Posted inଜାତୀୟ

ଭାଙ୍ଗିଲା ଭାଜପା-ଜେଡିୟୁ ମେଣ୍ଟ: ଅପରାହ୍ନ ୪ଟାରେ ରାଜ୍ୟପାଳଙ୍କୁ ଭେଟିବେ ନୀତୀଶ କୁମାର

ପାଟନା,୯।୮: ବହୁ କଳ୍ପନାଜଳ୍ପନା ପରେ ବିହାରରେ ଜେଡିୟୁ ଏବଂ ଭାଜପାର ମେଣ୍ଟ ଶେଷରେ ଭାଙ୍ଗି ଯାଇଛି। ମଙ୍ଗଳବାର ସକାଳୁ ଚାଲିଥିବା ରାଜନୈତିକ ଉତ୍ତେଜନା ମଧ୍ୟରେ ଯେକୌଣସି ସମୟରେ ଏହାର ଆନୁଷ୍ଠାନିକ ଘୋଷଣା ହେବ ବୋଲି କୁହାଯାଉଛି। ଯଦିଓ ଏନେଇ ଜେଡିୟୁ କିମ୍ବା ଭାଜପା ପକ୍ଷରୁ କୌଣସି ବିବୃତ୍ତି ଦିଆଯାଇନାହିଁ, କିନ୍ତୁ ଜେଡିୟୁ ନେତାଙ୍କ ସହ ବୈଠକ ପରେ ଭାଜପା ସହ ମେଣ୍ଟ ଭାଙ୍ଗିବାକୁ ନୀତୀଶ କୁମାର ନିଷ୍ପତ୍ତି ନେଇଥିବା ଜଣାପଡିଛି। ନୀତୀଶ କୁମାର ଆଜି ଅପରାହ୍ନ ୪ଟାରେ ବିହାରର ରାଜ୍ୟପାଳଙ୍କୁ ଭେଟି ଏକ ନୂତନ ସରକାର ଗଠନ ପାଇଁ ଦାବି କରିବେ।
ବିହାରରେ କ୍ଷମତାର ନୂତନ ସମୀକରଣ ଅନୁଯାୟୀ ଜେଡିୟୁ, ଆରଜେଡି, କଂଗ୍ରେସ ଏବଂ ବାମପନ୍ଥୀ ଦଳ ଏକତ୍ର ସରକାର ଗଠନ କରିବେ। ସୂଚନାନୁସାରେ, ନୀତୀଶ କୁମାର  ୧୬୦ ଜଣ ବିଧାୟକଙ୍କ ସମର୍ଥନ ପତ୍ର (ଆରଜେଡି-୭୯, ଜେଡିୟୁ-୪୫, କଂଗ୍ରେସ -୧୯, ବାମ -୧୬ ଏବଂ ସ୍ବାଧୀନ -୧) ସହ ରାଜଭବନକୁ ଯିବେ। ଏହାପୂର୍ବରୁ ମାହାମେଣ୍ଟର ସମସ୍ତ ବିଧାୟକମାନେ ବିହାର ବିଧାନସଭାରେ ବିରୋଧୀଦଳର ନେତା ତେଜସ୍ବୀ ଯାଦବଙ୍କୁ ସମର୍ଥନ ପତ୍ର ପ୍ରଦାନ କରିଥିଲେ। ମହାମେଣ୍ଟର ବିଧାୟକମାନଙ୍କୁ କୃତଜ୍ଞତା ଜଣାଇ ତେଜସ୍ବୀ ଯାଦବ କହିଛନ୍ତି, ଆପଣମାନେ ମୋ ଉପରେ ବିଶ୍ୱାସ ରଖିଛନ୍ତି, ଏଥିପାଇଁ ମୁଁ ସମସ୍ତଙ୍କୁ କୃତଜ୍ଞତା ଜଣାଉଛି। ଆମେ ପ୍ରତ୍ୟେକ ପ୍ରସଙ୍ଗରେ ଏକାଠି କାମ କରିବୁ ଏବଂ ୨୦୨୦ରେ ଲୋକମାନଙ୍କୁ ଦେଇଥିବା ପ୍ରତିଶ୍ରୁତି ପୂରଣ କରିବୁ।
ତେଜସ୍ବୀ ଯାଦବ ତାଙ୍କ ବିଧାୟକଙ୍କ ସମର୍ଥନ ପତ୍ର ନୀତୀଶ କୁମାରଙ୍କୁ ହସ୍ତାନ୍ତର କରିବେ, ଏହା ପରେ ବିହାରରେ ଏକ ନୂତନ ସରକାର ଗଠନ ଆନୁଷ୍ଠାନିକ ଭାବେ ଘୋଷଣା କରାଯିବ।
ସୂଚନାଯୋଗ୍ୟ, ବିହାରରେ ୨୦୧୭ରେ ଭାଜପା ସମର୍ଥନରେ ଜେଡିୟୁ ସରକାର ଗଢ଼ିବା ପରଠାରୁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଭାଜପା ନେତା କ୍ରମାଗତ ଭାବେ ପରସ୍ପରକୁ କଟାକ୍ଷ କରିଆସୁଥିଲେ। କିନ୍ତୁ ଗତ କିଛିଦିନ ହେଲା ତାହା ଚରମ ସ୍ଥିତିରେ ପହଞ୍ଚତ୍ଥିବାବେଳେ ରାଜ୍ୟରେ ଏନ୍‌ଡିଏ ମେଣ୍ଟ ଭାଙ୍ଗିବାକୁ ଯାଉଛି। ଜେଡିୟୁର ଅଭିଯୋଗ ହେଲା ଦଳ ଭିତରେ ନୀତିଶଙ୍କ ପତିଆରା କ୍ଷୁଣ୍ଣ କରିବାକୁ ଭାଜପା ଉଦ୍ୟମ ଚଳାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୪ ହେବାକୁ ଯାଉଛି ବିଶ୍ୱର ସବୁଠାରୁ ମହଙ୍ଗା ଇଲେକ୍ସନ, ୨୦୧୯ ତୁଳନାରେ ଖର୍ଚ୍ଚ ହେଉଛି ୨ ଗୁଣା ଅଧିକ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ୨୦୨୪ ପୂର୍ବ ରେକର୍ଡ ଭାଙ୍ଗିବା ଏବଂ ବିଶ୍ୱର ସବୁଠାରୁ ମହଙ୍ଗା ର୍ନିବାଚନ ଇଭେଣ୍ଟ ହେବାକୁ ଯାଉଛି। ଏନଜିଓ ସେଣ୍ଟର ଫର...

ଏହି ଲୋକ ସଭା ଆସନରେ ସ୍ବାମୀଙ୍କୁ ଟକ୍କର ଦେବେ ସ୍ତ୍ରୀ

ଲକ୍ଷ୍ନୌ,୨୫।୩୪: ଉତ୍ତରପ୍ରଦେଶର ଇଟାୱା ଲୋକ ସଭା ଆସନରେ ପ୍ରତିଯୋଗିତା ରୋଚକ ହୋଇଛି। ବର୍ତ୍ତମାନର ଏମ୍‌ପି ରାମ ଶଙ୍କର କ୍ୟାଥେରିଆଙ୍କ ଉପରେ ଆତ୍ମବିଶ୍ୱାସ ପ୍ରକାଶ କରି ଭାଜପା...

ମୋଦିଙ୍କୁ ଚିଠି ଲେଖିଲେ ଖାର୍ଗେ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଭାବେ କଂଗ୍ରେସ ମନିଫେଷ୍ଟୋ ଉପରେ ପ୍ରଶ୍ନ ଉଠାଉଛନ୍ତି। କିଛି ଦିନ ପୂର୍ବେ...

‘୨୦୨୫ ସୁଦ୍ଧା ଭାଜପା ସଂରକ୍ଷଣ ଉଚ୍ଛେଦ କରିବ’: ରେବନ୍ଥ ରେଡ୍ଡୀଙ୍କ ବଡ଼ ଦାବି

ହାଇଦ୍ରାବାଦ,୨୫।୪: ମୁସଲମାନମାନଙ୍କ ପାଇଁ କୋଟାକୁ ନେଇ ଭାଜପା ଏବଂ କଂଗ୍ରେସ ମଧ୍ୟରେ ଚାଲିଥିବା ରାଜନୈତିକ ଵାକଯୁଦ୍ଧ ମଧ୍ୟରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀ ଅଭିଯୋଗ କରିଛନ୍ତି...

ପ୍ରଥମେ ଖବରଦାତା ସମ୍ମିଳନୀ-ପରେ ରାଲି, ଏବେ ରୋଡ ଶୋ’…ଏଏପିର ପ୍ରଚାର ସମ୍ଭାଳିବେ ସୁନୀତା କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଗିରଫ ହୋଇ ଜେଲ୍‌ ଯିବା ପରେ ତାଙ୍କ ପତ୍ନୀ ସୁନୀତା କେନ୍ଦ୍ର ସରକାରଙ୍କୁ ସମାଲୋଚନା କରି ଆସୁଛନ୍ତି। ସେ...

ହୋଟେଲରେ ନିଆଁ ଲାଗି ୬ ମୃତ, ୧୨ ଆଇସିୟୁରେ ଭର୍ତ୍ତିି

ପାଟନା,୨୫ା୪: ଗୁରୁବାର ପାଟନାରେ ଥିବା ଏକ ହୋଟେଲରେ ନିଆଁ ଲାଗିବାରୁ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨ ଜଣ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ଏହି...

ଭାଜପାରେ ଯୋଗଦେଲେ ପ୍ରସିଦ୍ଧ ୟୁଟ୍ୟୁବର: ମା’ଙ୍କ କଥାରେ ଧରିଲେ ପଦ୍ମ

ନୂଆଦିଲ୍ଲୀ,୨୫।୪: ବିହାରର ପ୍ରସିଦ୍ଧ ୟୁଟ୍ୟୁବର ମନୀଷ କାଶ୍ୟପ ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି। ସେ ଦିଲ୍ଲୀରେ ଦଳର ଜାତୀୟ ସଭାପତି ଜେପି ନଡାଙ୍କୁ ଭେଟି ପଦ୍ମ...

ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂରେ ନଜର ଆସିବେ ହେଭିଓ୍ବେଟ ନେତା, ଭାଗ୍ୟ ପରୀକ୍ଷା କରିବେ ରାହୁଲ-ଶଶୀ ଥରୁର୍‌

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନକୁ ନେଇ ଦେଶରେ ସୃଷ୍ଟି ହୋଇଛି ଏକ ଭିନ୍ନ ପରିବେଶ । ପ୍ରଥମ ପର୍ଯ୍ୟାୟ ପରେ ସବୁ ରାଜନୈତିକ ଦଳ ଏବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri