ଛୁଟି ପାଇଁ ଶିକ୍ଷକ ଲେଖିଲେ ଅଜବ ଦରଖାସ୍ତ: ଅଡୁଆରେ ଶିକ୍ଷା ବିଭାଗ

ପାଟନା,୨।୧୨: ବିହାରର ଏବେ ଶିକ୍ଷକମାନେ ଅଜବ ଢ଼ଙ୍ଗରେ ଦରଖାସ୍ତ ଲେଖି ଆକସ୍ମିକ ଛୁଟି ପାଇଁ ଆବେଦନ କରୁଛନ୍ତି। ବର୍ତ୍ତମାନ ଏହି ଛୁଟି ଆବେଦନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଶିକ୍ଷକ ଅଜୟ କୁମାର ଡିସେମ୍ବର ୫ ସୋମବାର ୮ଟାରେ ମୋ ମା’ଙ୍କ ମୃତ୍ୟୁ ହେବାର ସମ୍ଭାବନା ରହିଛି, ସେଥିପାଇଁ ମୁଁ ତାଙ୍କର ଶେଷ ରୀତିନୀତି ପାଇଁ ଡିସେମ୍ବର ୬ରୁ ୭ ପର୍ଯ୍ୟନ୍ତ ସ୍କୁଲରେ ଅନୁପସ୍ଥିତ ରହିବି। ଅନ୍ୟପକ୍ଷେ ଅନ୍ୟ ଏକ ଆବେଦନରେ ଶିକ୍ଷକ ରାଜ ଗୌରବ ଲେଖିଛନ୍ତି, ସେ ଡିସେମ୍ବର ୪ରୁ ୫ ପର୍ଯ୍ୟନ୍ତ ଅସୁସ୍ଥ ହେବାର ସମ୍ଭାବନା ରହିଛି। ତେଣୁ ସ୍କୁଲକୁ ଆସିପାରିବି ନାହିଁ।
ଏହିପରି ଏକ ଆବେଦନରେ ଶିକ୍ଷକ ନୀରଜ କୁମାର ଲେଖିଛନ୍ତି, ପେଟ ବ୍ୟଥା ସମ୍ଭାବନା ଥିବାରୁ ସେ ଡିସେମ୍ବର ୭ରୁ ୯ ପର୍ଯ୍ୟନ୍ତ ସ୍କୁଲ କାମ କରିବାରେ ଅସମର୍ଥ ହେବେ। ଏଭଳି କହି ପ୍ରଧାନଶିକ୍ଷକଙ୍କଠାରୁ ଛୁଟି ମାଗୁଛନ୍ତି ଶିକ୍ଷକ। ଏହି ସମସ୍ତ ଛୁଟି ଆବେଦନଗୁଡିକୁ ଏଥିପାଇଁ ଲେଖାଯାଇଛି, କାରଣ ଜିଲା ଶିକ୍ଷା ବିଭାଗ ଏକ ନିର୍ଦ୍ଦେଶ ଜାରି ହୋଇଛି। ଏଥିରେ ଆକସ୍କିକ ଛୁଟି ପାଇଁ ୩ଦିନ ପୂର୍ବରୁ ଆବେଦନ ଦେବାକୁ ପଡ଼ିବ।

ସୂଚନାଯୋଗ୍ୟ, ମୁଙ୍ଗେର, ଭାଗଲପୁର ଏବଂ ବାଙ୍କା ଜିଲାରେ ଶିକ୍ଷକମାନଙ୍କ ଆକସ୍ମିକ ଛୁଟି ଦାବି ସମ୍ପର୍କରେ ଶିକ୍ଷା ବିଭାଗ ପକ୍ଷରୁ ଏକ ନୂତନ ନିର୍ଦ୍ଦେଶ ଜାରି କରାଯାଇଛି ଯେଉଁଥିରେ କୁହାଯାଇଛି ଯେ ଶିକ୍ଷକମାନଙ୍କୁ ୩ଦିନ ପୂର୍ବରୁ ଆକସ୍ମିକ ଛୁଟି ପାଇଁ ଆବେଦନ କରିବାକୁ ପଡିବ। ଯଦି ସେମାନେ ତାହା ନ କରନ୍ତି, ତେବେ ତାଙ୍କର ଛୁଟି ଗ୍ରହଣ କରାଯିବ ନାହିଁ। ଏହି ଆଦେଶରେ ଶିକ୍ଷକମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଶିକ୍ଷକ ସଂଘ ସହ ଜଡିତ ଶିକ୍ଷକ ନେତା କହିଛନ୍ତି, ହଠାତ୍‌ ପରିସ୍ଥିତି ଯୋଗୁ ଛୁଟି ନିଆଯାଏ। ତେବେ ୩ଦିନ ପୂର୍ବରୁ ଆସୁଥିବା ଅସୁବିଧାକୁ କେହି କିପରି ପୂର୍ବାନୁମାନ କରିପାରିବ। ତେଣୁ ଏହି ଆଦେଶ ପ୍ରତ୍ୟାହାର କରିନେବାକୁ ଶିକ୍ଷକମାନେ ସରକାରଙ୍କୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri