Posted inଜାତୀୟ

ବିହାର ରାଜନୀତିରେ ନୂଆ ଟୁଇଷ୍ଟ୍‌: ଉପେନ୍ଦ୍ର କୁଶୱାହା କହିଲେ, ‘ଅଲ୍‌ ଇଜ୍‌ ଓ୍ବେଲ୍‌’

ପାଟନା,୯।୬: ବିହାରରେ ରାଜନୈତିକ ହଲ୍‌ଚଲ୍‌ ଦେଖିବାକୁ ମିଳିଛି। ରାଜ୍ୟରେ ଭାଜପା ଏବଂ ଜେଡିୟୁ ମଧ୍ୟରେ ଫାଟ ସୃଷ୍ଟି ହୋଇଥିବା ଚର୍ଚ୍ଚା ହେଉଛି। ଏଭଳି ଚର୍ଚ୍ଚା ଭିତରେ ମଙ୍ଗଳବାର ଏକ ନୂଆ ଟୁଇଷ୍ଟ୍‌ ଆସିଛି। ଜେଡିୟୁ ନେତା ଉପେନ୍ଦ୍ର କୁଶୱାହା କହିଛନ୍ତି, ଜେଡିୟୁ ଏବଂ ଭାଜପା ସରକାରରେ ଅଲ୍‌ ଇଜ୍‌ ଓ୍ବେଲ୍‌ ଅର୍ଥାତ୍‌ ସବୁକିଛି ଠିକ ଅଛି। ବର୍ତ୍ତମାନ ସମୟରେ କୌଣସି ଅସୁବିଧା ନାହିଁ। ଭବିଷ୍ୟତରେ କଣ ହେବ, ଏହା କହିବା କଷ୍ଟକର।
ସୂଚନାଯୋଗ୍ୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଜେଡିୟୁର ଜଣେ ମାତ୍ର ସଦସ୍ୟଙ୍କୁ ମନ୍ତ୍ରୀ କରାଯିବ ବୋଲି ଭାଜପା ପ୍ରସ୍ତାବ ଦେଇଥିଲା। ନୀତିଶ କୁମାର ଭାଜପାର ଏହି ପ୍ରସ୍ତାବକୁ ଅଗ୍ରାହ୍ୟ କରିଥିଲେ। କିନ୍ତୁ ଜେଡିୟୁର ଅନ୍ୟତମ ବରିଷ୍ଠ ନେତା ଆରସିପି ସିଂହ ଭାଜପାର ପ୍ରସ୍ତାବକୁ ଗ୍ରହଣ କରି କେନ୍ଦ୍ରମନ୍ତ୍ରୀ ହୋଇଥିଲେ। ହେଲେ ତାଙ୍କର ରାଜ୍ୟ ସଭା କାର୍ଯ୍ୟକାଳ ପୂରଣ ହୋଇଯିବାରୁ ଜେଡିୟୁ ତାଙ୍କୁ ଆଉ ଥରେ ପ୍ରାର୍ଥୀ କରି ନ ଥିଲା। ଫଳରେ ସେ ଗଥ ଶନିବାର ଦଳରୁ ଇସ୍ତଫା ଦେଇଥିଲେ। ଇସ୍ତଫା ଦେବା ପରେ ଆରସିପି ସିଂ ନୀତିଶ କୁମାରଙ୍କୁ ସମାଲୋଚନା କରି ସାତ ଜନ୍ମ ଚାଲିଗଲେ ସେ ପ୍ରଧାନମନ୍ତ୍ରୀ ହୋଇ ପାରିବେ ନାହିଁ। ଜେଡିୟୁ ଗୋଟିଏ ବୁଡାଜାହାଜ ବୋଲି କହିଥିଲେ। ଆରସିପି ସିଂଙ୍କ ଇସ୍ତାଫା ହିଁ ଭାଜପା ଏବଂ ଜେଡିୟୁ କଳିର ମୁଖ୍ୟ କାରଣ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

‘ମୋ ମୁଣ୍ଡ କାଟିଦେଲେ ବି ଭାଜପାକୁ ଯିବିନି…’, ଟିଏମସି କନ୍ଦଳ ଭିତରେ ଗର୍ଜିଲେ ମହୁଆ, କରିଦେଲେ ବଡ଼ ଖୁଲାସା

କୋଲକାତା,୮।୭: ପଶ୍ଚିମବଙ୍ଗରେ ଗତ ୧୫ ବର୍ଷ ଧରି କ୍ଷମତାରେ ଥିବା ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (TMC) ବର୍ତ୍ତମାନ ଏକ କଷ୍ଟକର ପରିସ୍ଥିତିର ସମ୍ମୁଖୀନ ହେଉଛି।…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍‌

ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ…

ରାଗିଗଲେ ଦିଦି! ନିଜ ଦଳୀୟ କର୍ମୀଙ୍କୁ ଚାପୁଡ଼ା ମାରିଲେ ମମତା ବାନାର୍ଜୀ, ଭିଡିଓ ଭାଇରାଲ୍

କୋଲକାତା,୮।୭: କୋଲକାତାରେ ଏକ ଦଳୀୟ ପ୍ରତିବାଦ ସମୟରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ଜଣେ ତୃଣମୂଳ କଂଗ୍ରେସ (ଟିଏମସି) କର୍ମୀଙ୍କୁ ଚାପୁଡ଼ା ମାରିଛନ୍ତି। ଏହି…

ଇରାନକୁ ପୁଣି ଟ୍ରମ୍ପଙ୍କ ଖୋଲା ଧମକ, କହିଲେ..’ଆମେ ସମ୍ପୂର୍ଣ୍ଣ ପ୍ରସ୍ତୁତ, ଆବଶ୍ୟକ ପଡ଼ିଲେ ଆଜି ରାତିରେ…’

ଓ୍ବାଶିଂଟନ,୮।୭: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ତିକ୍ତତା ଚରମ ସୀମାରେ ପହଞ୍ଚିଛି। ସାମୁଦ୍ରିକ ସୁରକ୍ଷା ବିପନ୍ନ ହେବା ଯୋଗୁ ହର୍ମୁଜ୍ ଷ୍ଟ୍ରେଟ୍ ରେ ଶତାଧିକ ଜାହାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri