‘ଓଡ଼ିଶା ମୋ ପରିବାର’ରେ ଫାଟ

ଅନୁଗୋଳ ଅଫିସ, ୧୦ା୮: ଅନୁଗୋଳ ଜିଲାରେ ବିଜୁ ଜନତା ଦଳର ‘ଓଡ଼ିଶା ମୋ ପରିବାର’ ଓ ‘ଜୀବନ ବିନ୍ଦୁ’ର ପୁନର୍ଗଠନ ହେଉ ହେଉ ଏଥିରେ ଫାଟ ଦେଖାଦେଇଥିବା ଚର୍ଚ୍ଚାର ବିଷୟ ହୋଇଛି। ରବିବାର ଅଗଷ୍ଟ କ୍ରାନ୍ତି ଦିବସ ଅବସରରେ ଜିଲା କଳାକେନ୍ଦ୍ରଠାରେ ଓଡ଼ିଶା ମୋ ପରିବାର ଓ ଜୀବନ ବିନ୍ଦୁ ପକ୍ଷରୁ ଆୟୋଜିତ ରକ୍ତ ଦାନ ଶିବିରରେ ଏହି ସଙ୍ଗଠନର ଜିଲା ସଂଯୋଜକ ଶକ୍ତି ପଟ୍ଟନାୟକଙ୍କୁ ଦୁର୍ବ୍ୟବହାର କରାଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ନିଜେ ଶକ୍ତି ରାଜ୍ୟସ୍ତରୀୟ କର୍ମକର୍ତ୍ତାଙ୍କୁ ଜଣାଇଥିବା ବେଳେ କାର୍ଯ୍ୟକ୍ରମରେ ଉପସ୍ଥିତ ଥାଇ ବି ଜିଲା ବିଜେଡି ସଭାପତି ମହେନ୍ଦ୍ର ବସ୍ତିଆ ଘଟଣା କ’ଣ ଘଟିଛି ଜାଣି ନ ଥିବା କହିଛନ୍ତି।
କଳାକେନ୍ଦ୍ରଠାରେ ଆୟୋଜିତ ଜୀବନବିନ୍ଦୁ କାର୍ଯ୍ୟକ୍ରମରେ ଜିଲା ସଂଯୋଜକ ପଟ୍ଟନାୟକ ନିଜ ସମର୍ଥକଙ୍କ ସହ ପହଞ୍ଚିଥିଲେ। ସେ ପହଞ୍ଚତ୍ବା କ୍ଷଣି କୁଆଡ଼େ ଓ କାହିଁକି ଆସିଛନ୍ତି ବୋଲି ପ୍ରଶ୍ନ କରାଯାଇଥିଲା। ଏପରି କି ତାଙ୍କ ସହ ଯାଇଥିବା ଯୁବକମାନେ ରକ୍ତ ଦେଇପାରିବେ ନାହିଁ ବୋଲି ମଧ୍ୟ ବାରଣ କରାଯାଇଥିଲା। ଏ ସମ୍ପର୍କରେ ସେ ଦଳର ରାଜ୍ୟସ୍ତରୀୟ କର୍ମକର୍ତ୍ତାଙ୍କୁ ଅବଗତ କରିଥିବା ଜିଲା ସଂଯୋଜକ ଶକ୍ତି କହିଛନ୍ତି। ଅପରପକ୍ଷରେ ଏହି ଜୀବନବିନ୍ଦୁ କାର୍ଯ୍ୟକ୍ରମରେ ଅନୁଗୋଳ ବିଧାୟକଙ୍କ ପୁଅ ଅରୁଣାଭ ସିଂହଙ୍କ ସହ ଜିଲା ବିଜେଡି ସଭାପତି ମହେନ୍ଦ୍ର ବସ୍ତିଆ ଏବଂ ଓଡ଼ିଶା ମୋ ପରିବାର ଓ ଜୀବନ ବିନ୍ଦୁର ଜିଲା ସହ ସଂଯୋଜକ ପ୍ରିୟଦର୍ଶୀ ପଟ୍ଟନାୟକ ଉପସ୍ଥିତ ଥିଲେ। ସହ ସଂଯୋଜକ ପ୍ରିୟଦର୍ଶୀ ପଟ୍ଟନାୟକଙ୍କ ନେତୃତ୍ୱରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ତେଣୁ ଜିଲା ସଂଯୋଜକଙ୍କର ଏଥିରେ କୌଣସି ଭୂମିକା ନ ଥିବା ଜିଲା ବିଜେଡି ପକ୍ଷରୁ କୁହାଯାଇଛି। ଜିଲା ସଭାପତି ବସ୍ତିଆ କହିଛନ୍ତି, ଘଟଣା କ’ଣ ହୋଇଛି ଜାଣି ନାହିଁ। ଜିଲା ସହସଂଯୋଜକ ଏହାର ଆୟୋଜନ କରିଥିଲେ। ଏଥିରେ ଶକ୍ତିଙ୍କ କୌଣସି ଭୂମିକା ନାହିଁ। ତେଣୁ ତାଙ୍କ ନାମ ପ୍ରେସ୍‌ ବିଜ୍ଞପ୍ତିରେ ଦିଆଯାଇ ନାହିଁ ବୋଲି ବସ୍ତିଆ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri