ମୁଖ୍ୟ ରାସ୍ତା ସହ ସଂଯୋଗ ହୋଇପାରୁନି ବିଜୁ ସେତୁ

ନୀଳଗିରି,୫।୮(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ବେଗୁନିଆ ପଞ୍ଚାୟତ ତୋଟାପ ଗ୍ରାମରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ସୋନ ନଦୀ ଉପରେ ୧୧କୋଟି ଟଙ୍କା ବ୍ୟୟରେ ନିର୍ମାଣ ସରିଥିବା ବିଜୁ ସେତୁ ୨ ବର୍ଷ ହେବ ମୁଖ୍ୟରାସ୍ତାକୁ ସଂଯୋଗ ହୋଇପାରିନି। ଘରୋଇ ଜମି ଅଧିଗ୍ରହଣରେ ପ୍ରତିବନ୍ଧକ ଯୋଗୁ ଏଭଳି ସମସ୍ୟା ଉପୁଜିଛି। ଏଥିପ୍ରତି ଦୃଷ୍ଟି ଦେବା ଲାଗି ସ୍ଥାନୀୟ ବାସିନ୍ଦା ଦାବି କରିଛନ୍ତି।
ବେଗୁନିଆ ପଞ୍ଚାୟତ ମଧ୍ୟ ଦେଇ ସୋନ ନଦୀ ବହିଯାଇଛି। ଅଞ୍ଚଳବାସୀ ରାଜ୍ୟ ସରକାରଙ୍କଠାରେ ଦୀର୍ଘଦିନ ଧରି ଦାବି କରିବା ପରେ ପ୍ରଶାସନ ଗମନାଗମନ ସୁବିଧାକୁ ଲକ୍ଷ୍ୟ ରଖି ସୋନ ନଦୀ ଉପରେ ସେତୁ ନିମାଣ ପାଇଁ ୧୧କୋଟି ଟଙ୍କା ବ୍ୟୟ ଓ ସରକାରଙ୍କ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଗତ ୨୦୧୮ରେ ଅର୍ଥ ମଞ୍ଜୁର ହେବା ପରେ ବେଗୁନିଆ ପଞ୍ଚାୟତରେ ବିଜୁ ସେତୁର ଶିଳାନ୍ୟାସ ପରେ କାର୍ଯ୍ୟ ଆରମ୍ଭ ହୋଇଥିଲା। ଆଜକୁ ୨ ବର୍ଷ ହେବ ସମ୍ପୃକ୍ତ ଠିକାଦାର ସେତୁର ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିସାରିଛନ୍ତି। ହେଲେ ସେତୁର ଗୋଟିଏ ପାଖ ସଂଯୋଗ ହୋଇନାହିଁ। ସେତୁରୁ ମୁଖ୍ୟ ରାସ୍ତା ମଧ୍ୟରେ କିଛି ଘରୋଇ ଜମି ରହିଥିବାରୁ ଜମି ମାଲିକ ରାସ୍ତା ଛାଡୁନାହାନ୍ତି। ଯାହାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି । ଅନ୍ୟପକ୍ଷରେ ବର୍ଷାଦିନେ ଉକ୍ତ ପଞ୍ଚାୟତବାସୀ ନଦୀର ଦୁଇ ପାଖରେ ରହିଥିବାରୁ ଯିବାଆସିବା ପାଇଁ ବହୁ ଅସୁବିଧାର ସମ୍ମୁଖୀନ ହୋଇଥାଆନ୍ତି। ଉକ୍ତ ନଦୀ ଦେଇ ନ ଗଲେ ୧୫ କି.ମି. ବୁଲିବାକୁ ପଡେ। ଉକ୍ତ ରାସ୍ତା ମୟୂରଭଞ୍ଜକୁ ସଂଯୋଗ କରିବା ସହ ଦୋବାଟି, ହରିପୁର, ପଥରଗ ସୁଜୁପୂର, ନିଶଙ୍ଖପୁର, ଶଂସାପାଳ, ଡୁମଗଣ୍ଡିରା, ଭକ୍ତାନନ୍ଦପୁର, ତୋଟାପଡା଼, କୁସୁନପୁର, ଦୁର୍ଗାଦେବୀ ସମେତ ରେମୁଣା ବ୍ଲକର ବନ୍ଧୁ ଗ୍ରାମବାସୀ ଉପକୃତ ହୋଇଥାନ୍ତି ।
ସେପଟେ ଗ୍ରାମ୍ୟ ଉନ୍ନୟନ ବିଭାଗ ହାତ ଉପରେ ହାତ ଦେଇ ବସିରହିଛି । ଏ ସମ୍ପର୍କରେ ଗ୍ରାମ୍ୟ ଉନ୍ନୟନ ବିଭାଗର ଏସ୍‌ଡିଓ ଈଶ୍ୱରୀ ପ୍ରସାଦ ଦାସ କହିଛନ୍ତି, ସେତୁ ଓ ମୁଖ୍ୟ ରାସ୍ତା ମଧ୍ୟରେ ୯ଜଣଙ୍କ ଘରୋଇ ଚାଷ ଜମି ରହିଛି । କିଛି ଜମି ମାଲିକଙ୍କ ସହ ଯୋଗାଯୋଗ ହୋଇଥିବା ବେଳେ ଅନ୍ୟମାନଙ୍କ ସହ ଯୋଗାଯୋଗରେ ଅଛୁ ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ଚାଷୀଙ୍କୁ ଆଶ୍ବସ୍ତି, ବିଧାୟକଙ୍କ ହସ୍ତକ୍ଷେପ ପରେ ପୋଡ଼ାପଦର ଚାଷଜମିରୁ ଜଳ ନିଷ୍କାସନ ଆରମ୍ଭ

ଛତ୍ରପୁର,୨୭।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟନାୟକ): ଲଗାଣ ବର୍ଷା ଯୋଗୁଁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ପୋଡ଼ାପଦର ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇପଡ଼ିଥିଲା। ଚାଷଜମିରେ ଦୀର୍ଘ ସମୟ…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?