ଏହି ରାଜ୍ୟରେ ମେ’୩୧ ଯାଏ ମାତ୍ର ୪ଘଣ୍ଟା ଚାଲିବ ବ୍ୟାଙ୍କ ସେବା

ପାଟନା,୧୭।୫: ଦେଶରେ କରୋନା ସଙ୍କଟ ଜାରି ରହିଛି। ସୋମବାର ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନାକୁ ରୋକିବା ପାଇଁ ବିଭିନ୍ନ ରାଜ୍ୟରେ ଲକ୍‌ଡାଉନ ଘୋଷଣା କରାଯାଇଛି। ରାଜ୍ୟରେ ଲକ୍‌ଡାଉନ ପ୍ରଭାବ ପକାଉଥିବାରୁ ଏହାର ଅବଧିକୁ ବଢ଼ାଇବାକୁ ରାଜ୍ୟସରକାର ଏବେ ନିଷ୍ପତ୍ତି ନେଉଛନ୍ତି। ଏହିକ୍ରମରେ ବିହାରରେ ମଧ୍ୟ ଲକ୍‌ଡାଉନର ଅବଧିକୁ ବୃଦ୍ଧି କରାଯାଇଛି। ରାଜ୍ୟରେ ମେ’ ୨୫ପର୍ଯ୍ୟନ୍ତ ଲକ୍‌ଡାଉନ ଘୋଷଣା କରିଛନ୍ତି ସରକାର। ଏହି ସମୟରେ କେବଳ ଜରୁରୀ ସେବାକୁ ଛାଡ଼ି ଦେଲେ ସ୍କୁଲ, କଲେଜ ଆଦି ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ସହରାଞ୍ଚଳରେ ରାଶନ, ପନିପରିବା ଦୋକାନ ଆଦି ସକାଳ ୬ଟାରୁ ୧୦ଟା ପର୍ଯ୍ୟନ୍ତ ଓ ଗ୍ରାମାଞ୍ଚଳରେ ସକାଳ ୮ଟାରୁ ୧୨ଟା ପର୍ଯ୍ୟନ୍ତ ଖୋଲା ରହିବ। ସେହିପରି ବିବାହ ଉତ୍ସବରେ କଟକଣା ଲଗାଯାଇଛି। ମାତ୍ର ୨୦ଜଣ ବ୍ୟକ୍ତିଙ୍କ ଉପସ୍ଥିତିରେ ବିବାହ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏତଦ୍‌ ବ୍ୟତୀତ ରାସ୍ତାରେ ଅନାବଶ୍ୟକ ପଦଯାତ୍ରା ଉପରେ ରୋକୋ ଲଗାଯାଇଛି। ବିନା କାର୍ଯ୍ୟରେ ଯଦି କୌଣସି ବ୍ୟକ୍ତି ଗାଡ଼ିରେ ରାସ୍ତାରେ ବୁଲୁଥିବେ ତେବେ ତାଙ୍କଠାରୁ ୨ହଜାର ଟଙ୍କା ଜରିମାନା ଆଦାୟ କରାଯିବ। ଅନ୍ୟପଟେ ରାଜ୍ୟରେ ବ୍ୟାଙ୍କିଙ୍ଗ୍‌ ସେବାର ସମୟ ଅବଧିରେ ପରିବର୍ତ୍ତନ କରାଯାଇଛି। ଏଣିକି ମେ’ ୩୧ ପର୍ଯ୍ୟନ୍ତ ସକାଳ ୧୦ଟାରୁ ଦ୍ୱିପ୍ରହର ୨ଟା ଯାଏ ବ୍ୟାଙ୍କ ସେବା ଜାରି ରହିବ। ଏଥିସହ ବ୍ୟାଙ୍କରେ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ କାର୍ଯ୍ୟ କରାଯିବ ବୋଲି କୋଭିଡ ଗାଇଡ୍‌ଲାଇନ୍‌ରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri