ଏହି ରାଜ୍ୟରେ ମେ’୩୧ ଯାଏ ମାତ୍ର ୪ଘଣ୍ଟା ଚାଲିବ ବ୍ୟାଙ୍କ ସେବା

ପାଟନା,୧୭।୫: ଦେଶରେ କରୋନା ସଙ୍କଟ ଜାରି ରହିଛି। ସୋମବାର ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନାକୁ ରୋକିବା ପାଇଁ ବିଭିନ୍ନ ରାଜ୍ୟରେ ଲକ୍‌ଡାଉନ ଘୋଷଣା କରାଯାଇଛି। ରାଜ୍ୟରେ ଲକ୍‌ଡାଉନ ପ୍ରଭାବ ପକାଉଥିବାରୁ ଏହାର ଅବଧିକୁ ବଢ଼ାଇବାକୁ ରାଜ୍ୟସରକାର ଏବେ ନିଷ୍ପତ୍ତି ନେଉଛନ୍ତି। ଏହିକ୍ରମରେ ବିହାରରେ ମଧ୍ୟ ଲକ୍‌ଡାଉନର ଅବଧିକୁ ବୃଦ୍ଧି କରାଯାଇଛି। ରାଜ୍ୟରେ ମେ’ ୨୫ପର୍ଯ୍ୟନ୍ତ ଲକ୍‌ଡାଉନ ଘୋଷଣା କରିଛନ୍ତି ସରକାର। ଏହି ସମୟରେ କେବଳ ଜରୁରୀ ସେବାକୁ ଛାଡ଼ି ଦେଲେ ସ୍କୁଲ, କଲେଜ ଆଦି ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ସହରାଞ୍ଚଳରେ ରାଶନ, ପନିପରିବା ଦୋକାନ ଆଦି ସକାଳ ୬ଟାରୁ ୧୦ଟା ପର୍ଯ୍ୟନ୍ତ ଓ ଗ୍ରାମାଞ୍ଚଳରେ ସକାଳ ୮ଟାରୁ ୧୨ଟା ପର୍ଯ୍ୟନ୍ତ ଖୋଲା ରହିବ। ସେହିପରି ବିବାହ ଉତ୍ସବରେ କଟକଣା ଲଗାଯାଇଛି। ମାତ୍ର ୨୦ଜଣ ବ୍ୟକ୍ତିଙ୍କ ଉପସ୍ଥିତିରେ ବିବାହ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏତଦ୍‌ ବ୍ୟତୀତ ରାସ୍ତାରେ ଅନାବଶ୍ୟକ ପଦଯାତ୍ରା ଉପରେ ରୋକୋ ଲଗାଯାଇଛି। ବିନା କାର୍ଯ୍ୟରେ ଯଦି କୌଣସି ବ୍ୟକ୍ତି ଗାଡ଼ିରେ ରାସ୍ତାରେ ବୁଲୁଥିବେ ତେବେ ତାଙ୍କଠାରୁ ୨ହଜାର ଟଙ୍କା ଜରିମାନା ଆଦାୟ କରାଯିବ। ଅନ୍ୟପଟେ ରାଜ୍ୟରେ ବ୍ୟାଙ୍କିଙ୍ଗ୍‌ ସେବାର ସମୟ ଅବଧିରେ ପରିବର୍ତ୍ତନ କରାଯାଇଛି। ଏଣିକି ମେ’ ୩୧ ପର୍ଯ୍ୟନ୍ତ ସକାଳ ୧୦ଟାରୁ ଦ୍ୱିପ୍ରହର ୨ଟା ଯାଏ ବ୍ୟାଙ୍କ ସେବା ଜାରି ରହିବ। ଏଥିସହ ବ୍ୟାଙ୍କରେ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ କାର୍ଯ୍ୟ କରାଯିବ ବୋଲି କୋଭିଡ ଗାଇଡ୍‌ଲାଇନ୍‌ରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଭାଇର ପ୍ରେମ ପାଇଁ ସାନ ଭାଇକୁ ଗୁଳି: ପାଣ୍ଡରାସିଙ୍ଗାରେ ରାସ୍ତାରୋକ, ହତ୍ୟାକାଣ୍ଡକୁ ନେଇ ତୀବ୍ର ଉତ୍ତେଜନା

ଗଣିଆ,୧୫।୬: ନୟାଗଡ଼ ଜିଲାର ଗଣିଆ ଅଞ୍ଚଳରେ ଗ୍ୟାରେଜ ମାଲିକ ରବୀନ୍ଦ୍ରଙ୍କ ହତ୍ୟା ଘଟଣାକୁ ନେଇ ସୋମବାର ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। କଣ୍ଟିଲୋ–ଗଣିଆ ମୁଖ୍ୟ ରାସ୍ତାର ପାଣ୍ଡରାସିଙ୍ଗା…

ପୋଖରୀର ଦୂଷିତ ପାଣି ପିଉଛନ୍ତି ଗ୍ରାମବାସୀ

ମହାକାଳପଡ଼ା,୧୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟ୍‌ଛେଲା ଗ୍ରାମରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ମହିଳାମାନେ ପାନୀୟଜଳ ସମସ୍ୟା ଯୋଗୁ ଗଡ଼ିଆ, ପୋଖରୀର…

୧୮ରେ ଖୋଲିବ ସ୍କୁଲ; ଖରା ବଢ଼ିଲେ ପୁନର୍ବିଚାର…

ଭୁବନେଶ୍ୱର,୧୫।୬: ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ନେଇ ସ୍କୁଲ ଖୋଲିବା ନ ଖୋଲିବା ଚର୍ଚ୍ଚା ମଧ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୋମବାର ମସ୍ପଷ୍ଟ କରିଛନ୍ତି।…

କେନାଲ ଗଛରେ ଝୁଲୁଛି ମେଡିକାଲ କର୍ମଚାରୀଙ୍କ ମୃତଦେହ

ଭବାନୀପାଟଣା,୧୫।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଉଦେପୁର-ଗୋପିନାଥପୁର କେନାଲ ନିକଟସ୍ଥ ଏକ ଗଛରୁ ସୋମବାର ଜଣେ ମେଡିକାଲ କର୍ମଚାରୀଙ୍କ ଝୁଲନ୍ତା ମୃତ…

ଆମେରିକା-ଇରାନ ଚୁକ୍ତି ଭାରତର ବଲ୍ଲେ-ବଲ୍ଲେ: ପାଇବ ସର୍ବାଧିକ ଲାଭ

ନୂଆଦିଲ୍ଲୀ,୧୫।୬: ମାସ ମାସର ସଂଘର୍ଷ ପରେ, ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଶେହବାଜ…

ସର୍ଟସର୍କିଟ୍‌ରୁ ଅଗ୍ନିକାଣ୍ଡ: ୩ ବଖରା ଘର ଜଳିପୋଡ଼ି ଛାରଖାର

ତିହିଡି,୧୫।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନସ୍ଥ କୋଠାର ପଞ୍ଚାୟତର ମହନ୍ତ ସାହିରେ ସୋମବାର ଏକ ଅଭାବନୀୟ ଅଗ୍ନିକାଣ୍ଡ ଘଟିଛି। ଗ୍ରାମର ସୁବାସ ଚନ୍ଦ୍ର ସେଠୀ…

ଘାସ କାଟିବାକୁ ଯାଇଥିଲେ ମହିଳା, ନିଶାଦେଇ ଗଣବଳାତ୍କାର କଲେ ୫ ଯୁବକ: ଆଉ ତା’ପରେ…

ମୁଜାଫରନଗର(ଉତ୍ତର ପ୍ରଦେଶ), ୧୫ା୬ (ପି.ଟି.):ଉତ୍ତର ପ୍ରଦେଶର ମୁଜାଫରନଗର ଜିଲାରେ ଜଣେ ୨୪ ବର୍ଷୀୟା ମହିଳାଙ୍କୁ ନିଶାଦ୍ରବ୍ୟ ପିଆଇ ୫ ଜଣ ଯୁବକ ଗଣବଳାତ୍କାର କରିଥିବା ରବିବାର ପୋଲିସ…

ଚାଷଜମିରେ କାଳ ସାଜିଲା ବଜ୍ରପାତ, ନାବାଳକଙ୍କ ଜୀବନ ଗଲା,୨ ଗୁରୁତର ହୋଇ…

ଅମରପାଲି,୧୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଥିବାବେଳେ ଆଉ ଦୁଇଜଣ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri