ବିଜୁ ସେତୁ ଭୁଶୁଡିବା ଘଟଣା: ଯନ୍ତ୍ରୀ, ଠିକାଦାରଙ୍କ ନାମରେ ମାମଲା

ନବରଙ୍ଗପୁର/ଉମରକୋଟ,୧୧ା୧: ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ବଡକୁମାରୀ ପଞ୍ଚାୟତ ଅଧୀନ ତାଲାପଦର ନାଗୀନଦୀ ଉପରେ ନିର୍ମାଣାଧୀନ ବିଜୁ ସେତୁ ଭୁଶୁଡିବା ଘଟଣାର ତଦନ୍ତ ଆରମ୍ଭ ହୋଇଛି। ଗ୍ରାମ୍ୟ ଉନ୍ନୟନ ବିଭାଜନ(୨)ର ନିର୍ବାହୀ ଯନ୍ତ୍ରୀ ସନ୍ତୋଷ କୁମାର ସାମଲ ଉମରକୋଟ ଥାନାରେ ସହକାରୀ ଯନ୍ତ୍ରୀ ଅସିତ କୁମାର ପାତ୍ର, କନିଷ୍ଠ ଯନ୍ତ୍ରୀ ନିରଞ୍ଜନ ସାହୁ ଓ ଠିକାଦାର ଆଶିଷ କୁମାର ବିଶ୍ୱାଳଙ୍କ ନାମରେ ଏତଲା ଦେଇଛନ୍ତି। ଏ ନେଇ ଉମରକୋଟ ଥାନାରେ ଏକ ମାମଲା(ନଂ.୧୨/୨୧)ରେ ମାମଲା ରୁଜୁ ହୋଇଛି। ସୋମବାର ସୁନାବେଡା ଅଧୀକ୍ଷଣ ଯନ୍ତ୍ରୀ ପ୍ରଦୀପ କୁମାର ଜେନା ଓ କ୍ୱାଲିଟି କଣ୍ଟ୍ରୋଲ ଦଳ ଘଟଣାସ୍ଥଳରେ ପହଞ୍ଚତ୍ ପ୍ରାଥମିକ ତଦନ୍ତ କରିଛନ୍ତି। ଛାତ କିଭଳି ପଡିଥିଲା, ସେଟ୍ରିଙ୍ଗ୍‌ ପୋଲ ମଧ୍ୟରେ କେତେ ବ୍ୟବଧାନ ରହିଛି ସେ ସବୁ ତଦାରଖ କରାଯାଇଛି। ଏଥିସହ ଭୁଶୁଡି ପଡିଥିବା ସ୍ଥାନରୁ ସିମେଣ୍ଟ କଂକ୍ରିଟ୍‌ ଢଳେଇର ନମୁନା ସମେତ କାମରେ ବ୍ୟବହୃତ ହେଉଥିବା ବାଲି, ସିମେଣ୍ଟ, ଚିପ୍ସ ଆଦିର ନମୁନା ସଂଗ୍ରହ କରିଛନ୍ତି। ସୂଚନା ଯୋଗ୍ୟ, ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ଜଣ ଶ୍ରମିକ ଗୁରୁତର ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେବେ ଆରମ୍ଭ ହେବ ୨୦୨୭ ବିଶ୍ୱକପ୍‌? ସାମ୍ନାକୁ ଆସିଲା ବଡ଼ ଅପଡେଟ୍‌,

ନୂଆଦିଲ୍ଲୀ,୨୯।୯: ୨୦୨୭ରେ ଖେଳାଯିବାକୁ ଥିବା ODI ବିଶ୍ୱକପ୍‌କୁ ନେଇ ବଡ଼ ଅପଡେଟ୍‌ ସାମ୍ନାକୁ ଆସିଛି । ଆନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ICC) ଆସନ୍ତା ଅକ୍ଟୋବର ୧ ତାରିଖରେ…

ଶୁଣିଲାନି ପ୍ରଶାସନ: ସରକାରୀ ବସକୁ ଅଟକ ରଖିଲେ ଶତାଧିକ ମହିଳା

ଦାରିଙ୍ଗବାଡି,୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲିଠାରେ ମଙ୍ଗଳବାର ସକାଳ ୬ଟାରେ ସରକାରୀ ବସକୁ ଗ୍ରାମବାସୀ ଅଟକାଇ ରଖିଛନ୍ତି। ବ୍ଲକ ହେଡ଼ କ୍ୱାର୍ଟରଠାରୁ ପଞ୍ଚାୟତ ହେଡକ୍ୱାର୍ଟର…

ହୋମଷ୍ଟେ ଆବେଦନକାରୀଙ୍କୁ ଭୁବନେଶ୍ୱର ଡାକରା: ମିଳିଲା ଅସ୍ଥାୟୀ ପଞ୍ଜୀକରଣ ପ୍ରମାଣପତ୍ର

ଦାରିଙ୍ଗବାଡ଼ି, ୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନକ୍ଷେତ୍ର ଭାବେ ବିକଶିତ କରିବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏହା ଦ୍ୱାରା ଦେଶ ଓ ବିଦେଶରୁ…

ଦେବଗଡ଼ରେ ଭୂମିକମ୍ପ: ଥରିଲା ସହର, ଘରୁ ବାହାରି ଆସିଲେ ଲୋକେ

ଦେବଗଡ଼,୨୯ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଭୂମିକମ୍ପ । ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସୋମବାର ରାତି ପ୍ରାୟ ୧୦ଟା…

ଏଣିକି ବିନା ପ୍ରେସକ୍ରିପ୍ସନରେ ମିଳିବନି ଏସିଡିଟି ଔଷଧ, CDSCO ଜାରି କଲା ନୂଆ ସର୍ତ୍ତ

ନୂଆଦିଲ୍ଲୀ,୨୯।୯: ଏସିଡିଟି ହେଲେ ଏଣିକି ମେଡିକାଲ ଷ୍ଟୋରରୁ ନିଜ ଇଚ୍ଛାରେ ଔଷଧ କିଣିବା ସହଜ ହେବ ନାହିଁ। ନୂଆ ନିୟମ ଅନୁସାରେ, ଡାକ୍ତରଙ୍କ ପରାମର୍ଶ କିମ୍ବା ପ୍ରେସକ୍ରିପ୍ସନ…

ନାଥଙ୍କ ଆଫିଡାଭିଟ ଆଣିଲା ନୂଆମୋଡ଼: ଡିଜିପି ଚୟନ ପ୍ରସଙ୍ଗକୁ ନେଇ…

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶାର ନୂଆ ଡିଜିପି ଚୟନ ପ୍ରସଙ୍ଗକୁ ନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏହି ବିଷୟକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ଜାରି ରହିଛି।…

କେନ୍ଦ୍ର-ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ୬ଷ୍ଠ ଶ୍ରେଣୀ ପିଲାଙ୍କୁ ୩ ଭାଷା ନୀତିରୁ…

ନୂଆଦିଲ୍ଲୀ,୨୯।୯(ପି.ଟି.): କେନ୍ଦ୍ର ସରକାରଙ୍କ ୩ ଭାଷା ନୀତିରୁ ୭ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ବାଦ୍‌ ଦିଆଯାଇଥିବାବେଳେ ବର୍ତ୍ତମାନର ୬ଷ୍ଠ ଶ୍ରେଣୀ ପିଲାଙ୍କୁ ମଧ୍ୟ ଉକ୍ତ ନୀତିରୁ ବାଦ୍‌ ଦେବା…

ବନ୍ୟା ପାଇଁ ଡଙ୍ଗାରେ ଗଲେ ବର: ବନ୍ୟାଜଳରେ ବୁଡ଼ିରହିଛି ବିଭିନ୍ନ ପଞ୍ଚାୟତ

ଭୋଗରାଇ,୨୯ା୯(ପ୍ରଦୀପ ଦାସ):ସୁବର୍ଣ୍ଣରେଖା ନଦୀରେ ଆସିଛି ଚତୁର୍ଥ ବନ୍ୟା। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ବିଭିନ୍ନ ପଞ୍ଚାୟତ ବନ୍ୟାଜଳରେ ବୁଡ଼ିରହିଛି। ଘରୁ ଗୋଡ଼ କାଢ଼ିଲେ ଅକାତକାତ ପାଣି। ଯାତାୟାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?