Categories: ଜାତୀୟ

ଉଠିଲା ଲକ୍‌ଡାଉନ୍‌: ଅପରାହ୍ନ ୫ ପର୍ଯ୍ୟନ୍ତ ଖୋଲିବ ଦୋକାନ ବଜାର

ପାଟନା,୮।୬:ଦେଶରେ କରୋନାର ଦ୍ୱିତୀୟ ଲହରରେ ସଂକ୍ରମଣ କମିବା ପରେ ବିଭିନ୍ନ ରାଜ୍ୟରେ କଟକଣା ସାମାନ୍ୟ କୋହଳ କରାଯାଇଛି। ମଙ୍ଗଳବାର ବିହାରରେ ଲକଡାଉନ୍‌ କଟକଣା ଉଠାଇ ଦିଆଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ନୀତିଶ କୁମାର ସୂଚନା ଦେଇଛନ୍ତି। ଦୀର୍ଘ ମାସେ ପରେ ଏହି ନିଷ୍ପତ୍ତି ନିଆଯାଇଛି। କିନ୍ତୁ ସନ୍ଧ୍ୟା ୭ଟାରୁ ସକାଳ ୫ଟା ପର୍ଯ୍ୟନ୍ତ ରାତ୍ରୀ କର୍ଫ୍ୟୁ ଜାରି ରହିବ ବୋଲି ନିଷ୍ପତ୍ତି ନିଆଯାଇଛି। ଏହାସହ ସମସ୍ତ ସରକାରୀ ଏବଂ ବେସରକାରୀ କାର୍ଯ୍ୟାଳୟ ୫୦ ପ୍ରତିଶତ କର୍ମଚାରୀ ସହ ଅପରାହ୍ନ ୪ ପର୍ଯ୍ୟନ୍ତ ଖୋଲା ରହିବ। ସେହିପରି ଅନ୍‌ଲାଇନ୍‌ ଶିକ୍ଷା ମଧ୍ୟ ଚାଲିବ। ମୁଖ୍ୟମନ୍ତ୍ରୀ କହିଛନ୍ତି, ଲକ୍‌ଡାଉନ୍‌ ଯୋଗୁ କରୋନା ସଂକ୍ରମଣ ହ୍ରାସ ପାଇଛି। ତେଣୁ ବଜାରରେ ଭିଡ କରିବା ଉଚିତ୍‌ ନୁହେଁ ବୋଲି ସେ କହିଛନ୍ତି।

Share