ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେ ହେଲେ ଗେଟବଜ଼ାର ବିଲ ସାହିର ମୂଳ ନିବାସୀ ତଥା ନୂଆପଡା ଗ୍ରାମ ପଞ୍ଚାୟତ ଅଧିନସ୍ଥ ଡେଙ୍ଗାପଦର ପଦର ଗ୍ରାମରେ ରହୁଥିବା ବିଜୁ ବେହେରା(୨୯)। ଅଭିଯୁକ୍ତଙ୍କୁ ଜଜ ଉପଯୁକ୍ତ ସାଖ୍ୟ ଆଧାରରେ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେହିପରି ୧୦ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଅତିରିକ୍ତ ୧ ବର୍ଷ ସଶ୍ରମ କାରାଦଣ୍ଡ ନେଇ ଜଜ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି।
ଘଟଣାରୁ ପ୍ରକାଶ ଯେ, ବାଲିପଡା ଗ୍ରାମର ଜୁରିଆ ବିଷୋୟୀ (୫୫)ଙ୍କୁ ଗତ ୨୦୨୩ ମାର୍ଚ୍ଚ ୭ ତାରିଖରେ ଡେଙ୍ଗାପଦର ଗ୍ରାମରେ ହତ୍ୟା କରାଯାଇଥିଲା। ପୋଲିସ ୧୫୨/୨୩ ରେ ଏକ ମାମଲା ରୁଜୁ କରିଥିଲା। ତଦନ୍ତକାରୀ ଅଧିକାରୀ ମହେନ୍ଦ୍ର ସାହୁ ଅଭିଯୁକ୍ତ ବିଜୁ ବେହେରାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଏହି ମାମଲାର ବିଚାରଣାବେଳେ ୧୫ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ଗିରଫ ପରଠାରୁ ବ୍ରହ୍ମପୁର ମଣ୍ଡଳକାରାଗାରରେ ବିଚାରଧୀନ ବନ୍ଦୀ ଥିବା ବିଜୁ ବେହେରାଙ୍କୁ କୋର୍ଟରେ ହାଜର କରାଯାଇଥିଲା। ଦୁଇ ଜଣ ପ୍ରତ୍ୟେକ୍ଷଦର୍ଶୀଙ୍କ ବୟାନ ଆଧାରରେ ଜିଲା ଜଜ ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି। ସରକାରଙ୍କ ପକ୍ଷରୁ ଗଞ୍ଜାମ ଜିଲ୍ଲା ପବ୍ଲିକ ପ୍ରସିକ୍ୟୁଟର ବିଶ୍ୱଜିତ ବରାଳ ଓ ସହଯୋଗୀ ରଜତ କୁମାର ଦାଶ ମକଦ୍ଦମା ପରିଚାଳନା କରୁଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

ଭାଜପାରେ ବଡ଼ ଅଦଳବଦଳ: ସ୍ମୃତି-ବସୁନ୍ଧରାଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୭।୮: ସଭାପତି ନୀତିନ ନବୀନ ନୂଆ ଟିମ୍‌ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ୧୬…

ଆଜି ବୁଧ-ଶନିଙ୍କ ନବପଞ୍ଚମ ଯୋଗ, ମିଥୁନ ସମେତ ଏହି ୪ ରାଶିର କ୍ୟାରିୟରରେ ଆସିବ ବଡ଼ ସଫଳତା, ବ୍ୟବସାୟରେ…

ନବପଞ୍ଚମ ଦୃଷ୍ଟି ଯୋଗ ଦୁଇଟି ଗ୍ରହ ପରସ୍ପରଠାରୁ ୫ମ ଏବଂ ୯ମ ଭାବରେ ଅବସ୍ଥିତ ହେଲେ ଗଠିତ ହୁଏ। ଏହି ଯୋଗ ଗଠନ ହେବା ଫଳରେ ଭାଗ୍ୟଶାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri