କଂଗ୍ରେସ ଛାଡ଼ିଲେ ବିଜୟ ପଟ୍ଟନାୟକ, କହିଲେ-‘ଦଳରେ ମୋ ପ୍ରେଷ୍ଟିଜ୍ ନାହିଁ’

ନୂଆଦିଲ୍ଲୀ,୧୬।୮: କଂଗ୍ରେସ ଛାଡ଼ିଛନ୍ତି ଦଳର ବରିଷ୍ଠ ନେତା ବିଜୟ କୁମାର ପଟ୍ଟନାୟକ। ମେଲ୍‌ ଯୋଗେ ତାଙ୍କର ଇସ୍ତଫା ପତ୍ରକୁ ସେ AICCକୁ ପଠାଇଛନ୍ତି। ଗତ ସାଧାରଣ ନିର୍ବାଚନରେ ସେ ଗଜପତି ପାରଳାଖେମୁଣ୍ଡିରୁ ନିର୍ବାଚନ ଲଢ଼ିଥିଲେ। ନିର୍ବାଚନ ପୂର୍ବରୁ ବିଜୟଙ୍କୁ ପ୍ରଥମେ ପ୍ରଚାର କମିଟି ଅଧ୍ୟକ୍ଷ ଦାୟିତ୍ୱ ଦିଆଯାଇଥିଲା। ପରେ ତାଙ୍କୁ ଏହି ଦାୟିତ୍ୱରୁ କାଢି ଦିଆଯାଇଥିଲା।

କଂଗ୍ରେସରୁ ଇସ୍ତଫା ଦେବା ପରେ ବିଜୟ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଦଳରେ ମୋର କୌଣସି ପ୍ରେଷ୍ଟିଜ୍ ନାହିଁ। ଏପରିକି ଦଳରେ ମୋର କୌଣସି ସ୍ଥାନ ନାହିଁ। ଏଣୁ ମୁଁ ଅନୁଭବ କଲି ଦଳପାଇଁ ମୁଁ ବ୍ୟବହାରଯୋଗ୍ୟ ନୁହେଁ ତେଣୁ ଇସ୍ତଫା ଦେଉଛି।

ଏଥିସହିତ ସେ ଅନ୍ୟ କୌଣସି ଦଳରେ ଯୋଗ ଦେବେ ସମ୍ପର୍କରେ ମଧ୍ୟ ସ୍ପଷ୍ଟ କରିଛନ୍ତି। ”ଅନ୍ୟ କୌଣସି ଦଳକୁ ଯିବାର ନାହିଁ, ଲୋକଙ୍କ ପାଖକୁ ଯିବି। ଲୋକଙ୍କ ପାଖକୁ ଯାଇ ଲୋକଙ୍କ ସେବା କରିବାର ଅଛି। ”

ଗତବର୍ଷ ଫେବ୍ରୁଆରି ୧୦ ତାରିଖରେ କଂଗ୍ରେସ ଅଧ୍ୟକ୍ଷ ମଲିକାର୍ଜୁନ ଖଡ଼ଗେଙ୍କ ଉପସ୍ଥିତିରେ ଦଳରେ ଯୋଗ ଦେଇଥିଲେ। ଏହି ସମୟରେ କଂଗ୍ରେସର ସାଂଗଠନିକ ସଂପାଦକ କେ.ସି ଭେନୁଗୋପାଳ, ଏଆଇସିସି ଓଡ଼ିଶା ପ୍ରଭାରୀ ଚେଲ୍ଲା କୁମାର, ତତ୍‌କାଳୀନ ପିସିସି ସଭାପତି ପଟ୍ଟନାୟକ ଶରତ ପଟ୍ଟନାୟକ ଓ ବରିଷ୍ଠ କଂଗ୍ରେସ ନେତା ମାନସ ଚୌଧୁରୀ ଉପସ୍ଥିତ ଥିଲେ।

ବିଜୟ ପଟ୍ଟନାୟକ ଏକଦା ୨୦୦୪ରୁ ୨୦୧୦ ପର୍ଯ୍ୟନ୍ତ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରମୁଖ ସଚିବ ଥିଲେ। ପରେ ୨୦୧୦ ସେପ୍ଟେମ୍ବରରେ ରାଜ୍ୟର ମୁଖ୍ୟ ଶାସନ ସଚିବ ଦାୟିତ୍ବ ଗ୍ରହଣ କରିଥିଲେ ଏବଂ ୨୦୧୩ ପର୍ଯ୍ୟନ୍ତ ଏହି ପଦରେ ରହିଥିଲେ। ଏହାପରେ ସେ ଓଡ଼ିଶା ମାନବଧିକାର କମିସନର ସଦସ୍ୟ ଏବଂ ବେଦନ୍ତା ବିଶ୍ବବିଦ୍ୟାଳୟ ପ୍ରକଳ୍ପର ଅଧ୍ୟକ୍ଷ ଭାବେ କାର୍ଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ

ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ…

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ଦିଗପହଣ୍ଡିରେ ବିଷ୍ଣୁ ଗୋସ୍ୱାମୀ ମହାରାଜଙ୍କ ଜନ୍ମ ମହୋତ୍ସବ: ଯୋଗଦେଲେ ବିଧାୟକ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚୈତନ୍ୟ ଆଶ୍ରମର ଆଚାର୍ଯ୍ୟ ତଥା ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଭାଗବତ ପ୍ରଚାରକ ଭକ୍ତି ବିଚାର ଶ୍ରୀ…

ଦିଗପହଣ୍ଡିର ବିଭିନ୍ନ ପର୍ଯ୍ୟଟନ ସ୍ଥଳର ବିକାଶ ପାଇଁ ଜିଲାପାଳଙ୍କ ଉପସ୍ଥିତିରେ ବିଧାୟକଙ୍କ ସମୀକ୍ଷା 

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ରହିଥିବା ବିଭିନ୍ନ ପର୍ଯ୍ଯଟନୀସ୍ଥଳ ଗୁଡ଼ିକର ଉନ୍ନତି କରାଯିବା ନେଇ ଶୁକ୍ରବାର ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଘୋଡାହାଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?