Posted inଜାତୀୟ

ଗୁଟ୍‌ଖାଠୁ ଶସ୍ତା ମଣିଷ ଜୀବନ

ପାଟନା, ୧୭।୨ : ବିହାରର ରାଜଧାନୀ ଠାରୁ ୨୫୦ କିଲୋମିଟର ଦୂରରେ ଥିବା ସୁପାଲରୁ ଆସିଛି ଏକ ହୃଦୟ ବିଦାରକ ଘଟଣା। ବାକିରେ ଗୁଟ୍‌ଖା ଦେବାକୁ ମନା କରି ଦେବାରୁ ୩ ଜଣ ଦୁର୍ବୃତ୍ତ ଗୁଳି କରି ଜଣେ ଦୋକାନୀଙ୍କୁ ହତ୍ୟା କରିଛନ୍ତି। ମୃତକଙ୍କ ନାମ ମିଥିଲେଶ।

ପୋଲିସ ଅନୁଯାୟୀ, ଅଜିତ୍‌ ଯାଦବ ନାମକ ଜଣେ ଗ୍ରାହକ ୫୦ ଟଙ୍କାର ଗୁଟ୍‌ଖା ନେଇ ୩୦ ଟଙ୍କା ଦେଇଥିଲେ। ଏଥିନେଇ ୨୫ ବର୍ଷୀୟ ମିଥିଲେଶଙ୍କ ସହ ଅଜିତ୍‌ଙ୍କ ଯୁକ୍ତିତର୍କ ହୋଇଥିଲା। ପରଦିନ ସକାଳେ ଅଜିତ୍‌ ଦୁଇ ଜଣ ସାଙ୍ଗ ସହ ଆସି ମିଥଲେଶଙ୍କୁ ଗୁଳି କରିଥିଲେ। ଏଥିରେ ଦେଶୀ ବନ୍ଧୁକ ବ୍ୟବହାର ହୋଇଛି। ପୀଡ଼ିତଙ୍କୁ ତୁରନ୍ତ ମେଡିକାଲ ନେଇଯାଇଥିଲେ ସ୍ଥାନୀୟ ଲୋକେ। କିନ୍ତୁ ସେଠାରେ ତାଙ୍କୁ ମୃତ ଘୋଷଣା କରାଯାଇଥିଲା। ମୃତକଙ୍କ ପରିବାର ବର୍ଗ ରାସ୍ତା ରୋକ କରିଥିଲେ। ସିନିୟର ଅଫିସରଙ୍କ ବୁଝାଶୁଝା କରିବା ପରେ ପୋଷ୍ଟମର୍ଟମ ପାଇଁ ମୃତଦେହ ନେବାକୁ ଅନୁମତି ଦେଇଥିଲେ ବିକ୍ଷୋଭକାରୀ।


Enter your email to get our daily news in your inbox.

All Right Reserved By Dharitri.Com

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

ଅବୈଧ ସମ୍ପର୍କରେ ବାଧା ସାଜିଲେ ସନ୍ତାନ; ପ୍ରେମିକ ସହ ମିଶି ହତ୍ୟା କଲେ, ଅନ୍ୟ ଜିଲାକୁ ନେଇ ଫିଙ୍ଗିଦେଲେ ମା’

ଚେନ୍ନାଇ,୬।୯: ତାମିଲନାଡୁର ତିରୁପତ୍ତୁର ଜିଲାରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ୫ ବର୍ଷ ଓ ୩ ବର୍ଷ ବୟସର ଦୁଇ ଶିଶୁଙ୍କୁ କୂଅରେ ଫିଙ୍ଗି…

ମନ୍ତ୍ରୀଙ୍କ ପ୍ରଦର୍ଶନ ଉପରେ ମୋଦିଙ୍କ ନଜର, କ୍ୟାବିନେଟ୍ ଅଦଳବଦଳ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬ା୯: ମନ୍ତ୍ରୀମାନଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ସୋମବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଅଧ୍ୟକ୍ଷତା…

TVK ନେତାଙ୍କୁ ବୀଭତ୍ସ ହତ୍ୟା, କାର୍ଯ୍ୟାଳୟକୁ ଯାଉଥିବା ବେଳେ ହାଣିଦେଲେ

ଚେନ୍ନାଇ,୬।୯: ତାମିଲନାଡୁର ଚେନ୍ନାଇରେ ଜଣେ ବ୍ୟକ୍ତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି । ମୃତକଙ୍କ ନାମ କନ୍ନନ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, କନ୍ନନ ନିକଟରେ ଶାସକ…

‘ଜମ୍ମୁ କଶ୍ମୀର-ଲଦାଖ ଆମର’: ନୂଆ UN ମାନଚିତ୍ର ପ୍ରତି ଭାରତର ପ୍ରତିକ୍ରିୟା ପାକିସ୍ତାନକୁ ବିଚଳିତ କରିବ

ନୂଆଦିଲ୍ଲୀ,୬।୯: ଭାରତ ଜାତିସଂଘ ବା UN ସାଧାରଣ ସଭାର ପ୍ରସ୍ତାବ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛି ଯାହା ଶୀର୍ଷକ ‘ମାନଚିତ୍ର ସଂଶୋଧନ କରନ୍ତୁ’। ବୈଦେଶିକ ମନ୍ତ୍ରଣାଳୟର…

ଅରୁଣାଚଳରେ ପ୍ରଥମ ପ୍ରମୁଖ ଭାରତ-ଚାଇନା କୋର କମାଣ୍ଡରସ୍ତରୀୟ ବୈଠକ; ଜାଣନ୍ତୁ କ’ଣ ରହିଛି ଏଜେଣ୍ଡା

ନୂଆଦିଲ୍ଲୀ,୬।୯: ଅରୁଣାଚଳ ପ୍ରଦେଶରେ ଭାରତ ଏବଂ ଚାଇନା କୋର କମାଣ୍ଡରମାନଙ୍କ ମଧ୍ୟରେ ଏକ ପ୍ରମୁଖ ସୀମା କର୍ମଚାରୀ ବୈଠକ (BPM) ଅନୁଷ୍ଠିତ ହେବାକୁ ଯାଉଛି। ରବିବାର (ସେପ୍ଟେମ୍ବର…

ତାଣ୍ଡବ ରଚିଲା ବର୍ଷା! ରାଜଧାନୀରେ ଭୁଶୁଡ଼ିଲା କୋଠା; ଅନେକ ଲୋକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୬।୯: ରାଜଧାନୀ ଦିଲ୍ଲୀରେ ପୁଣି ଥରେ ପ୍ରବଳ ବର୍ଷା ଯୋଗୁ ତାଣ୍ଡବ ସୃଷ୍ଟି ହୋଇଛି। ଦକ୍ଷିଣ ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ରବିବାର ହଠାତ ଏକ କୋଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri