ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ନିଆଁ ଲଗାଇବା ପ୍ରସଙ୍ଗ: ମାଷ୍ଟରମାଇଣ୍ଡକୁ ଖସାଇବାକୁ ଉଦ୍ୟମ ଚର୍ଚ୍ଚା

ପାଟଣାଗଡ଼,୧୭।୪ (ସଚ୍ଚିଦାନନ୍ଦ ମହାକୁର): ମଙ୍ଗଳବାର ସକାଳୁ ପାଟଣାଗଡ଼ ବ୍ରହ୍ମପୁରା ବ୍ଳକ ସ୍ଥିତ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ଜଣେ ଯୁବକ ନିଆଁ ଲଗାଇ ଦେଇଥିଲେ । ଏହି ଘଟଣା ପ୍ରଘଟ ହେବାପରେ ରାଜବ୍ୟାପୀ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ଏହାକୁ ନେଇ ବିଜୁ ଜନତା ଦଳ ତରଫରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରତିବାଦ ମଧ୍ୟ କରାଯାଇଥିଲା । ଏନେଇ ପାଟଣାଗଡ଼ ପୂର୍ବତନ ବିଧାୟକ ସରୋଜ ମେହେରଙ୍କ ନେତୃତ୍ୱରେ ସ୍ଥାନୀୟ ଥାନାରେ ଲିଖିତ ଅଭିଯୋଗ କରାଯାଇଥିଲା । ପରେ ପାଟଣାଗଡ଼ ପୋଲିସ ଉକ୍ତ ଘଟଣାରେ ବଥର୍ଲା ଗାଁର ଯୁଗଳ କୁମାର ସାହୁଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା ।

ସୂଚନାନୁସାରେ, ନିଆଁ ଲଗାଇବା ସମୟରେ ଛକ ନିକଟରେ କେହି ଜଣେ ଘଟଣାର ଭିଡିଓ ଉତ୍ତୋଳନ କରିଥିଲା I ପରେ ଉକ୍ତ ଭିଡିଓ ଭାଇରାଲ ହୋଇଥିଲା। ତେବେ, ଭିଡିଓ ଉତ୍ତୋଳନ କରିବାର ଉଦ୍ଦେଶ୍ୟ କଣ ବୋଲି ଏବେ ପ୍ରଶ୍ନବାଚୀ ସୃଷ୍ଟି କରିଛି । ଘଟଣା ପଛରେ ଅନ୍ୟମାନଙ୍କ ସମ୍ପୃକ୍ତି ରହିଛି । ହେଲେ ପେଲିସ ସେ ଦିଗରେ ତଦନ୍ତ ନକରି ତରବରିଆ ଭାବରେ ଯୁବକକୁ ଗିରଫ କରିଛି ବୋଲି ଆଲୋଚନା ଜୋର ଧରିଛି । ଅପରପକ୍ଷରେ ପ୍ରତିମୂର୍ତ୍ତି ଥିବା ଆଖପାଖ ସ୍ଥାନରେ ଅପରାଧ ରୋକିବା ପାଇଁ ପ୍ରଶାସନ ତରଫରୁ କିଛିଦିନ ତଳେ ସିସି ଟିଭି କ୍ୟାମେରା ଲଗାଯାଇଥିଲା । କିନ୍ତୁ ପୋଲିସ ଏ ପର୍ଯ୍ୟନ୍ତ କାହିଁକି ସିସିଟିଭି ଯାଞ୍ଚ କରିନାହିଁ ବୋଲି ଅଞ୍ଚଳବାସୀ ପ୍ରଶ୍ନ ଉଠାଇଛନ୍ତି। ତେଣୁ ପୋଲିସ ଏଦିଗରେ ତଦନ୍ତ କରିବାକୁ ଦାବି ହେଉଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri