Posted inଜାତୀୟ

ଏମ୍‌ଏଲ୍‌ସି ନିର୍ବାଚନ ଲଢ଼ିବେ ରାବ୍ରି, ପ୍ରାର୍ଥୀ ଘୋଷଣା କଲା ଆର୍‌ଜେଡି

ପାଟନା,୮।୩: ବିହାରରେ ମାର୍ଚ୍ଚ ୧୧ରେ ହେବାକୁ ଥିବା ବିଧାନ ପରିଷଦ(ଏମ୍‌ଏଲ୍‌ସି) ନିର୍ବାଚନ ଲାଗି ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ପକ୍ଷରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରି ଦେବୀ ଏବଂ ପୂର୍ବତନ ମନ୍ତ୍ରୀ ଅବଦୁଲବରୀ ସିଦ୍ଧିକିଙ୍କୁ ପ୍ରାର୍ଥୀ କରାଯାଇଛି। ଏହି ତାଲିକାର ଅନ୍ୟମାନଙ୍କ ମଧ୍ୟରେ ଡା. ଉର୍ମିଳା ଠାକୁର, ଶଶି ଯାଦବ(ସିପିଆଇ-ଏମ୍‌ଏଲ୍‌) ଏବଂ ଫୈଶଲ ଅଲି ପ୍ରମୁଖ ଅଛନ୍ତି।

ଏମଏଲ୍‌ସି ନିର୍ବାଚନର ନାମାଙ୍କନ ଲାଗି ମାର୍ଚ୍ଚ ୧୧ ହେଉଛି ଶେଷ ତାରିଖ। ବିଧାନ ପରିଷଦରେ ଗୋଟିଏ ଆସନ ଜିତିବା ଲାଗି ବିଧାନସଭାର ୨୧ଜଣ ସଦସ୍ୟଙ୍କ ଭୋଟ ଆବଶ୍ୟକ। ଏମିତିରେ ସଂଖ୍ୟାବଳ ଅନୁଯାୟୀ ଏନ୍‌ଡିଏ ୬ ଆସନରେ ଜିତୁଥିବା ଜଣାପଡ଼ିଛି। ମେଣ୍ଟର ୫ ପ୍ରାର୍ଥୀ ଜିତିବାର ସମ୍ଭାବନା ରହିଛି।

କହିରଖୁଛୁ, ବିହାର ବିଧାନସଭା ସଦସ୍ୟମାନେ ୨୧ ମାର୍ଚ୍ଚରେ ଭୋଟ ଦେବେ। କିନ୍ତୁ ଭୋଟ ଗଣନା ୨୩ ମାର୍ଚ୍ଚ ସୁଦ୍ଧା ଶେଷ ହେବ। ତେବେ ବିଧାନ ପରିଷଦରେ ଗୋଟିଏ ଆସନ ଜିତିବା ପାଇଁ ବିଧାନସଭାର ୨୧ ଜଣ ସଦସ୍ୟଙ୍କ ସମର୍ଥନ ଏବଂ ଭୋଟ ଆବଶ୍ୟକ। ବିହାର ବିଧାନସଭାରେ ବିଧାୟକଙ୍କ ସଂଖ୍ୟା ଅନୁଯାୟୀ ଏନଡିଏ ପ୍ରାର୍ଥୀମାନେ ୬ଟି ସିଟ ଏବଂ ପାଞ୍ଚଟି ଆସନରେ ମେଣ୍ଟ ପ୍ରାର୍ଥୀ ଜିତିବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ହେଲା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ: ବଡ଼ କାରଣ କହିଲେ …

ମୁମ୍ବାଇ,୨୮।୧: ମହାରାଷ୍ଟ୍ରର ବାରାମତିରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ଏବଂ ଅନ୍ୟ ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଛି।…

ଅଜିତ ପାଓ୍ବାରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ ମହାରାଷ୍ଟ୍ର ବିକାଶରେ…

ନୂଆଦିଲ୍ଲୀ,୨୮ା୧: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ଶୋକ ପ୍ରକାଶ କରି…

୨ ପୁଅ, ସ୍ତ୍ରୀଙ୍କୁ ଛାଡିଦେଇ ଗଲେ ଅଜିତ ପାୱାର: ଜାଣନ୍ତୁ ତାଙ୍କ ରାଜନୈତିକ ଯାତ୍ରା ବିଷୟରେ ଅଜଣା କଥା…

ପୁଣେ,୨୮।୧: ମହାରାଷ୍ଟ୍ରର ଏନସିପି ନେତା ଏବଂ ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ପରଲୋକ ଘଟିଛି। ନିର୍ବାଚନ ପ୍ରଚାର ପାଇଁ ଯାଉଥିବାବେଳେ ଏହି ଦୁର୍ଘଟଣା ଘଟିଛି। ତାଙ୍କ…

ମା’ଙ୍କ ପ୍ରତିମୂର୍ତ୍ତିରୁ ଲୁଟିନେଲେ ଲକ୍ଷାଧିକ ଟଙ୍କା ମୂଲ୍ୟର ଅଳଙ୍କାର, ସକାଳୁ ଆସି ପୂଜାରୀ ଦେଖିଲେ…

ଦିଗପହଣ୍ଡି,୨୮।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର କୁକୁଡ଼ାଖଣ୍ଡି ବ୍ଲକ ଅଧୀନ ମା ’ ମହୁରୀ କାଳୁଆଙ୍କ ମନ୍ଦିର ଗର୍ଭଗୃହରୁ ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କା…

ବଞ୍ଚାଇଦେଲେ ମହାପ୍ରଭୁ: ୩ କିମି ପୂର୍ବରୁ ଡ୍ରାଇଭରଙ୍କ ସାଙ୍ଗରେ ପାଟିତୁଣ୍ଡ କରି… 

ଆନନ୍ଦପୁର୨୭।୧(ସୁଶାନ୍ତ କୁମାର ସାହୁ): ଆନନ୍ଦପୁର ଉପଖଣ୍ଡ, ଛେନାପଦି  ବଉଳା ରାସ୍ତାର ବୈଦାଖିଆ  ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍‌। ଅଳ୍ପକେ ବର୍ତ୍ତି ଯାଇଛନ୍ତି ଯାତ୍ରୀ। ସୂଚନା ଅନୁସାରେ, ଭୂବନେଶ୍ବରରୁ …

ଅଜିତ ପାଓ୍ବାରଙ୍କ ମୃତ୍ୟୁକୁ ନେଇ ଏମିତି କହିଦେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୮।୧:  ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏବଂ ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ପରଲୋକ ଘଟିଛି। ଏହି ଦୁର୍ଘଟଣା ମହାରାଷ୍ଟ୍ରର ବାରମତିରେ ଘଟିଛି। ବିମାନଟି ବାରମତିରେ ଅବତରଣ…

ମୃତ୍ୟୁର କିଛି ମିନିଟ୍‌ ପୂର୍ବରୁ ଏହି ବ୍ୟକ୍ତିଙ୍କୁ ମନେ ପକାଇଥିଲେ ଅଜିତ ପାଓ୍ବାର: ଭାଇରାଲ ହେଉଛି ଶେଷ ପୋଷ୍ଟ

ପୁଣେ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ଏକ ବିମାନ ଦୁର୍ଘଟଣାରେ ମୃତ୍ୟୁବରଣ କରିଛନ୍ତି। ମୁମ୍ବାଇରେ ଏକ କ୍ୟାବିନେଟ ବୈଠକରେ ଯୋଗ ଦେବା ପରେ, ଅଜିତ ପାୱାର ଏକ…

ଦୁର୍ଘଟଣା ସମୟରେ ଅଜିତ ପାୱାରଙ୍କ ସହ ବିମାନରେ କିଏ ଥିଲେ? ଦେଖନ୍ତୁ ପୂରା ଲିଷ୍ଟ

ନୂଆଦିଲ୍ଲୀ,୨୮।୧: ବାରାମତିରେ ଏକ ବିମାନ ଦୁର୍ଘଟଣାରେ ବୁଧବାର ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ମୃତ୍ୟୁ ଘଟିଛି। ଜିଲା ପଞ୍ଚାୟତ ପରିଷଦ ନିର୍ବାଚନ ପାଇଁ ପ୍ରଚାର କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri