କୁମ୍ଭୀରକାନ୍ଦଣା କାନ୍ଦୁଛି ବିଜୁ ଜନତା ଦଳ

ମାଲକାନଗିରି,୯ା୮(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରିର ଭାଜପା ବିଧାୟକ ନରସିଂହ ମାଡକାମୀ ଗୁରୁବାର ବିଜେଡି ରାଜ୍ୟ କମିଟି ମୋଟୁ ଅଞ୍ଚଳ ଗସ୍ତକୁ ନେଇ ପ୍ରତିକ୍ରିୟାରେ କହିଛନ୍ତି, ପୋଲାଭରମ୍‌ ପ୍ରକଳ୍ପ ପାଇଁ ବିଜୁ ଜନତା ଦଳ କୁମ୍ଭୀରକାନ୍ଦଣା କାନ୍ଦୁଛି। କେମିତି ଜାଣିଲେ କେତେ କ୍ଷୟକ୍ଷତି ହେବ। ୨୫ ବର୍ଷରେ ପଲ୍ଲିସଭା କି ଗ୍ରାମସଭା କରି ନ ଥିବାରୁ ସୀମା ନିର୍ଦ୍ଧାରଣ ହୋଇନାହିଁ ।
୧୯୯୮ରେ ଆନ୍ଧ୍ରପ୍ରଦେଶର ପୋଲାଭରମ୍‌ଠାରେ ପ୍ରକଳ୍ପର ଶୁଭ ଦିଆଯାଇଥିଲା। ସେ ସମୟରେ ଆନ୍ଧ୍ର, ଓଡ଼ିଶା ଓ ମଧ୍ୟପ୍ରଦେଶରେ କଂଗ୍ରେସ ସରକାର ଥିଲା। ୩ ରାଜ୍ୟ ଓ କେନ୍ଦ୍ରର ସହମତିରେ ଏହି ପ୍ରକଳ୍ପ ଆରମ୍ଭ ହୋଇଥିଲା। ୨୦୦୪ରେ ପୁନଃ ଏହି ପ୍ରକଳ୍ପର ସମ୍ପ୍ରସାରଣ ପାଇଁ ଦ୍ୱିତୀୟ ଶୁଭାରମ୍ଭ ହୋଇଥିଲା। ସେ ସମୟରେ ଓଡ଼ିଶାରେ ବିଜେଡି ସରକାର ଥିଲା। ୨୦୧୪ରେ କେନ୍ଦ୍ର ଭାଜପା ସରକାର ପ୍ରକଳ୍ପ କାମକୁ ଆଗେଇନେବା ପାଇଁ ଅର୍ଥ ବରାଦ କରିଥିଲେ। କିନ୍ତୁ ୨୫ ବର୍ଷ ଧରି ବିଜେଡି ସରକାର କେବଳ କେନ୍ଦ୍ରକୁ ଚିଠି ଲେଖିବା ଓ ଉଚ୍ଚ ନ୍ୟାୟାଳୟ ଆଶ୍ରୟ ନେବା ବ୍ୟତୀତ ପୋଲାଭରମ୍‌ ପ୍ରକଳ୍ପକୁ ବିରୋଧକରି କୌଣସି ବଡ଼ ଧରଣର ପଦକ୍ଷେପ ନେଇ ନ ଥିଲା। ଏହି ପ୍ରକଳ୍ପକୁ ନେଇ ମାଲକାନଗିରି ଜିଲାରେ କ୍ଷୟକ୍ଷତିକୁ ଗୁରୁତ୍ୱ ଦେଇ ବର୍ତ୍ତମାନର ସରକାର ଖୁବ୍‌ ତତ୍ପର ଅଛନ୍ତି। ଓଡ଼ିଶା ସୀମାରେ କିପରି ପୋଲାଭରମ୍‌ର ପଛୁଆ ଜଳ ପ୍ରବେଶ ନ କରିବ, ହିଡ଼ ବ୍ୟବସ୍ଥା କରି ପ୍ରକଳ୍ପ ଉଚ୍ଚତା କମାଇବାକୁ ପଦକ୍ଷେପ ନେବାକୁ ଉଭୟ କେନ୍ଦ୍ର ଓ ଆନ୍ଧ୍ର ସରକାରଙ୍କ ସହ ଆଲୋଚନା କରାଯିବ ବୋଲି ବିଧାୟକ ନରସିଂହ ମାଡକାମୀ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?