Posted inଜାତୀୟ

ବିହାର ବଢ଼ାଇଦେଲା ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ,୧୧ା୬:ଦେଶରେ ବୁଧବାର କାରୋନା ଭାଇରସ୍‌ ସଂକ୍ରମଣଜନିତ ୬,୧୪୮ ମୃତ୍ୟୁ ଘଟିଛି। ମହାମାରୀ ଆସିବା ପରଠାରୁ ଦିନକ ଭିତରେ ସଂକ୍ରମିତଙ୍କ ଜୀବନ ଯିବାରେ ଏହା ସର୍ବାଧିକ। ତେବେ ଏହାଠାରୁ ଅଧିକ ମୃତ୍ୟୁ ମଧ୍ୟ କୌଣସି ଦିନ ଘଟିଥାଇପାରେ ବୋଲି ଆଶଙ୍କା କରାଯାଉଛି। କାରଣ ବିହାରର ନୀତୀଶ କୁମାର ସରକାର ରାଜ୍ୟରେ କୋଭିଡ୍‌ ମୃତ୍ୟୁ ସଂଖ୍ୟାକୁ ନେଇ ସତ କହୁ ନ ଥିଲେ। ପାଟନା ହାଇକୋର୍ଟଙ୍କ ହସ୍ତକ୍ଷେପ ପରେ ସତ ପଦାକୁ ଆସିବାରୁ ମୃତ୍ୟୁସଂଖ୍ୟା ଏତେ ବଡ଼ ଦେଖାଯାଉଛି। ଅନ୍ୟ ରାଜ୍ୟଗୁଡ଼ିକ ନିଜ ନିଜ ପ୍ରକୃତ ମୃତ୍ୟୁସଂଖ୍ୟା ସାମ୍ନାକୁ ଆଣିଲେ ହୁଏତ ଆହୁରି ନୂଆ ରେକର୍ଡ ସୃଷ୍ଟି ହୋଇପାରେ।
ବିହାରରେ ୯,୪୨୯ ଜଣଙ୍କ କରୋନାରେ ମୃତ୍ୟୁ ଘଟିଲାଣି ବୋଲି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଗୁରୁବାର ସୂଚନା ଦିଆଯାଇଛି। ବିହାରରେ ପୂର୍ବରୁ ମୃତ୍ୟୁସଂଖ୍ୟା ୩,୯୫୧ ବୋଲି ଦର୍ଶାଯାଇଥିଲା। ରାଜ୍ୟ ସରକାର ମୃତ୍ୟୁସଂଖ୍ୟା ଲୁଚାଉଛନ୍ତି ବୋଲି ଅଭିଯୋଗ ଆସିବା ପରେ ପାଟନା ହାଇକୋର୍ଟ ଏହାର ଅଡିଟ୍‌ କରିବା ପାଇଁ ତାଗିଦ କରିଥିଲେ। ସମସ୍ତ ୩୮ ଜିଲାରେ ୨୦ ଦିନ ଧରି ସମୀକ୍ଷା କରିବା ପରେ ନୂଆ ସଂଖ୍ୟା ସାମ୍ନାକୁ ଆସିଛି। ଘରୋଇ ହସ୍ପିଟାଲ, ହୋମ୍‌ ଆଇସୋଲେଶନ ଏବଂ କୋଭିଡ୍‌ ପରବର୍ତ୍ତୀ ଜଟିଳତା ଯୋଗୁ ଏପରି ଘଟିଥିଲା ବୋଲି ରାଜ୍ୟର ଅତିରିକ୍ତ ସ୍ବାସ୍ଥ୍ୟ ସଚିବ ପ୍ରତ୍ୟୟ ଅମ୍ରିତ କହିଛନ୍ତି। ଏହାକୁ ପୁନଃ ସମୀକ୍ଷା କରି ୫,୫୦୦ ନୂଆ ସଂଖ୍ୟାକୁ ମିଶାଇ ଅପ୍‌ଡେଟ୍‌ କରାଯାଇଛି। ତେବେ ମୃତ୍ୟୁସଂଖ୍ୟାରେ ୭୨.୮% ଅଭିବୃଦ୍ଧିର କାରଣ କ’ଣ ଏବଂ କେଉଁ କେଉଁ ଜିଲାରେ ଅତିରିକ୍ତ ମୃତ୍ୟୁ କେବେ କେବେ ଘଟିଥିଲା ସେନେଇ କିଛି ସ୍ପଷ୍ଟ କରାଯାଇ ନାହିଁ। ରାଜ୍ୟରେ ୭,୧୫,୧୭୯ ସଂକ୍ରମିତ ଥିବା ବିହାର ସରକାର ସୂଚନା ଦେଇଛନ୍ତି। ବିହାରର ନୂଆ ମୃତ୍ୟୁକୁ ମିଶାଇ ଭାରତରେ ଦୈନିକ ମୃତ୍ୟୁସଂଖ୍ୟା ୬,୧୪୮ରେ ପହଞ୍ଚତ୍ବା ସର୍ବକାଳୀନ ରେକର୍ଡ। ଏଥିସହ ଦେଶରେ ମୋଟ ମୃତ୍ୟୁସଂଖ୍ୟା ୩,୫୯,୬୭୬ ଛୁଇଁଛି। ଏହା ପୂର୍ବରୁ ମଙ୍ଗଳବାର ଦେଶରେ ୨,୨୧୯ ଜଣଙ୍କ କରୋନା ମୃତ୍ୟୁ ହୋଇଥିଲା। ଅନ୍ୟପକ୍ଷେ ଦେଶରେ ଲଗାତର ତୃତୀୟ ଦିନ ଧରି ଦୈନିକ ସଂକ୍ରମଣ ଲକ୍ଷେ ତଳେ ରହିଛି। ଗତ ୨୪ ଘଣ୍ଟାରେ ୯୨,୫୬୯ ନୂଆ ମାମଲା ସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୯୧,୮୩,୧୨୧ରେ ପହଞ୍ଚତ୍ଛି। ସର୍ବାଧିକ ପ୍ରଭାବିତ ତାମିଲନାଡୁରେ ୧୭,୩୨୧, କେରଳ ୧୬,୨୦୪, ମହାରାଷ୍ଟ୍ର ୧୦,୯୮୯, କର୍ନାଟକ ୧୦,୯୫୯ ଓ ଆନ୍ଧ୍ରପ୍ରଦେଶରେ ୮,୭୬୬ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହି ୫ ରାଜ୍ୟରେ ମୋଟ ସଂକ୍ରମିତଙ୍କ ମଧ୍ୟରୁ ୬୮% ରହିଛନ୍ତି। କେବଳ ତାମିଲନାଡୁରେ ହେଉଛି ୧୮.୪୨%। ଏହି ଅବଧି ମଧ୍ୟରେ ଆରୋଗ୍ୟଲାଭ କରିଥିବା ବ୍ୟକ୍ତିଙ୍କ ସଂଖ୍ୟା ୨,୭୬,୫୫,୪୯୩ରେ ପହଞ୍ଚତ୍ଛି। ତେବେ ସକ୍ରିୟ ମାମଲା ୧୧,୬୭,୯୫୨କୁ ଖସିଯାଇଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଅପ୍‌ଡେଟ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?