ବିହାର ନିର୍ବାଚନ ସ୍ଥଗିତ ରଖିବା ଆବେଦନ ଖାରଜ

ନୂଆଦିଲ୍ଲୀ, ୨୯।୮(ପି.ଟି.):କରୋନା ମହାମାରୀ ପାଇଁ ବିହାର ବିଧାନସଭା ନିର୍ବାଚନ ସ୍ଥଗିତ ରଖିବା ପାଇଁ ଦାଏର ଏକ ଜନସ୍ବାର୍ଥ ମାମଲା (ପିଆଇଏଲ୍‌)କୁ ଶୁକ୍ରବାର ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ନିର୍ବାଚନ ସ୍ଥଗିତ ରଖିବା ପାଇଁ କୋଭିଡ୍‌-୧୯ କାରଣ ହୋଇ ନ ପାରେ ବୋଲି ଖଣ୍ଡପୀଠ କହିଛନ୍ତି। ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି ହୋଇ ନ ଥିବାବେଳେ ଏଭଳି ପିଟିଶନ ଅପରିପକ୍ୱ ବୋଲି ଖଣ୍ଡପୀଠ ମତ ଦେଇଛନ୍ତି। ନିର୍ବାଚନ ସମ୍ପର୍କିତ ସବୁ ନିଷ୍ପତ୍ତି ନିର୍ବାଚନ କମିଶନ (ଇସି) ନେବେ ବୋଲି ଜଷ୍ଟିସ୍‌ ଅଶୋକ ଭୂଷଣଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ୍‌ ଆର୍‌.ଏସ୍‌. ରେଡ୍ଡୀ ଏବଂ ଏମ୍‌.ଆର୍‌. ଶାହାଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଛନ୍ତି।
ଅସାଧାରଣ ସ୍ଥିତିରେ ନିର୍ବାଚନ ସ୍ଥଗିତ ରଖିବା ବ୍ୟବସ୍ଥା ଜନପ୍ରତିନିଧି ଆଇନରେ ରହିଛି। କରୋନା ସଙ୍କଟ କାରଣରୁ ବିହାର ନିର୍ବାଚନ ସ୍ଥଗିତ ରଖିବା ଲାଗି ମୁଖ୍ୟ ନିର୍ବାଚନ କମିଶନଙ୍କୁ ନିର୍ଦ୍ଦେଶ ଦେବା ନିମନ୍ତେ ଅବିନାଶ ଠାକୁର ଆବେଦନ କରିଥିଲେ। ନିର୍ବାଚନ ସ୍ଥଗିତ ରଖିବା ସମ୍ପର୍କରେ ଇସି ନିଷ୍ପତ୍ତି ନେବେ। ଏଥିପାଇଁ ଅଦାଲତ ନିର୍ଦ୍ଦେଶ ଦେଇପାରିବେ ନାହିଁ ବୋଲି ଖଣ୍ଡପୀଠ ସ୍ପଷ୍ଟ କରିଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ଏହି ରାୟ ପରେ ବିହାର ନିର୍ବାଚନ ଠିକ୍‌ ସମୟରେ ହେବା ନେଇ ପଥ ପରିଷ୍କାର ହୋଇଯାଇଛି।
ସୂଚନାଯୋଗ୍ୟ କରୋନା ଆଳରେ ନିର୍ବାଚନକୁ ସ୍ଥଗିତ ରଖିବା ଲାଗି ବିହାରର ବିରୋଧୀ ଦଳଗୁଡ଼ିକ ଦାବି କରିଆସୁଛନ୍ତି। ଏପରିକି ଏନ୍‌ଡିଏର ସହଯୋଗୀ ଦଳ ଲୋକ ଜନଶକ୍ତି ପାର୍ଟି (ଏଲ୍‌ଜେପି) ଅଧ୍ୟକ୍ଷ ଚିରାଗ ପାଶ୍ୱାନ ମଧ୍ୟ ନିର୍ବାଚନ ଘୁଞ୍ଚାଯିବା ଚାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରୁଥିବା ବେଳେ କେନାଲରେ ଭାସିଗଲେ ଚାଷୀ, ତାପରେ ଘଟିଲା….

ଦେବଗଡ,୨୯।୭(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ସରୁଆଳି ଗ୍ରାମ ପଂଚାୟତ ଅନ୍ତର୍ଗତ ମାଦଲିଆ ଗ୍ରାମରେ ଜଣେ ଚାଷୀ କେନାଲରେ ଭାସି ଯାଇଥିଲେ । ଏହାପରେ ଅଗ୍ନଶମ ବିଭାଗ…

ବର୍ଷର ଶେଷ ଚନ୍ଦ୍ରଗ୍ରହଣ! ପ୍ରବଳ ଇନକମ କରିବେ ୪ ରାଶି, ଅଜଣା ଲୋକ ସାଜିବେ ଦେବଦୂତ!

ମାସ ମାନଙ୍କ ମଧ୍ୟରେ ଶ୍ରାବଣ ମାସ ହେଉଛି ଏକ ଗୁରୁତ୍ୱପୂର୍ଣ୍ଣ ମାସ। ଏହି ପବିତ୍ର ମାସ ଆହୁରି ଗୁରୁତ୍ୱପୂର୍ଣ୍ଣ କାରଣ ଅଗଷ୍ଟ ୨୮ରେ ଆଶିଂକ ଚନ୍ଦ୍ରଗ୍ରହଣ ଲାଗିବାକୁ…

ପ୍ରବଳ ବର୍ଷାରେ ବୁଡ଼ିଗଲାଣି ଧାନଜମି, ଚାଷକାର୍ଯ୍ୟ ବ୍ୟାହତ, ଚାଷୀ ମୁଣ୍ଡରେ ଚଡ଼କ

କେସିଙ୍ଗା,୨୯ା୭(ତୁମେଶ୍ୱର ସାହୁ): କଳହାଣ୍ଡି ଜିଲାର କେସିଙ୍ଗା ବ୍ଲକ ଅଞ୍ଚଳରେ ଦୀର୍ଘ ୪ଦିନ ହେଲା ଲଗାଣ ବର୍ଷା ଲାଗି ରହିଥିବାରୁ ଚାଷଜମିରେ ବର୍ଷାଜଳ ଭରି ଯାଇଥିବାରୁ ଧାନଗଜା ବୁଡି…

ରାହୁଲଙ୍କ ଅଭିଯୋଗକୁ ନେଇ ସରକାରଙ୍କ କଡ଼ା ଜବାବ, ଗୁଳି ନୁହେଁ କେବଳ….

ନୂଆଦିଲ୍ଲୀ,୨୯।୭: ଲୋକ ସଭାରେ ପେପର ଲିକ ବିରୋଧୀ ବିଲ ଉପରେ ରାହୁଲ ଗାନ୍ଧୀଙ୍କ ବକ୍ତବ୍ୟକୁ ନେଇ ପ୍ରବଳ ହଟ୍ଟଗୋଳ ଦେଖାଦେଇଥିଲା । ଏହାପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ…

କୌଣସି ପ୍ରମାଣ ନାହିଁ… ୧୧ ବର୍ଷ ପୁରୁଣା ମାମଲାରେ ମନମୋହନ ସିଂଙ୍କୁ କ୍ଲିନଚିଟ୍

ନୂଆଦିଲ୍ଲୀ,୨୯ା୭: କୋଇଲା ବ୍ଲକ ଆବଣ୍ଟନ ମାମଲାରେ ସ୍ବର୍ଗତ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ବିରୋଧରେ ଜାରି ସମନକୁ ରଦ୍ଦ କରିଛନ୍ତି ସୁପ୍ରିମକୋର୍ଟ । ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ମୃତ୍ୟୁର…

ସିଭିଲ କୋର୍ଟ ପ୍ରତିଷ୍ଠାର ବର୍ଷ ପୂର୍ତ୍ତି ପାଳନରେ ସମ୍ବର୍ଦ୍ଧିତ ହେଲେ ୩ ମାଜିଷ୍ଟ୍ରେଟ୍‌

ଦିଗପହଣ୍ଡି,୨୯ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଗତ ୨୦୨୫ ଜୁଲାଇ ୨୯ରେ ନୂତନ ଭାବେ ଦେଓ୍ବାନୀ କୋର୍ଟ (ସିଭିଲ ଜଜ ସିନିୟର ଡିଭିଜନ) ଶୁଭାରମ୍ଭ ହୋଇଥିଲା।…

ବଢୁଛି ସାପ ଆତଙ୍କ: ଅଧ୍ୟାପକଙ୍କ ଘରେ ବିରାଟ ନାଗ, ଆଉ ତା’ ପରେ……

ଭଞ୍ଜନଗର,୨୯ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଆଜକୁ କିଛିଦିନ ହେବ ମଝିରେ ମଝିରେ ବର୍ଷା ହେଉଛି। ତେଣୁ ଖାଲଖମାଗୁଡ଼ିକ ପାଣିରେ ଭର୍ତ୍ତି ହୋଇଥିବା ଯୋଗୁ ସାପ…

ବିରୋଧୀଙ୍କ ହଙ୍ଗାମା ମଧ୍ୟରେ ଲୋକ ସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ବିଲ୍

ନୂଆଦିଲ୍ଲୀ,୨୯ା୭: ଲୋକ ସଭାରେ ଆଣ୍ଟି ପେପର ଲିକ୍ ବିଲ୍ ପାରିତ ହୋଇଛି । ପରୀକ୍ଷାରେ ସଂସ୍କାର ନେଇ ଆସିଥିବା ବିଲ୍ ପାରିତ ହୋଇଛି । ପରୀକ୍ଷାରେ ପେପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri