Posted inଜାତୀୟ

ଭାଙ୍ଗିଲା ଭାଜପା-ଜେଡିୟୁ ମେଣ୍ଟ: ଅପରାହ୍ନ ୪ଟାରେ ରାଜ୍ୟପାଳଙ୍କୁ ଭେଟିବେ ନୀତୀଶ କୁମାର

ପାଟନା,୯।୮: ବହୁ କଳ୍ପନାଜଳ୍ପନା ପରେ ବିହାରରେ ଜେଡିୟୁ ଏବଂ ଭାଜପାର ମେଣ୍ଟ ଶେଷରେ ଭାଙ୍ଗି ଯାଇଛି। ମଙ୍ଗଳବାର ସକାଳୁ ଚାଲିଥିବା ରାଜନୈତିକ ଉତ୍ତେଜନା ମଧ୍ୟରେ ଯେକୌଣସି ସମୟରେ ଏହାର ଆନୁଷ୍ଠାନିକ ଘୋଷଣା ହେବ ବୋଲି କୁହାଯାଉଛି। ଯଦିଓ ଏନେଇ ଜେଡିୟୁ କିମ୍ବା ଭାଜପା ପକ୍ଷରୁ କୌଣସି ବିବୃତ୍ତି ଦିଆଯାଇନାହିଁ, କିନ୍ତୁ ଜେଡିୟୁ ନେତାଙ୍କ ସହ ବୈଠକ ପରେ ଭାଜପା ସହ ମେଣ୍ଟ ଭାଙ୍ଗିବାକୁ ନୀତୀଶ କୁମାର ନିଷ୍ପତ୍ତି ନେଇଥିବା ଜଣାପଡିଛି। ନୀତୀଶ କୁମାର ଆଜି ଅପରାହ୍ନ ୪ଟାରେ ବିହାରର ରାଜ୍ୟପାଳଙ୍କୁ ଭେଟି ଏକ ନୂତନ ସରକାର ଗଠନ ପାଇଁ ଦାବି କରିବେ।
ବିହାରରେ କ୍ଷମତାର ନୂତନ ସମୀକରଣ ଅନୁଯାୟୀ ଜେଡିୟୁ, ଆରଜେଡି, କଂଗ୍ରେସ ଏବଂ ବାମପନ୍ଥୀ ଦଳ ଏକତ୍ର ସରକାର ଗଠନ କରିବେ। ସୂଚନାନୁସାରେ, ନୀତୀଶ କୁମାର  ୧୬୦ ଜଣ ବିଧାୟକଙ୍କ ସମର୍ଥନ ପତ୍ର (ଆରଜେଡି-୭୯, ଜେଡିୟୁ-୪୫, କଂଗ୍ରେସ -୧୯, ବାମ -୧୬ ଏବଂ ସ୍ବାଧୀନ -୧) ସହ ରାଜଭବନକୁ ଯିବେ। ଏହାପୂର୍ବରୁ ମାହାମେଣ୍ଟର ସମସ୍ତ ବିଧାୟକମାନେ ବିହାର ବିଧାନସଭାରେ ବିରୋଧୀଦଳର ନେତା ତେଜସ୍ବୀ ଯାଦବଙ୍କୁ ସମର୍ଥନ ପତ୍ର ପ୍ରଦାନ କରିଥିଲେ। ମହାମେଣ୍ଟର ବିଧାୟକମାନଙ୍କୁ କୃତଜ୍ଞତା ଜଣାଇ ତେଜସ୍ବୀ ଯାଦବ କହିଛନ୍ତି, ଆପଣମାନେ ମୋ ଉପରେ ବିଶ୍ୱାସ ରଖିଛନ୍ତି, ଏଥିପାଇଁ ମୁଁ ସମସ୍ତଙ୍କୁ କୃତଜ୍ଞତା ଜଣାଉଛି। ଆମେ ପ୍ରତ୍ୟେକ ପ୍ରସଙ୍ଗରେ ଏକାଠି କାମ କରିବୁ ଏବଂ ୨୦୨୦ରେ ଲୋକମାନଙ୍କୁ ଦେଇଥିବା ପ୍ରତିଶ୍ରୁତି ପୂରଣ କରିବୁ।
ତେଜସ୍ବୀ ଯାଦବ ତାଙ୍କ ବିଧାୟକଙ୍କ ସମର୍ଥନ ପତ୍ର ନୀତୀଶ କୁମାରଙ୍କୁ ହସ୍ତାନ୍ତର କରିବେ, ଏହା ପରେ ବିହାରରେ ଏକ ନୂତନ ସରକାର ଗଠନ ଆନୁଷ୍ଠାନିକ ଭାବେ ଘୋଷଣା କରାଯିବ।
ସୂଚନାଯୋଗ୍ୟ, ବିହାରରେ ୨୦୧୭ରେ ଭାଜପା ସମର୍ଥନରେ ଜେଡିୟୁ ସରକାର ଗଢ଼ିବା ପରଠାରୁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଭାଜପା ନେତା କ୍ରମାଗତ ଭାବେ ପରସ୍ପରକୁ କଟାକ୍ଷ କରିଆସୁଥିଲେ। କିନ୍ତୁ ଗତ କିଛିଦିନ ହେଲା ତାହା ଚରମ ସ୍ଥିତିରେ ପହଞ୍ଚତ୍ଥିବାବେଳେ ରାଜ୍ୟରେ ଏନ୍‌ଡିଏ ମେଣ୍ଟ ଭାଙ୍ଗିବାକୁ ଯାଉଛି। ଜେଡିୟୁର ଅଭିଯୋଗ ହେଲା ଦଳ ଭିତରେ ନୀତିଶଙ୍କ ପତିଆରା କ୍ଷୁଣ୍ଣ କରିବାକୁ ଭାଜପା ଉଦ୍ୟମ ଚଳାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆବର୍ଜନା ସଫା କଲେ ଉପବାଚସ୍ପତି, ସମସ୍ତଙ୍କୁ ପରାମର୍ଶ ଦେଇ କହିଲେ…

ବଡ଼ଗାଁ,୨ା୧୦(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁଠାରେ ଶୁକ୍ରବାର ପୂର୍ବାହ୍ନରେ ଭାଜପା ପକ୍ଷରୁ ‘ସେବା ପକ୍ଷ’ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଧାନସଭା ଉପବାଚସ୍ପତି ଭବାନୀ ଶଙ୍କର ଭୋଇ,…

Video: କାପଟେନ ସ୍ମିତ୍‌ଙ୍କ ନୂଆ ଭିଡ଼ିଓ ଦେଖିଲେ ଛାତି ଥରି ଉଠିବ, ଏବେ କହିଲେ ‘ହନୁମାନ’ ମୋତେ ବଞ୍ଚାଇଦେଲେ

ନୂଆଦିଲ୍ଲୀ,୨।୧୦: ଫ୍ଲାଏ-ଦୁବାଇ (Flydubai) ବିମାନ ଘଟଣା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛାରଙ୍କ ସହ ଫୋନରେ କଥା ହୋଇଥିଲେ। ଶୁକ୍ରବାର (ଅକ୍ଟୋବର…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ଲାଗିବ ବଡ଼ ଝଟକା? ଉପ-ନିର୍ବାଚନରେ TVK ଟଙ୍କା ବାଣ୍ଟୁଥିବା ନେଇ ସହଯୋଗୀ ଦଳର ଦାବି

ଚେନ୍ନାଇ,୨।୧୦: ତାମିଲନାଡୁର ମଦୁରାନଥକମ ଏବଂ ଧାରାପୁରମ ନିର୍ବାଚନ ମଣ୍ଡଳୀରେ ଅକ୍ଟୋବର ୬ରେ ହେବାକୁ ଥିବା ଉପ-ନିର୍ବାଚନ ପୂର୍ବରୁ, ମୁଖ୍ୟମନ୍ତ୍ରୀ ବିଜୟଙ୍କ ଦଳ ‘ଟିଭିକେ’ (TVK) ବିରୁଦ୍ଧରେ ଗୁରୁତର…

ଜିଓର ଦମଦାର ଅଫର: ୧୪୯୯ ଟଙ୍କାରେ ମିଳିବ ଫୋନ୍‌, ୬ ମାସ ମାଗଣା ରିଚାର୍ଜ

ମୁମ୍ବାଇ,୨।୧୦: ୧୦ମ ବାର୍ଷିକୋତ୍ସବ ଉପଲକ୍ଷେ ଜିଓ ସ୍ବତନ୍ତ୍ର ଅଫର ଘୋଷଣା କରିଛି । ୧୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ୍‌ ସହ ୬ ମାସର ମାଗଣା…

ସ୍ମିତ୍‌ ମଚ୍ଛାରଙ୍କ ସାହସର ଖୁବ ପ୍ରଶଂସା କରି ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଫ୍ଲାଏଦୁବାଇ’ (Flydubai) ବିମାନର ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛାରଙ୍କ ସହ ଫୋନ ଯୋଗେ କଥା ହୋଇଥିଲେ। କ୍ୟାପଟେନ ସ୍ମିତ୍‌ ନିଜର ଅନୁଭୂତି…

ମିଠା ପ୍ୟାକେଟ୍‌ ଖୋଳ ତିଆରି କରୁଛନ୍ତି ବାପା: ଦେଶ ପାଇଁ ସ୍ବର୍ଣ୍ଣ ଆଣିଲେ ଝିଅ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା ରିକର୍ଭ ତୀରନ୍ଦାଜୀ ଦଳ ଇତିହାସ ରଚିଛି। ଅଙ୍କିତା ଭକତ, କୀର୍ତ୍ତି ଓ କୁମକୁମ ମୋହୋଦଙ୍କୁ ନେଇ ଗଠିତ ଭାରତୀୟ…

ଝାଟିପଦର ଠାକୁରାଣୀ ମନ୍ଦିରରେ ଶେଷ ପର୍ଯ୍ୟାୟରେ ନବରାତ୍ର ପୂଜା ପ୍ରସ୍ତୁତି

ଗଞ୍ଜାମ,୨ା୧୦(ବିଦ୍ୟାଧର ସାହୁ): ଚଳିତ ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଶନିବାରଠାରୁ ଆରମ୍ଭ ହୋଇଛି ମା’ ଠାକୁରାଣୀଙ୍କ ପୀଠରେ ଶାରଦୀୟ ନବ ରାତ୍ର ପୂଜା। ଏହି ପୂଜା…

ଫ୍ଲାଇଦୁବାଇ ଘଟଣାରେ ବଡ଼ ଖୁଲାସା; ସାମ୍ନାକୁ ଆସିଲା ସ୍ମିତଙ୍କ ନୂଆ ଭିଡିଓ, ମୋତେ….

ନୂଆଦିଲ୍ଲୀ,୨।୧୦: ଦୁବାଇରୁ ତେଲ୍‌ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇ ବିମାନରେ ଘଟିଥିବା କକ୍‌ପିଟ୍‌ ଆକ୍ରମଣ ଘଟଣାକୁ ନେଇ ନୂଆ ଭିଡିଓ ସାମ୍ନାକୁ ଆସିଛି । ଭିଡିଓରେ ବିମାନ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?