Posted inଜାତୀୟ

୫ ମହଲା ଉପରୁ ୨ ନାବାଳିକାଙ୍କୁ ଫିଙ୍ଗିଲେ ଯୁବକ, ଆଉ ତା’ପରେ

ପାଟନା,୪।୨: ବିହାରର ରାଜଧାନୀ ପାଟନାରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ଯୁବକ ୨ ନାବାଳିକାଙ୍କୁ ୫ ମହଲାରୁ ଫିଙ୍ଗି ଦେଇଛନ୍ତି। ଏଥିମଧ୍ୟରୁ ଜଣେ ଝିଅଙ୍କର ମୃତ୍ୟୁ ଘଟିଥିବା ଅନ୍ୟ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ପୋଲିସ ଯୁବକଙ୍କୁ ଗିରଫ କରିଛି। ଏହି ଘଟଣାରେ ରାଗିଯାଇ ଲୋକମାନେ ପୋଲିସ ଷ୍ଟେଶନକୁ ଘେରିଛନ୍ତି ଏବଂ କାର୍ଯ୍ୟାନୁଷ୍ଠାନ ବିଷୟରେ ବିସ୍ତୃତ ସୂଚନା ମାଗିଛନ୍ତି। ଉତ୍ତ୍ୟକ୍ତ ଲୋକେ ପୋଲିସ ଗାଡି ପୋଡିଦେଇଛନ୍ତି। ସମ୍ପୃକ୍ତ ନାବାଳିକା ଦୁଇ ଭଉଣୀ ବୋଲି ଜଣାପଡିଛି।
ସୂଚନାଯୋଗ୍ୟ, ଘଟଣା ବିଷୟରେ ସୂଚନା ପାଇଁ ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ପରେ ଲୋକମାନେ ପଥର ଫିଙ୍ଗିଥିଲେ। ଏଥିରେ କିଛି ପୋଲିସ କର୍ମଚାରୀ ମଧ୍ୟ ଆହତ ହୋଇଛନ୍ତି। କୁହାଯାଉଛି ଯେ ଲୋକମାନେ ଅଭିଯୁକ୍ତକୁ ଧରି ମାଡ ମାରିଥିଲେ, ସେଠାରେ ପହଞ୍ଚିଥିବା ପୋଲିସ ଅଭିଯୁକ୍ତକୁ ଗିରଫ କରି ପୋଲିସ ଷ୍ଟେଶନକୁ ଯାଇଥିଲା।
ସ୍ଥାନୀୟ କାଉନସିଲର ସତୀଶ କୁମାର କହିଛନ୍ତି, ଗିରଫ ହୋଇଥିବା ବ୍ୟକ୍ତି ଏଠାରେ ରହନ୍ତି ନାହିଁ। ସେ କେଉଁଠାରୁ ଆସିଛନ୍ତି ତାହା ଜାଣି ନାହାଁନ୍ତି। ସେପଟେ ଅଭିଯୁକ୍ତ ଜଣଙ୍କ ଦରଭଙ୍ଗାରେ ରୁହନ୍ତି। ତାଙ୍କୁ ପଚରାଉଚରା ଚାଲିଛି ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

କେତୁଙ୍କ ନକ୍ଷତ୍ର ପରିବର୍ତ୍ତନ: ୩ ରାଶିଙ୍କୁ ଅଚାନକ ମିଳିବ ଟଙ୍କା! ଚାକିରିରେ ବଡ଼ ଅଫର୍‌

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସମସ୍ତ ୯ଟି ଗ୍ରହ ମଧ୍ୟରୁ କିଛି ଶୁଭ ତ ଆଉ କିଛି ଅଶୁଭ ଗ୍ରହ ରହିଥାନ୍ତି। ଏଭଳି ସ୍ଥିତିରେ କେତୁଙ୍କ ଗଣନା ପାପୀ,…

ସୋମବାରରୁ ୩ ଦିନ ବ୍ୟାଙ୍କ ଷ୍ଟ୍ରାଇକ୍‌: ଜାଣନ୍ତୁ ରବିବାର କେଉଁ ବ୍ୟାଙ୍କ ଖୋଲା, କେଉଁଟା ବନ୍ଦ?

ନୂଆଦିଲ୍‌ଲୀ,୨୭।୯: ୨୮ ସେପ୍ଟେମ୍ୱର ଅର୍ଥାତ ସୋମବାରଠାରୁ ଦେଶର ସମସ୍ତ ବ୍ୟାଙ୍କ ତିନି ଦିନିଆ ଧର୍ମଘଟକୁ ଯାଉଛନ୍ତି। ଏହି ଧର୍ମଘଟ ୩୦ ସେପ୍ଟେମ୍ୱର ପର୍ଯ୍ୟନ୍ତ ଚାଲିବ, ଯାହା ଫଳରେ…

କ୍ଷମତାର ଦୁରୁପଯୋଗ

ଦୁର୍ନୀତି ଓ ଲାଞ୍ଚ, ଏହି ଦୁଇଟି ଶବ୍ଦକୁ ପରସ୍ପର ବଦଳରେ ବ୍ୟବହାର କରାଯାଇପାରେ। କିନ୍ତୁ ପ୍ରକୃତରେ ଲାଞ୍ଚ ଶବ୍ଦ ୧୬ଶ ଶତାବ୍ଦୀରେ ଉତ୍ପତ୍ତି ହୋଇଥିଲା। ଏହାର ଅର୍ଥ…

ସମୁଦ୍ର ଗର୍ଭରେ ଲୀନ ହେବ ଆଉ ୨ ମନ୍ଦିର

ଛତ୍ରପୁର,୨୭ା୯ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଦିନକୁ ଦିନ କ୍ଷୟ ହେବାରେ ଲାଗିଛି। ଗଭୀର ଅବପାତ ପ୍ରଭାବରେ ଉଚ୍ଚ ଜୁଆର କୂଳ…

ବୌଦ୍ଧ ବିଧାୟକଙ୍କ ନାଁରେ ଗିରଫ ପରୱାନା

ହରଭଙ୍ଗା,୨୭ା୯(ନରେନ୍ଦ୍ର କୁମାର ସାହୁ): ୨୦୨୪ରେ ଅନୁଷ୍ଠିତ ୧୭ତମ ବିଧାନସଭା ନିର୍ୱାଚନ ସମୟରେ ବର୍ତ୍ତମାନର ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

ହୀରାକୁଦର ୨୦ ଗେଟ୍‌ ଖୋଲିଲା: ବୈତରଣୀରେ ୮, ସାଳନ୍ଦୀରେ ୬ ବନ୍ୟା

ଭୁବନେଶ୍ୱର, ୨୭ା୯ (ବନ୍ଦନା ସେଠୀ): ଲଗାଣ ବର୍ଷା ଯୋଗୁ ଓଡ଼ିଶାର ବିଭିନ୍ନ ନଦୀରେ ବନ୍ୟାସ୍ଥିତି ଗମ୍ଭୀର ହୋଇଚାଲିଛି। ଦକ୍ଷିଣ ଓଡ଼ିଶାରେ ଦୁଇଦିନ ଧରି କେତେକ ନଦୀରେ ବନ୍ୟା…

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?