ଦିଗପହଣ୍ଡିରେ ପ୍ରବାଦ ପୁରୁଷ ବିଜୁବାବୁଙ୍କ ଜୟନ୍ତୀ ପାଳିତ

ଦିଗପହଣ୍ଡି,୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ କବିସୂର୍ଯ୍ୟ କଲ୍ୟାଣ ମଣ୍ଡପ ପରିସରରେ ଗୁରୁବାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ ତମ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି । ବିଜେଡ଼ି ଦିଗପହଣ୍ଡି ବ୍ଲକ ଓ ନଗର କମିଟି ପକ୍ଷରୁ ଆୟୋଜିତ ‘ ଓଡ଼ିଶା ଗଠନରେ ବିଜୁ ବାବୁଙ୍କ ଅବଦାନ ‘ ଶୀର୍ଷକ ଆଲୋଚନା ଚକ୍ରରେ ଦିଗପହଣ୍ଡି ଏନଏସିର ପୂର୍ବତନ ଅଧ୍ୟକ୍ଷ ଭି.ରବି ନାରାୟଣ ରାଜୁ ଅଧ୍ୟକ୍ଷତା କରିଥିଲେ।

ବିଜେଡ଼ି ବ୍ଲକ ସଭାପତି କେ.ତାରକେଶ୍ଵର ଦୋରା, ଦିଗପହଣ୍ଡି ନଗର କମିଟି ସଭାପତି ତାରାପ୍ରସାଦ ପଟ୍ଟନାୟକ, ବର୍ଷୀୟାନ କୃଷକ ନେତା ଶମ୍ଭୁ ପଣ୍ଡା, ପୂର୍ବତନ ଏନଏସି ଅଧ୍ୟକ୍ଷ ହୃଦୟ ରଞ୍ଜନ ମେକାପ, ପୂର୍ବତନ କାଉନସିଲର ନିରୁପମା ପଟ୍ଟନାୟକ, ନଗର ବିଜେଡ଼ି ମହିଳା ସଭାନେତ୍ରୀ ଅନିତା ବେହେରା ପ୍ରମୁଖ ମଞ୍ଚାସିନ ଥିଲେ । ବିଜୁ ବାବୁଙ୍କ ଅମ୍ଳାନ ପ୍ରତିଭା ସମ୍ପର୍କରେ ଦଳୀୟ ନେତୃବୃନ୍ଦ ଉଦବୋଧନ ଦେଇଥିଲେ।  ପୂର୍ବାହ୍ନରେ ଦଳୀୟ ନେତୃବୃନ୍ଦ ଓ ବହୁ ସଂଖ୍ୟକ ବିଜେଡି କର୍ମୀ ପୁଞ୍ଜିକଂୟା ଛକ ସ୍ଥିତ ବିଜୁବାବୁଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ସମେତ ବଜାର ଗାନ୍ଧୀ ଛକ ଠାରେ ଥିବା ମହାପୁରୁଷମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।

କାଉନସିଲର ନୀଳମାଧବ ଗୌଡ଼, ସୁଶାନ୍ତ ପାତ୍ର, ଜ୍ୟୋସ୍ନା ଜେନା, କରିସ୍ମା ନାୟକ, ଜିଲା ପରିଷଦ ସଦସ୍ୟ ରାଧାକାନ୍ତ ମହାଙ୍କୁଡ, ପୂର୍ବତନ ସରପଞ୍ଚ କୁଞ୍ଜ ବିହାରୀ ରଥ, ସିଏଚ. ସିମାଦ୍ରୀ, ବିକାଶ ମଣ୍ଡଳ, ନିଳାଞ୍ଚଳ ସାହୁ, ଗଣେଶ ରେଡ୍ଡୀ, ରମେଶ ଜେନା, ନିଗମ ପଣ୍ଡା, ଜିତେନ୍ଦ୍ର ମାର୍ଥା, ପ୍ରଶାନ୍ତ ପାଣିଗ୍ରାହୀ, ମାଧବ ଦୋରା, ଲକ୍ଷ୍ମୀ ନାରାୟଣ ପାଢ଼ୀ, ମାଗି ସେଠୀ, ପିଙ୍କୁୁ ଘଡ଼େଇ, ପ୍ରକାଶ ବେହେରା, ସରସ୍ଵତୀ ଗୌଡ଼, ଶିବଲକ୍ଷ୍ମୀ ପଟ୍ଟନାୟକଙ୍କ ସମେତ ବହୁ ସଂଖ୍ୟକ ଦଳୀୟ କର୍ମୀ ଉପସ୍ଥିତ ଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri