ବିଜେଡି ହାତମୁଠାକୁ ଟାଣ କରିବା ପାଇଁ ବରିଷ୍ଠ ନେତୃବୃନ୍ଦଙ୍କ ଆହ୍ବାନ

ବ୍ରଜରାଜନଗର/ଝାରସୁଗୁଡ଼ା ଅଫିସ,୧୯।୫: ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ବ୍ରଜରାଜନଗରରେ ବିଜୁ ଜନତା ଦଳର ଏକ କାର୍ଯ୍ୟାଳୟ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି।

ବ୍ରଜରାଜନଗର ମ୍ୟୁନିସିପାଲିଟିରେ ଅବସ୍ଥିତ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଏବଂ ଉତ୍କଳ ମଣି ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପରେ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା, ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା, ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ, ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ବିଜେଡି ପ୍ରାର୍ଥିନୀ ଅଳକା ମହାନ୍ତି ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟାଳୟ ଶୁଭାରମ୍ଭ କରିଥିଲେ l

ଏହି ଅବସରରେ ଏକ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି l ବିଜେଡ଼ି ପ୍ରାର୍ଥିନୀ ଅଳକା ମହାନ୍ତିଙ୍କୁ ବିଜୟୀ କରିବାକୁ ଦଳୀୟ କର୍ମୀଙ୍କୁ ଅକୁଷ୍ଠ ପରିଶ୍ରମ ସହ ନବୀନ ସରାକରଙ୍କ ହାତ ମୁଠାକୁ ଟାଣ କରିବାକୁ ବରିଷ୍ଠ ନେତୃବୃନ୍ଧ ଆହ୍ବାନ ଦେଇଥିଲେ।

ଅତିଥି ଭାବେ ଇପିକଲ୍‌ ଅଧ୍ୟକ୍ଷ ପ୍ରଭାଦିତ୍ୟ ମିଶ୍ର, ମ୍ୟୁନିସିପାଲିଟି ଅଧ୍ୟକ୍ଷ ଯାଜ୍ଞସେନୀ ଓରାମ, ମହିଳା କମିଶନ ପୂର୍ବତନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀ, ବିଜେଡ଼ି ରାଜ୍ୟ ଯୁଗ୍ମ ସମ୍ପାଦକ ସଞ୍ଜିତ ମହାନ୍ତି, କୃଷକ ସେଲ ସାଧାରଣ ସମ୍ପାଦକ କିଶୋର ମେହେର, ପୂର୍ବତନ ମ୍ୟୁନିସିପାଲିଟି ଅଧ୍ୟକ୍ଷ ନନ୍ଦ କିଶୋର ଅଗ୍ରୱାଲ, ଉପାଧ୍ୟକ୍ଷ ଗୋପାଳ ସୀତାନି, ବିଶ୍ୱନାଥ ନାୟକ, ଜୟନ୍ତ ଦୀକ୍ଷିତ, ରାମ ରାଓ, ଯୁବ ବିଜେଡ଼ି ଜୋନ ସଭାପତି ଅଭିନାଶ ଠାକୁର, ଛାତ୍ର ଜୋନ ସଭାପତି ମିଲନ ହୋତା ପ୍ରମୁଖ ନବୀନ ପଟ୍ଟନାୟକଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri