Posted inଜାତୀୟ

ମରିଯିବି ପଛେ ଭାଜପାକୁ ଯିବି ନାହିଁ: ନୀତୀଶ କୁମାର

ପାଟନା,୩୦।୧: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ପୁନର୍ବାର ଭାଜପା ସହ ମେଣ୍ଟ କରିବା ଚର୍ଚ୍ଚା ଉପରେ ବିରାମ ଲଗାଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି, ମରିଯିବି ପଛେ ଭାଜପାକୁ ଯିବି ନାହିଁ। ସୋମବାର ନୀତୀଶ ପାଟନାର ଗାନ୍ଧୀ ଘାଟରେ ପହଞ୍ଚି ଦେଶର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ତାଙ୍କ ସହ ବିହାର ସରକାରୀ ମନ୍ତ୍ରୀ ତଥା ରାଜ୍ୟପାଳ ଫଗୁ ଚୌହାନ ମଧ୍ୟ ଉପସ୍ଥିତ ଥିଲେ। ଏହି ସମୟରେ ଭାଜପାରେ ଯୋଗଦେବା ପ୍ରଶ୍ନର ଜବାବରେ ନୀତୀଶ କହିଛନ୍ତି, ଲୋକମାନେ ଯାହା ଚର୍ଚ୍ଚା କରୁଛନ୍ତି କରନ୍ତୁ, ମୁଁ କୌଣସି ପରିସ୍ଥିତିରେ ଏହାକୁ ଗ୍ରହଣ କରିବି ନାହିଁ। ମୁଁ ମରିବାକୁ ଗ୍ରହଣ କରିବି, କିନ୍ତୁ ସେମାନଙ୍କ ସହିତ ମେଣ୍ଟକୁ କେବେ ଗ୍ରହଣ କରିପାରିବି ନାହିଁ। ଏସବୁ ପ୍ରହସନ କରାଯାଉଛି।
ସୂଚନାଯୋଗ୍ୟ, ନୀତୀଶ ବିହାରରେ ଭାଜପା ସହ ମେଣ୍ଟ ଭାଙ୍ଗିବା ପରେ ଆରଜେଡି ସହ ମେଣ୍ଟ କରି ରାଜ୍ୟରେ ସରକାର ଗଢିଥିଲେ। ଏବେ ଚର୍ଚ୍ଚା ହେଉଛି ନୀତୀଶ ପୁଣି ଭାଜପା ସହ ମେଣ୍ଟ କରି ଆଗାମୀ ନିର୍ବାଚନ ଲଢିବେ।


Enter your email to get our daily news in your inbox.

All Right Reserved By Dharitri.Com

‘କଂଗ୍ରେସର ଲୁଟ ଜିନ୍ଦେଗିକେ ସାଥ ଭି, ଜିନ୍ଦେଗିକେ ବାଦ ଭି’, ପିଟ୍ରୋଡାଙ୍କ ବୟାନକୁ ନେଇ ମୋଦିଙ୍କ ଜବାବ

ନୂଆଦିଲ୍ଲୀ, ୨୪।୪: କଂଗ୍ରେସର ବରିଷ୍ଠ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ଜବାବ ରଖିଛନ୍ତି। ବୁଧବାର (ଏପ୍ରିଲ ୨୪, ୨୦୨୪)...

ଆମେଠୀରୁ ଲଢିବେ ରର୍ବଟ ଭଦ୍ରା! ପୋଷ୍ଟରକୁ ନେଇ ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର ଚାଲିଛି। ଅନ୍ୟପଟେ ଉତ୍ତରପ୍ରଦେଶର ଆମେଠୀ ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିନାହିଁ।...

ଯଦି କଂଗ୍ରେସ କିଛି ନୁହେଁ ତେବେ ମୋଦି ଡରୁଛନ୍ତି କାହିଁକି: ଖାର୍ଗେ

ଥିରୁଭାନନ୍ତପୁରମ,୨୪।୪: ବୁଧବାର କେରଳର ଥିରୁଭାନନ୍ତପୁରମରେ ଏକ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଗତ କିଛି ଦିନ...

ଉତ୍ତରାଧିକାର ଟ୍ୟାକ୍ସକୁ ନେଇ ଗୋଟିଏ ବୟାନ ବଢାଇଲା କଂଗ୍ରେସର ଟେନସନ!

ନୂଆଦିଲ୍ଲୀ,୨୪।୪: ବର୍ତ୍ତମାନ ସମ୍ପତ୍ତି ବଣ୍ଟନ ଏବଂ ଉତ୍ତରାଧିକାର ଟ୍ୟାକ୍ସକୁ ନେଇ ଦେଶରେ ଅନେକ ରାଜନୈତିକ ବାକ୍‌ଯୁଦ୍ଧ ଚାଲିଛି। କିଛି ଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି କହିଥିଲେ...

ପୁଣିଥରେ କ୍ଷମା ମାଗିଲେ ବାବା ରାମଦେବ, କହିଲେ ଆଉଥରେ ହେବନି ଭୁଲ

ନୂଆଦିଲ୍ଲୀ,୨୪।୪: ସୁପ୍ରିମକୋର୍ଟଙ୍କ ଭର୍ତ୍ସନା ପରେ ଯୋଗ ଗୁରୁ ବାବା ରାମଦେବ ଏବଂ ପତଞ୍ଜଳି ଆୟୁର୍ବେଦ ଲିମିଟେଡ ପରିଚାଳନା ନିର୍ଦ୍ଦେଶକ (MD) ବାଲକୃଷ୍ଣ ପୁନର୍ବାର ବିଭ୍ରାନ୍ତିକର ବିଜ୍ଞାପନ...

ମୋଦିଙ୍କୁ ଗାଳିଦେଲେ ଘରକୁ ଫେରିବନି: ବିରୋଧୀ ନେତାଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଧମକ

ମୁମ୍ବାଇ,୨୪/୪:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତି କେହି ଅପଶବ୍ଦ ବ୍ୟବହାର କଲେ, ତାଙ୍କୁ ଘରକୁ ଫେରିବାକୁ ଦିଆଯିବ ନାହିଁ ବୋଲି କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେ ଧମକ ଦେଇଛନ୍ତି।...

ମୁଁ ମୋଦିଙ୍କ ଭେଟିବାକୁ ଚାହେଁ, ମୋତେ ସମୟ ଦିଅନ୍ତୁ: ଖାର୍ଗେ

ନୂଆଦିଲ୍ଲୀ,୨୪।୪: ୨୦୨୪ ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରଚାର କରୁଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ମାନିଫେଷ୍ଟୋରେ ମୁସଲିମ ଲିଗର ଛାପ ଏବଂ...

ବିମାନରେ ଛୋଟ ପିଲାଙ୍କୁ ଅଭିଭାବକଙ୍କ ପାଖରେ ବସାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୨୪ା୪:ବିମାନରେ ୧୩ ବର୍ଷରୁ କମ୍‌ ବୟସର ପିଲାମାନେ ଯେପରି ସେମାନଙ୍କ ମାଆବାପା କିମ୍ବା ଅଭିଭାବକଙ୍କ ପାଖ ସିଟ୍‌ରେ ବସନ୍ତି, ତାହା ସୁନିଶ୍ଚିତ କରିବାକୁ ବେସାମରିକ ବିମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri