‘ସ୍ବାଧୀନତା ସଂଗ୍ରାମରେ ବିଜୁବାବୁଙ୍କ ଭୂମିକା ଥିଲା ଗୁରୁତ୍ୱପୂର୍ଣ୍ଣ’

ପାଟଣାଗଡ଼,୧୭ା୪(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଏନ୍‌ଏସିସ୍ଥିତ ବିଜୁଜନତା ଦଳ କାର୍ଯ୍ୟାଳୟଠାରେ ସ୍ଥାନୀୟ ବିଜେଡି ପକ୍ଷରୁ ଶୁକ୍ରବାର ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ ଦିବସ ପାଳିତ ହେବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ ଓ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି।

ଏହି କାର୍ଯ୍ୟକ୍ରମରେ ପାଟଣାଗଡ଼ ପୂର୍ବତନ ବିଧାୟକ ତଥା ବିଜେଡି ଜିଲା ସଭାପତି ସରୋଜ କୁମାର ମେହେର ଉପସ୍ଥିତ ରହି ତାଙ୍କର ଅଭିଭାଷଣ ପ୍ରଦାନ କରିଥିଲେ। ପ୍ରଥମେ ପ୍ରବାଦପୁରୁଷ ବିଜୁବାବୁଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ପରେ ସଭା କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା। ଆଜିର ଏହି କାର୍ଯ୍ୟକ୍ରମରେ ପାଟଣାଗଡ଼ ବ୍ଲକ୍‌ ଅଧ୍ୟକ୍ଷ ନିଳକାନ୍ତ ବାଗ, ଉପାଧ୍ୟକ୍ଷ ଲକ୍ଷ୍ମୀ ମାଝୀ, ଏନ୍‌ଏସି ଅଧ୍ୟକ୍ଷା ମାନବୀ ବିଶ୍ୱାଳ ଉପସ୍ଥିତ ଥିବାବେଳେ ୩ ବ୍ଲକର ବ୍ଳକ ସଭାପତି ସମେତ ଶତାଧିକ ବିଜେଡି କର୍ମକର୍ତ୍ତା ଓ କର୍ମୀମାନେ ଯୋଗଦେଇଥିଲେ।

Dharitri – Odisha’s No.1 Odia Daily