବିହାରରେ ନୂତନ ସରକାର ଗଠନ ପରେ ପୂର୍ବତନ ଜେଡିୟୁ ନେତା ଆରସିପି ସିଂ କହିଛନ୍ତି, ମୁଁ ସମ୍ପୂର୍ଣ୍ଣ ଭାବେ ଭାଜପାରେ ଯୋଗଦେବି। ନୀତୀଶ କୁମାର ବିହାରର ଲୋକଙ୍କ ପ୍ରତି ବିଶ୍ୱାସଘାତକତା କରିଛନ୍ତି। ତାଙ୍କୁ ଉତ୍ତର ଦେବାକୁ ପଡିବ। ଚେୟାର ପାଇଁ ସେ ଯେକୌଣସି ବ୍ୟକ୍ତିଙ୍କ ସହ ହାତ ମିଳାଇ ପାରିବେ। ନୀତୀଶ କୁମାର ସାତ ଜନ୍ମରେ ମଧ୍ୟ ପ୍ରଧାନମନ୍ତ୍ରୀ ହୋଇପାରିବେ ନାହିଁ ବୋଲି ସେ କହିଛନ୍ତି।
ମନ୍ତ୍ରୀ ହେବାର ଅଭିଯୋଗ ଉପରେ ଆରସିପି ସିଂ ମଧ୍ୟ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ନୀତୀଶ କୁମାରଙ୍କ ନିର୍ଦ୍ଦେଶରେ ମୁଁ କେନ୍ଦ୍ରରେ ମନ୍ତ୍ରୀ ହୋଇଥିଲି। ଯଦି ନୀତୀଶ ଜୀ କହୁଛନ୍ତି ଯେ, ମୁଁ ତାଙ୍କୁ ନ ପଚାରି ମନ୍ତ୍ରୀ ହୋଇଥିଲି, ତେବେ ସେ ସମ୍ପୂର୍ଣ୍ଣ ମିଛ କହୁଛନ୍ତି।
ସୂଚନାଯୋଗ୍ୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଜେଡିୟୁର ଜଣେ ମାତ୍ର ସଦସ୍ୟଙ୍କୁ ମନ୍ତ୍ରୀ କରାଯିବ ବୋଲି ଭାଜପା ପ୍ରସ୍ତାବ ଦେଇଥିଲା। ନୀତିଶ କୁମାର ଭାଜପାର ଏହି ପ୍ରସ୍ତାବକୁ ଅଗ୍ରାହ୍ୟ କରିଥିଲେ। କିନ୍ତୁ ଜେଡିୟୁର ଅନ୍ୟତମ ବରିଷ୍ଠ ନେତା ଆରସିପି ସିଂ ଭାଜପାର ପ୍ରସ୍ତାବକୁ ଗ୍ରହଣ କରି କେନ୍ଦ୍ରମନ୍ତ୍ରୀ ହୋଇଥିଲେ। ହେଲେ ତାଙ୍କର ରାଜ୍ୟ ସଭା କାର୍ଯ୍ୟକାଳ ପୂରଣ ହୋଇଯିବାରୁ ଜେଡିୟୁ ତାଙ୍କୁ ଆଉ ଥରେ ପ୍ରାର୍ଥୀ କରି ନ ଥିଲା। ଫଳରେ ସେ ଦଳରୁ ଇସ୍ତଫା ଦେଇଥିଲେ। ଇସ୍ତଫା ଦେବା ପରେ ଆରସିପି ସିଂ ନୀତିଶ କୁମାରଙ୍କୁ ସମାଲୋଚନା କରି ଜେଡିୟୁ ଗୋଟିଏ ବୁଡାଜାହାଜ ବୋଲି କହିଥିଲେ। ଆରସିପି ସିଂଙ୍କ ଇସ୍ତଫା ହିଁ ଭାଜପା ଏବଂ ଜେଡିୟୁ କଳିର ମୁଖ୍ୟ କାରଣ ବୋଲି କୁହାଯାଉଛି। ଏହି ଘଟଣା ପରେ ନୀତୀଶ ଭାଜପା ହାତ ଛାଡି ମହାମେଣ୍ଟ ସହ ମିଶି ରାଜ୍ୟରେ ସରକାର ଗଠନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ, ଗିରଫ ହେଲେ ନାବାଳକ ଅଭିଯୁକ୍ତ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଶଙ୍କର ଜେନାଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

ଏସୀୟ କ୍ରୀଡ଼ା: ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ, ସିଙ୍ଗାପୁରକୁ ହରାଇ ସେମିରେ ସ୍ଥାନ ପକ୍କା

କାକାମିଗାହାରା,୨୭ା୯: ସୁନେଲିତା ଟପ୍ପୋଙ୍କ ଡବଲ ଗୋଲ ବଳରେ ଭାରତୀୟ ମହିଳା ହକି ଦଳ ୭-୦ ଗୋଲରେ ସିଙ୍ଗାପୁରକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି। ଭାରତ ପାଇଁ ଅଧିନାୟିକା…

ଏହି ୫ ରାଶି ସବୁଠୁ ଦୁଃଖୀ ରାଶି, ଅଧିକ ପାଇବା ଆଶାରେ ରହନ୍ତି ଅସନ୍ତୁଷ୍ଟ, ପଢନ୍ତୁ ଆପଣଙ୍କ ରାଶି ଅଛି କି…

ଶାସ୍ତ୍ରରେ କୁହାଯାଇଛି, ଯେଉଁ ବ୍ୟକ୍ତି ସନ୍ତୁଷ୍ଟ ରହନ୍ତି ସେ ସବୁବେଳେ ସୁଖୀ ରହନ୍ତି। ସନ୍ତୋଷକୁ ମଣିଷର ସବୁଠାରୁ ବଡ଼ ଶକ୍ତି ବୋଲି ମଧ୍ୟ କୁହାଯାଏ। କିନ୍ତୁ ଏପରି…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?