Posted inଜାତୀୟ

ବିହାରରେ ରାଜନୀତି ପାଣିପାଗ ବଦଳିବା ନିଶ୍ଚିତ:ରାଜ୍ୟପାଳଙ୍କୁ ଭେଟିବାକୁ ସମୟ ମାଗିଲେ ନୀତୀଶ କୁମାର

ପାଟନା,୯।୮: ବିହାରରେ ପୁଣି ଥରେ ଏକ ବଡ଼ ରାଜନୈତିକ ଓଲଟପାଲଟ ହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବେ ଭାଜପା ଛାଡି ଆରଜେଡି ସହ ସରକାର ଗଠନ କରିବାକୁ ପ୍ରସ୍ତୁତ ହେଉଛନ୍ତି। ନୀତିଶ ରାଜ୍ୟପାଳଙ୍କୁ ଭେଟିବାକୁ ମଙ୍ଗଳବାର ସମୟ ମାଗିଛନ୍ତି। ନୀତୀଶଙ୍କ ସହ ଆରଜେଡି ନେତା ତେଜସ୍ବୀ ଯାଦବ ମଧ୍ୟ ରାଜ୍ୟପାଳଙ୍କୁ ଭେଟିବାକୁ ଯିବେ।
ବିହାରରେ ଚାଲିଥିବା ରାଜନୈତିକ ଅସ୍ଥିରତା ମଧ୍ୟରେ ଆରଜେଡି ବିଧାୟକ ତଥା ବହୁ ବରିଷ୍ଠ ନେତା ପାଟନାରେ ଦଳର ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ବାସଭବନରେ ପହଞ୍ଚିଛନ୍ତି। ଏଥି ସହିତ ଜେଡିୟୁ ବିଧାୟକ ଏବଂ ଏମ୍‌ପିମାନେ ମଧ୍ୟ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ବାସଭବନରେ ପହଞ୍ଚିଛନ୍ତି। ଭାଜପା ଏବଂ ଜେଡିୟୁ ମଧ୍ୟରେ ମତଭେଦ ମଧ୍ୟରେ ଏହି ବୈଠକ ଗୁରୁତ୍ୱପୂର୍ଣ୍ଣ ବିବେଚନା କରାଯାଏ।
ସୂଚନାଯୋଗ୍ୟ, ବିହାରରେ ୨୦୧୭ରେ ଭାଜପା ସମର୍ଥନରେ ଜେଡିୟୁ ସରକାର ଗଢ଼ିବା ପରଠାରୁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଭାଜପା ନେତା କ୍ରମାଗତ ଭାବେ ପରସ୍ପରକୁ କଟାକ୍ଷ କରିଆସୁଥିଲେ। କିନ୍ତୁ ଗତ କିଛିଦିନ ହେଲା ତାହା ଚରମ ସ୍ଥିତିରେ ପହଞ୍ଚତ୍ଥିବାବେଳେ ରାଜ୍ୟରେ ଏନ୍‌ଡିଏ ମେଣ୍ଟ ଭାଙ୍ଗିବାକୁ ଯାଉଛି। ଜେଡିୟୁର ଅଭିଯୋଗ ହେଲା ଦଳ ଭିତରେ ନୀତିଶଙ୍କ ପତିଆରା କ୍ଷୁଣ୍ଣ କରିବାକୁ ଭାଜପା ଉଦ୍ୟମ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri