ବିଜେଡି ହାତମୁଠାକୁ ଟାଣ କରିବା ପାଇଁ ବରିଷ୍ଠ ନେତୃବୃନ୍ଦଙ୍କ ଆହ୍ବାନ

ବ୍ରଜରାଜନଗର/ଝାରସୁଗୁଡ଼ା ଅଫିସ,୧୯।୫: ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ବ୍ରଜରାଜନଗରରେ ବିଜୁ ଜନତା ଦଳର ଏକ କାର୍ଯ୍ୟାଳୟ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି।

ବ୍ରଜରାଜନଗର ମ୍ୟୁନିସିପାଲିଟିରେ ଅବସ୍ଥିତ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଏବଂ ଉତ୍କଳ ମଣି ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପରେ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା, ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା, ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ, ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ବିଜେଡି ପ୍ରାର୍ଥିନୀ ଅଳକା ମହାନ୍ତି ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟାଳୟ ଶୁଭାରମ୍ଭ କରିଥିଲେ l

ଏହି ଅବସରରେ ଏକ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି l ବିଜେଡ଼ି ପ୍ରାର୍ଥିନୀ ଅଳକା ମହାନ୍ତିଙ୍କୁ ବିଜୟୀ କରିବାକୁ ଦଳୀୟ କର୍ମୀଙ୍କୁ ଅକୁଷ୍ଠ ପରିଶ୍ରମ ସହ ନବୀନ ସରାକରଙ୍କ ହାତ ମୁଠାକୁ ଟାଣ କରିବାକୁ ବରିଷ୍ଠ ନେତୃବୃନ୍ଧ ଆହ୍ବାନ ଦେଇଥିଲେ।

ଅତିଥି ଭାବେ ଇପିକଲ୍‌ ଅଧ୍ୟକ୍ଷ ପ୍ରଭାଦିତ୍ୟ ମିଶ୍ର, ମ୍ୟୁନିସିପାଲିଟି ଅଧ୍ୟକ୍ଷ ଯାଜ୍ଞସେନୀ ଓରାମ, ମହିଳା କମିଶନ ପୂର୍ବତନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀ, ବିଜେଡ଼ି ରାଜ୍ୟ ଯୁଗ୍ମ ସମ୍ପାଦକ ସଞ୍ଜିତ ମହାନ୍ତି, କୃଷକ ସେଲ ସାଧାରଣ ସମ୍ପାଦକ କିଶୋର ମେହେର, ପୂର୍ବତନ ମ୍ୟୁନିସିପାଲିଟି ଅଧ୍ୟକ୍ଷ ନନ୍ଦ କିଶୋର ଅଗ୍ରୱାଲ, ଉପାଧ୍ୟକ୍ଷ ଗୋପାଳ ସୀତାନି, ବିଶ୍ୱନାଥ ନାୟକ, ଜୟନ୍ତ ଦୀକ୍ଷିତ, ରାମ ରାଓ, ଯୁବ ବିଜେଡ଼ି ଜୋନ ସଭାପତି ଅଭିନାଶ ଠାକୁର, ଛାତ୍ର ଜୋନ ସଭାପତି ମିଲନ ହୋତା ପ୍ରମୁଖ ନବୀନ ପଟ୍ଟନାୟକଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

CM ବିଜୟଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ମୋଦି, କେନ୍ଦ୍ରରୁ ଯାହା….

ଚେନ୍ନାଇ,୧୧।୧୦: ତାମିଲନାଡୁକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବା ପାଇଁ କେନ୍ଦ୍ର ସରକାର ସମସ୍ତ ପ୍ରକାରର ସହଯୋଗ ଯୋଗାଇଦେବେ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରବିବାର ଚେନ୍ନାଇରେ…

‘ରକ୍ତ ଜମାଟ ବାନ୍ଧିବା ସମସ୍ୟା’: ନାନା ପାଟେକରଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡ଼ିଛି…

ମୁମ୍ବାଇ: ବିଶିଷ୍ଟ ବଲିଉଡ ଅଭିନେତା ନାନା ପାଟେକରଙ୍କର ଅକ୍ଟୋବର ୮,୨୦୨୬ ରେ ଗୋଆରେ ଦେହାନ୍ତ ହୋଇଛି। ତାଙ୍କ ମୃତ୍ୟୁ ପରେ, ଗୋଆର ପଣାଜୀ ପୋଲିସ ଏକ ଅସ୍ବାଭାବିକ…

ଖଡ଼ିଆଳ କଲେଜ ସାଇନ୍‌ ଡାଏ: ଅଧ୍ୟକ୍ଷଙ୍କ ଇସ୍ତଫା ଦାବି ନେଇ ତେଜିଲା ଛାତ୍ର ଆନ୍ଦୋଳନ

ଖଡ଼ିଆଳ,୧୧ା୧୦(ସୁଜିତ୍‌ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବା ଘଟଣାକୁ ନେଇ କ୍ୟାମ୍ପସରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।…

ମାସିକ ୧୮ ହଜାର ଦରମାରେ କୋଟିପତି ହେବାକୁ ଚାହୁଁଛନ୍ତି କି? ୨୬ ବର୍ଷୀୟ ଯୁବକଙ୍କ କମାଲକୁ ନେଇ ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୦: ଦୃଢ଼ ଇଚ୍ଛାଶକ୍ତି, ନୂଆ କୌଶଳ ଶିଖିବାର ଆଗ୍ରହ ଏବଂ ନିୟମିତ ସଞ୍ଚୟ-ନିବେଶର ଅଭ୍ୟାସ ଜଣେ ଯୁବକଙ୍କ ଜୀବନକୁ କିପରି ବଦଳାଇପାରେ, ତାହାର ଉଦାହରଣ ହେଉଛନ୍ତି ମଧ୍ୟପ୍ରଦେଶ…

ବାଘଛାଲ କାରବାର ଘଟଣାର ୪ ଅଭିଯୁକ୍ତ ଗିରଫ, କେତେଦୂର ଲମ୍ବିଛି ଚେର, ଜାରି ରହିଛି ଖୋଳତାଡ଼

ମୋହନା,୧୧ା୧୦(ମନ୍ମଥ ମିଶ୍ର): କଲରାପତରିଆ ବାଘଛାଲ କାରବାର ଘଟଣାରେ ବନ ବିଭାଗ ୪ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଗଜପତି ଜିଲା ମୋହନା ବନାଞ୍ଚଳ…

Amitabh Bachchan Networth: କେତେ ଧନୀ ବିଗ ବି, ଗୋଟିଏ ବର୍ଷରେ ଆୟର ପରିମାଣ ଜାଣିଲେ…

ମୁମ୍ବାଇ: ବଲିଉଡର ମେଗାଷ୍ଟାର୍‌ ଅମିତାଭ ବଚ୍ଚନ ଅକ୍ଟୋବର ୧୧ ରେ ନିଜର ୮୪ତମ ଜନ୍ମଦିନ ପାଳନ କରୁଛନ୍ତି। ପାଞ୍ଚ ଦଶନ୍ଧିରୁ ଅଧିକ ସମୟ ଧରି ଚଳଚ୍ଚିତ୍ର ଜଗତରେ…

ମୋଦିଙ୍କୁ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ ବିଜୟ

ଚେନ୍ନାଇ,୧୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (ଅକ୍ଟୋବର ୧୧) ଚେନ୍ନାଇରେ ପହଞ୍ଚିଛନ୍ତି। ସେଠାରେ ସେ ୧୩,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ…

CJP ବର୍ତ୍ତମାନ ବିକ୍ଷୋଭ ପ୍ରଦର୍ଶନ କରିବ କି ନାହିଁ? ଅପଡେଟ ଦେଲେ ସୌରଭ ଦାସ

ନୂଆଦିଲ୍ଲୀ,୧୧।୧୦: ସିଜେପି (CJP) ମୁଖପାତ୍ର ସୌରଭ ଦାସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଟାର୍ଗେଟ କରିଛନ୍ତି। ‘ଏକ୍ସ’ (X) ରେ ଲେଖି ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?