ଏମତି ଜଣାପଡ଼ିଥିଲା NEET ପେପର ଲିକ୍‌ ଘଟଣା, ପୋଲିସ୍‌କୁ ଆସିଲା କଲ୍‌, ତାପରେ…

ନୂଆଦିଲ୍ଲୀ, ୨୨।୬: NEET ପେପର ଲିକ୍‌କୁ ନେଇ ସାରା ଦେଶରେ ଚର୍ଚ୍ଚା ଲାଗି ରହିଛି । ବିରୋଧୀ ଦଳମାନେ ଏହି ମୁଦ୍ଦାକୁ ନେଇ ରାସ୍ତାକୁ ଓହ୍ଲାଇଥିବା ବେଳେ ଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛନ୍ତି । ହେଲେ ଏହି ପେପର ଲିକ୍‌ ଘଟଣା ଏକ ଫୋନ୍‌ କଲ୍‌ ପରେ ସନ୍ଦେହ ଘେରକୁ ଆସିଥିଲା ବୋଲି ଜଣାପଡ଼ିଛି । ମେ ୫ ତାରିଖରେ ନିଟ୍‌ ପରୀକ୍ଷା ଆରମ୍ଭ ହେବାର ୩ ଘଣ୍ଟା ପୂର୍ବରୁ ପାଟନା ପୋଲିସକୁ ଏକ ଫୋନ୍‌ କଲ୍‌ ଆସିଥିଲା । ଫୋନ୍‌ କରିଥିବା ବ୍ୟକ୍ତି ନିଜ ନାଁ ନକହି ୪ ଅପରାଧୀ ଏକ ଏସ୍‌ୟୁଭିରେ ତାଙ୍କର ଠିକଣା ସ୍ଥଳକୁ ଯାଉଥିବା କହିଥିଲେ । ହେଲେ ସମ୍ପୂର୍ଣ୍ଣ ତଥ୍ୟ ଦେଇନଥିଲେ । ଏହି ଫୋନ୍‌ କଲ୍‌ ହିଁ ପ୍ରବେଶିକା ପରୀକ୍ଷାରେ ଅନିୟମିତତା ଧରାପାକାଇ ଦେଇଥିବା କୁହାଯାଉଛି ।

ପାଟନାର ଶାସ୍ତ୍ରୀ ନଗର ପୋଲିସ ଟିମ୍‌ ଫୋନ୍‌ରେ ମିଳିଥିବା ଏହି ସୂଚନାକୁ ନେଇ ତୁରନ୍ତ ଆକ୍ସନ ମୋଡକୁ ଆସିଥିଲା । ଏସ୍‌ୟୁଭିରେ ଥିବା ୪ ଜଣ ଲୋକଙ୍କୁ ଧରିଥିଲା । ସେମାନଙ୍କୁ ଯେତେବେଳେ ପୋଲିସ୍‌ ଜୋର ଦେଇ ପଚରାଉଚରା କରିଥିଲା ସେତେବେଳେ ସତ ସାମ୍ନାକୁ ଆସିଥିଲା । ସେମାନେ ପୋଲିସକୁ ଏକ ସ୍ଥାନକୁ ନେଇ ଯାଇଥିଲେ । ସେଠାରେ ନିଟ୍‌ ୟୁଜି ଦେବା ପାଇଁ ୩୦ ପରୀକ୍ଷାର୍ଥୀ ରହିଥିଲେ । ଏମାନେ ନିଟ୍‌ ପ୍ରଶ୍ନ ଏବଂ ତାର ଉତ୍ତର ପାଇଁ ୩୦ ରୁ ୫୦ ଲକ୍ଷ ଲେଖାଏଁ ଦେଇଥିବା କୁହାଯାଉଛି । ସେମାନଙ୍କୁ ରାମକୃଷ୍ଣ ନଗରରେ ରଖାଯାଇଥିବା ପୋଲିସ କହିଛି । ରାତି ସାରା ସେମାନଙ୍କୁ ପ୍ରଶ୍ନ ଉତ୍ତର ମନେରଖିବାକୁ କୁହାଯାଇଥିଲା ।

ତେବେ ସୂଚନା ଥାଉକି, ଗତକାଲି୧୫୬୩ ଆଶାୟୀଙ୍କ ପୁନର୍ବାର ପରୀକ୍ଷା ହେବା ନେଇ ସୁପ୍ରୀମ୍‌କୋର୍ଟ ଦେଇଥିବା ନିର୍ଦ୍ଦେଶ କାର୍ଯ୍ୟକାରୀ ହୋଇଛି । ଜାରି ହୋଇଛି NEET ୟୁଜିର ପୁନର୍ବାର ପରୀକ୍ଷା ପାଇଁ ଆଡ୍‌ମିଟ୍‌ କାର୍ଡ। ଏହି ୧୫୬୩ ଆଶାୟୀଙ୍କୁ ଗ୍ରେସ୍‌ ମାର୍କ ମିଳିଥିଲା । କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ନ୍ୟାଶନାଲ୍‌ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ସେମାନଙ୍କର ଗ୍ରେସ ମାର୍କ ରଦ୍ଦ କରିଥିଲା । ଏମାନଙ୍କ ମଧ୍ୟରୁ ଯଦି କୌଣସି ଆଶାୟୀ ପୁନର୍ବାର ପରୀକ୍ଷା ନ ଦିଅନ୍ତି ତେବେ ତାଙ୍କୁ ବିନା ଗ୍ରେସ୍‌ ମାର୍କରେ ରଖିଥିବା ନମ଼୍ବର ପ୍ରଦାନ କରିବାକୁ କୁହାଯାଇଛି। ଏହି ପରୀକ୍ଷା ୨୩ ଜୁନ୍‌ରେ ଅନୁଷ୍ଠିତ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

Gen Zକୁ ନେଇ ପ୍ରଶାନ୍ତ କିଶୋରଙ୍କ ବଡ଼ ଭବିଷ୍ୟବାଣୀ, ‘ସରକାରଙ୍କୁ ଜଣାଅଛି ଯେ…’

ନୂଆଦିଲ୍ଲୀ,୬।୮: ବାଙ୍କିପୁର ଉପନିର୍ବାଚନରେ ବଡ଼ ବିଜୟ ହାସଲ କରିବା ପରେ ଜନସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର (PK) ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ନିଜର ରାଜନୈତିକ ରଣନୀତି…

ଛାତ୍ର ଆନ୍ଦୋଳନକୁ ନେଇ ରାହୁଲଙ୍କୁ ଟାର୍ଗେଟ କଲେ କଙ୍ଗନା: କହିଲେ- ଉସୁକାଇବା ପାଇଁ..

ନୂଆଦିଲ୍ଲୀ,୬।୮: ହିମାଚଳ ପ୍ରଦେଶର ମଣ୍ଡି ଲୋକ ସଭା ଆସନରୁ ଭାରତୀୟ ଜନତା ପାର୍ଟି (BJP) ସାଂସଦ କଙ୍ଗନା ରାଣାୱତ ଭାରତୀୟ ଜାତୀୟ କଂଗ୍ରେସର ନେତା ଏବଂ ଲୋକ…

RAC ଟିକେଟ୍ ଥିଲେ ଆଉ ଚିନ୍ତା ନାହିଁ, ଏବେ ମିଳିବ ପୁରା….

ନୂଆଦିଲ୍ଲୀ,୬।୮: ଭାରତୀୟ ରେଳରେ ଯାତ୍ରା କରୁଥିବା ଲକ୍ଷାଧିକ ଯାତ୍ରୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଦୀର୍ଘଦିନ ଧରି ଅନେକ ଯାତ୍ରୀଙ୍କ ଅଭିଯୋଗ ଥିଲା…

କୋର୍ଟଙ୍କ ବଡ଼ ନିଷ୍ପତ୍ତି: ଏଣିକି ଟ୍ରେନ୍‌ରେ ଲଗେଜ୍‌ ଚୋରି ହେଲେ ଜରିମାନା ଦେବ ରେଳ ବିଭାଗ, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ…

ନୂଆଦିଲ୍ଲୀ,୬ା୮: ଯଦି ଆପଣ ଟ୍ରେନରେ ଯାତ୍ରା କରୁଛନ୍ତି ଆଉ ଏହି ସମୟରେ ଆପଣଙ୍କ ବ୍ୟାଗ କିମ୍ବା ମୂଲ୍ୟବାନ ଜିନିଷ ଚୋରି ହୋଇଯାଉଛି, ତେବେ ଆଉ ଚିନ୍ତା ନାହିଁ।…

ଏହି କ୍ରିକେଟର୍‌ଙ୍କ ଘର ଉପରକୁ ପେଟ୍ରୋଲ ବୋମା ମାଡ଼: କାରଣ ଜାଣିଲେ…

ନୂଆଦିଲ୍ଲୀ,୬।୮: କିମ୍ବଦନ୍ତୀ ବାଂଲାଦେଶୀ କ୍ରିକେଟର ଏବଂ ପୂର୍ବତନ ଅଧିନାୟକ ସାକିବ ଅଲ ହାସନଙ୍କ ଘର ଉପରେ ପେଟ୍ରୋଲ ବୋମା ମାଡ଼ କରାଯାଇଛି। ବାଂଲାଦେଶର ସବୁଠାରୁ ସଫଳ କ୍ରିକେଟରମାନଙ୍କ…

ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…

ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ…

ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର, ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀଙ୍କ…

ମହାକାଳପଡ଼ା,୬ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମ୍ମୁଖରେ ଓଡ଼ିଶା ସ୍କୁଲ, କଲେଜ ଶିକ୍ଷକ, କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ୪ ଦଫା ଦାବି…

ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ‘ତେହେଲକା’ ସମ୍ପାଦକ: ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୬।୮: ୨୦୧୩ ମସିହାର ବହୁଚର୍ଚ୍ଚିତ ବଳାତ୍କାର ମାମଲା ସମ୍ପର୍କରେ ପୂର୍ବତନ ‘ତେହେଲକା’ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଡ଼ ଝଟକା ଲାଗିଛି। ବମ୍ବେ ହାଇକୋର୍ଟର ଗୋଆ ବେଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri