ଜୁନ ୮ପର୍ଯ୍ୟନ୍ତ ରାଜ୍ୟରେ ବଢ଼ିଲା ଲକ୍‌ଡାଉନ: ଜାଣନ୍ତୁ କ’ଣ ଖୋଲା କ’ଣ ବନ୍ଦ

ପାଟନା,୩୧।୫: କରୋନା ସଙ୍କଟକୁ ଦୃଷ୍ଟିରେ ରଖି ବିହାରରେ ପୁଣିଥରେ ଲକ୍‌ଡାଉନ ବୃଦ୍ଧି କରାଯାଇଛି। ଏଣିକି ଜୁନ ୮ପର୍ଯ୍ୟନ୍ତ ରାଜ୍ୟରେ ପୂର୍ବଭଳି ରହିବ ଲକ୍‌ଡାଉନ କଟକଣା। ଏନେଇ ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଟୁଇଟ କରି ଘୋଷଣା କରିଛନ୍ତି। ସୋମବାର କ୍ରାଇସିସ୍‌ ମ୍ୟାନେଜମେଣ୍ଟ ଗ୍ରୁପ୍‌ ସହ ହୋଇଥିବା ବୈଠକ ପରେ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଏଥିସହ ସରକାର ଏକ ନୂଆ ଗାଇଡ୍‌ଲାଇନ ଜାରି କରି କେତେକ କଟକଣା କୋହଳ କରିଛନ୍ତି। ତେବେ ନୂଆ ଗାଇଡ୍‌ଲାଇନ ଅନୁସାରେ ଦୋକାନ ଖୋଲିବା ନେଇ ନୂଆ ମାର୍ଗଦର୍ଶିକା ଜାରି କରାଯାଇଛି। ଗୋଟିଏ ଦିନର ଅନ୍ତରରେ ସମସ୍ତ ଆବଶ୍ୟକୀୟ ଦୋକାନ ଯଥା ଫଳ, ପନିବରିବା, ବିହନ ଓ ଚାଷ ଉପକରଣ ଦୋକାନ ସବୁ ସକାଳ ୬ଟାରୁ ଦ୍ୱିପ୍ରହର ୨ଟା ପର୍ଯ୍ୟନ୍ତ ଖୋଲା ରହିବ। ତେବେ ଏହି ସମୟରେ ଲୋକମାନେ କିପରି ସାମାଜିକ ଦୂରତ୍ୱ ରକ୍ଷା କରିବେ ଓ ମାସ୍କ ପିନ୍ଧିବେ ସେନେଇ ଜିଲାପାଳ ତଦାରଖ କରିବେ। ଏଥିସହ ଘରୋଇ କାର୍ଯ୍ୟାଳୟ, ସ୍କୁଲ କଲେଜ ଆଦି ବନ୍ଦ ରହିଥିବା ବେଳେ ସରକାରୀ କାର୍ଯ୍ୟାଳୟରେ ମାତ୍ର ୨୫ ପ୍ରତିଶତ କର୍ମଚାରୀଙ୍କୁ ନେଇ କାର୍ଯ୍ୟ କରାଯିବ ବୋଲି ସରକାର ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ରେଳ ଓ ବିମାନ ସେବା ସମେତ କେବଳର ଦୁର ଦୂରାନ୍ତକୁ ଯାତ୍ରା କରୁଥିବା ଲୋକଙ୍କୁ ପବ୍ଲିକ ଟ୍ରାନ୍ସପୋର୍ଟ ବ୍ୟବହାର ପାଇଁ ଅନୁମତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri