୨୬ ଦିନରେ ଗଲା ୩୭ଜଣଙ୍କ ଜୀବନ: ପଦାରେ ପଡ଼ିଲା ପ୍ରଶାସନର ଅବ୍ୟବସ୍ଥା

ମୁଜଫରପୁର,୧୯।୫: ବିହାରରେ କରୋନା ସ୍ଥିତି ଅଣାୟତ୍ତ ହେବାରେ ଲାଗିଥିବା ବେଳେ ଏବେ ଏହାର ପ୍ରଭାବ ଗ୍ରାମାଞ୍ଚଳରେ ମଧ୍ୟ ଦେଖିବାକୁ ମିଳିଛି। ରାଜ୍ୟ ଗ୍ରାମାଞ୍ଚଳର ପଞ୍ଚାୟତରେ ଥିବା ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକର ଅବସ୍ଥା ନ କହିଲେ ଭଲ। ଏଭଳି ସ୍ଥିତିରେ କିଭଳି ସେଠାରେ କରୋନା ଚିକିତ୍ସା ହୋଇପାରିବ ତାହା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏଭଳି ସ୍ଥିତିରେ ମୁଜଫରପୁର ଜିଲାର ସରମସପୁର ପଞ୍ଚାୟତରେ ଗତ ୨୬ ଦିନରେ ୩୭ଜଣ ଲୋକଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଲଗାତାର ଭାବେ ଲୋକଙ୍କ ମୃତ୍ୟୁ ହୋବରୁ ଗାଁରେ ଭୟର ବାତାବରଣ ଖେଳିଯାଇଛି। ସୂଚନା ମୁତାବକ ସରମସପୁର ପଞ୍ଚାୟତରେ ମାସକ ଅନ୍ତରାଳରେ ପାଖାପାଖି ୩୭ଜଣଙ୍କ ଜୀବନ ହାନି ଘଟିଥିବା ବେଳେ ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ବାହାରୁ ନାହାନ୍ତି। ଏନେଇ ଗାଁଲୋକଙ୍କୁ ପଚାରିଯିବାରୁ ସେ କହିଛନ୍ତି, ମୃତ୍ୟୁ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରେ ଅନେକ ଲୋକଙ୍କ ନିକଟରେ କରୋନା ଲକ୍ଷଣ ଦେଖାଯାଇଥିଲା। କିନ୍ତୁ କେହି ନିଜର ଯାଞ୍ଚ କରାଇ ନ ଥିଲେ। ଅନ୍ୟପଟେ ଗାଁରେ ଲୋକଙ୍କ ଯାଞ୍ଚ ସୁବିଧା ମଧ୍ୟ ନାହିଁ। ଏନେଇ ପ୍ରଶାସନକୁ ଅବଗତ କରାଇବାରୁ ସେ ଯାଞ୍ଚ କିଟ୍‌ ନାହିଁ ବୋଲି କହିଥିଲେ। ତେବେ ପ୍ରଶାସନର ଉଦାସୀନତା ଯୋଗୁ ଲୋକଙ୍କ ଟେଷ୍ଟ ଓ ଚିକିତ୍ସା ହୋଇପାରୁନି ବୋଲି ଉକ୍ତ ପଞ୍ଚାୟତର ସରପଞ୍ଚ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri