ବିଜୁ ଜନତାଦଳ ରାଜ୍ୟ ସମ୍ପାଦକ ହେଲେ ବିପ୍ଳବ: ଦିଗପହଣ୍ଡିରେ ଦଳୀୟ କର୍ମୀ ଉଲ୍ଲସିତ

ଦିଗପହଣ୍ଡି,୫|୫(ଅଶେଷ ନାଥ ମିଶ୍ର)  ବିଜୁ ଜନତାଦଳ ରାଜ୍ୟ ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର  ରାଜ୍ୟ ଦଳୀୟ ସଙ୍ଗଠନ ର ପୁନର୍ବିନ୍ୟାସ କରିବା ସହ ବିପ୍ଳବ ପାତ୍ର ଙ୍କୁ ରାଜ୍ୟ ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରିଛନ୍ତି। ବିପ୍ଳବଙ୍କ ନୂତନ ନିଯୁକ୍ତି ପରେ ବିଜେଡ଼ି ଦିଗପହଣ୍ଡି ବ୍ଲକ କମିଟି ସଭାପତି କେ.ତାରକେଶ୍ୱର ଦୋରା ଏବଂ ନଗର କମିଟି ସଭାପତି ତାରାପ୍ରସାଦ ପଟ୍ଟନାୟକ ଙ୍କ ସମେତ ବହୁ କାର୍ଯ୍ୟକର୍ତ୍ତା ରାଜ୍ୟସଭାପତି ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜ୍ଞାପନ କରିବା ସହ ବିପ୍ଳବ ଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଖବର ପ୍ରଚାରିତ ହେବା ପରେ ଦିଗପହଣ୍ଡି ଅଞ୍ଚଳର ଦଳୀୟ କର୍ମୀ ଉଲ୍ଲସିତ ହେବା ସହ ତାଙ୍କୁ ବିଭିନ୍ନ ମହଲରୁ ଶୁଭେତ୍ସାର ସୁଅ ଛୁଟୁଛି। ପୂର୍ବତନ ବାଚସ୍ପତି ତଥା ମନ୍ତ୍ରୀ ସ୍ବର୍ଗତ ସୂର୍ଯ୍ୟନାରାୟଣ ପାତ୍ର ଙ୍କ ପୁତ୍ର ବିପ୍ଳବ ପୂର୍ବରୁ ବିଜେଡ଼ି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଭାବେ କାର୍ଯ୍ୟ କରିଥିଲେ।ଗତ ୨୦୨୪ ବିଧାନସଭା ନିର୍ବାଚନରେ ବିପ୍ଳବ ଦିଗପହଣ୍ଡି ବିଧାନସଭା ନିର୍ବାଚନମଣ୍ଡଳୀ ରୁ ଦଳୀୟ ପ୍ରାର୍ଥୀ ଭାବେ ପ୍ରତିଦ୍ବନ୍ଦିତା କରିଥିଲେ।ବିପ୍ଳବ ଜଣେ ସୁସଙ୍ଗଠକ ଭାବେ ଗଞ୍ଜାମ ଜିଲା ରେ ବେଶ୍ ପରିଚିତି ହାସଲ କରିଛନ୍ତି । ଦଳୀୟ ପଦବୀରେ ନୂତନ ନିଯୁକ୍ତି ପରେ ସେ ରାଜ୍ୟସଭାପତି ଙ୍କ ସମେତ ସମସ୍ତ କାର୍ଯ୍ୟକର୍ତ୍ତା ମାନଙ୍କୁ କୃତଜ୍ଞତା ଜଣାଇଛନ୍ତି। ଦିଗପହଣ୍ଡି ନିର୍ବାଚନମଣ୍ଡଳୀ ସମେତ ସମଗ୍ର ଜିଲା ରେ ଦଳୀୟ ସାଙ୍ଗଠନିକ କାର୍ଯ୍ୟକ୍ରମ କୁ ସେ ଯୋରଦାର କରିବା ସହ ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନରେ ଦଳୀୟ ପ୍ରାର୍ଥୀ ମାନଙ୍କ ବିଜୟ ପାଇଁ ଉଦ୍ୟମ କରିବେ  ବୋଲି ସେ ତାଙ୍କ ପ୍ରତିକ୍ରିୟାରେ ଜଣାଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ଡୁଙ୍ଗୁରିପାଲିରେ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ: ଜବରଦଖଲମୁକ୍ତ ହେଲା ସମବାୟ ସମିତିର ଗୋଦାମ ଗୃହ

ଡୁଙ୍ଗୁରିପାଲି, ୪।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଆଞ୍ଚଳିକ ସମବାୟ ବାଣିଜ୍ୟ ସମିତି ଲିଃ ର ଏକ ପୁରାତନ ଗୋଦାମ ଗୃହକୁ ଦୀର୍ଘ ବର୍ଷ ଧରି ଜବରଦଖଲ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ନିୟମିତ ଭାବେ ରାସ୍ତା ଅବରୋଧକୁ କେନ୍ଦ୍ର କରି ମାରପିଟ୍, ଅଭିଯୁକ୍ତ ବାପା-ପୁଅ ଗିରଫ

ବଞ୍ଚୋ, ୪।୮(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବରାୟଣପୁର ଗ୍ରାମରେ ରାସ୍ତା ଅବରୋଧକୁ କେନ୍ଦ୍ର କରି ଘଟିଥିବା ମାରପିଟ୍ ଘଟଣାରେ ପୋଲିସ ବାପା ଓ ପୁଅଙ୍କୁ ଗିରଫ…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ହାଟଡିହୀରେ ଅଭାବନୀୟ ଚିତ୍ର: ଖଟିଆରେ ଭାଲିଆ ନାଳ ପାର ହେଲେ ରୋଗୀ, ରାସ୍ତା-ପୋଲ ନଥିବାରୁ ଦୁର୍ଦ୍ଦଶାରେ…

ହାଟଡିହୀ, ୪।୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଅନ୍ତର୍ଗତ ମଲ୍ଲିପଶି ଗ୍ରାମକୁ ପକ୍କା ରାସ୍ତା ଏବଂ ନାଳ ଉପରେ ପୋଲ…

ହାଟଡିହୀରେ ମିଳୁନି ସାର: ସମବାୟ ସମିତି ଓ ବିକ୍ରୟ କେନ୍ଦ୍ର ପରିଦର୍ଶନ କଲେ ବିଧାୟକ

ହାଟଡିହୀ/ଛେନାପଦୀ, ୪।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବର୍ତ୍ତମାନ ପ୍ରବଳ ସାର ସଙ୍କଟ ଦେଖାଦେଇଛି। ସମବାୟ ସମିତିରେ ଆବଶ୍ୟକୀୟ ସାର ନ ଥିବାବେଳେ ଖୋଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri