Posted inଜାତୀୟ

ପ୍ରେମିକ ସହ ସ୍ତ୍ରୀଙ୍କୁ ବାହା କଲେ ସ୍ବାମୀ

ପାଟନା:
ପ୍ରେମ ଅନ୍ଧ। କିନ୍ତୁ ବିବାହିତ ହୋଇ ଅନ୍ୟ ଜଣଙ୍କ ସହ ପ୍ରେମ ସମ୍ପର୍କରେ ରହିବା ପାପ। ଅନୈତିକ ସମ୍ପର୍କକୁ ନେଇ ଅନେକ ସ୍ଥାନରେ ଝଗଡ଼ା ସାଙ୍ଗକୁ ହତ୍ୟାକାଣ୍ଡ ଘଟୁଥିବା ଦେଖିବାକୁ ମିଳିଛି। ଏ ପ୍ରକାର ଘଟଣାର ଅନ୍ତ ଖୁସପ୍ରଦ ହୋଇ ନ ଥିବାବେଳେ କିନ୍ତୁ ବିହାରର ନଓ୍ବାଦାରେ ଘଟିଛି କିଛି ଅଲଗା। ବିଳମ୍ବିତ ରାତିରେ ସ୍ତ୍ରୀଙ୍କୁ ପ୍ରେମିକ ସହ ପାଇବା ପରେ ସ୍ବାମୀ ଦୁହିଁଙ୍କ ବିବାହ କରିଦେଇଛନ୍ତି। ରାତିରେ ସ୍ବାମୀ କାମକୁ ଚାଲିଯିବା ପରେ ସ୍ତ୍ରୀ ତାଙ୍କ ପ୍ରେମିକଙ୍କୁ ଭେଟିବା ପାଇଁ ତାଙ୍କ ଘରକୁ ଯାଇଥିଲେ। ସମ୍ପର୍କୀୟ ସେମାନଙ୍କୁ ଏକାଠି ଦେଖିବା ପରେ ଗାଁ ସାରା କଥା ହାଲା ହୋଇଯାଇଥିଲା। ଘଟଣା ସମ୍ପର୍କରେ ଜାଣିବା ପରେ ସ୍ବାମୀ ଦୁହିଁଙ୍କୁ ନିକଟସ୍ଥ ଶିବ ମନ୍ଦିରକୁ ନେଇଯାଇଥିଲେ। ସେଠାରେ ଗାଁ ଲୋକଙ୍କ ଉପସ୍ଥିତିରେ ଦୁହିଁଙ୍କ ବିବାହ ହୋଇଥିଲେ। ଖବର ମୁତାବକ ମହିଳାଙ୍କ ୨ଟି ପିଲା ଥିବାବେଳେ ତାଙ୍କ ପ୍ରେମିକ ମଧ୍ୟ ବିବାହିତ ଏବଂ ତାଙ୍କର ୩ ପିଲା ଅଛନ୍ତି। ୧୯୯୯ ମସିହାରେ ରିଲିଜ୍‌ ହୋଇଥିବା ସୁପରହିଟ୍‌ ଫିଲ୍ମ ‘ହମ୍‌ ଦିଲ୍‌ ଦେ ଚୁକେ ସନମ’ରୁ ପ୍ରୋତ୍ସାହିତ ହୋଇ ସ୍ବାମୀ ତାଙ୍କ ସ୍ତ୍ରୀଙ୍କ ବିବାହ କରିବା ପାଇଁ ନିଷ୍ପତ୍ତି ନେଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri