‘ଓଡ଼ିଶା ମୋ ପରିବାର’ରେ ଫାଟ

ଅନୁଗୋଳ ଅଫିସ, ୧୦ା୮: ଅନୁଗୋଳ ଜିଲାରେ ବିଜୁ ଜନତା ଦଳର ‘ଓଡ଼ିଶା ମୋ ପରିବାର’ ଓ ‘ଜୀବନ ବିନ୍ଦୁ’ର ପୁନର୍ଗଠନ ହେଉ ହେଉ ଏଥିରେ ଫାଟ ଦେଖାଦେଇଥିବା ଚର୍ଚ୍ଚାର ବିଷୟ ହୋଇଛି। ରବିବାର ଅଗଷ୍ଟ କ୍ରାନ୍ତି ଦିବସ ଅବସରରେ ଜିଲା କଳାକେନ୍ଦ୍ରଠାରେ ଓଡ଼ିଶା ମୋ ପରିବାର ଓ ଜୀବନ ବିନ୍ଦୁ ପକ୍ଷରୁ ଆୟୋଜିତ ରକ୍ତ ଦାନ ଶିବିରରେ ଏହି ସଙ୍ଗଠନର ଜିଲା ସଂଯୋଜକ ଶକ୍ତି ପଟ୍ଟନାୟକଙ୍କୁ ଦୁର୍ବ୍ୟବହାର କରାଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ନିଜେ ଶକ୍ତି ରାଜ୍ୟସ୍ତରୀୟ କର୍ମକର୍ତ୍ତାଙ୍କୁ ଜଣାଇଥିବା ବେଳେ କାର୍ଯ୍ୟକ୍ରମରେ ଉପସ୍ଥିତ ଥାଇ ବି ଜିଲା ବିଜେଡି ସଭାପତି ମହେନ୍ଦ୍ର ବସ୍ତିଆ ଘଟଣା କ’ଣ ଘଟିଛି ଜାଣି ନ ଥିବା କହିଛନ୍ତି।
କଳାକେନ୍ଦ୍ରଠାରେ ଆୟୋଜିତ ଜୀବନବିନ୍ଦୁ କାର୍ଯ୍ୟକ୍ରମରେ ଜିଲା ସଂଯୋଜକ ପଟ୍ଟନାୟକ ନିଜ ସମର୍ଥକଙ୍କ ସହ ପହଞ୍ଚିଥିଲେ। ସେ ପହଞ୍ଚତ୍ବା କ୍ଷଣି କୁଆଡ଼େ ଓ କାହିଁକି ଆସିଛନ୍ତି ବୋଲି ପ୍ରଶ୍ନ କରାଯାଇଥିଲା। ଏପରି କି ତାଙ୍କ ସହ ଯାଇଥିବା ଯୁବକମାନେ ରକ୍ତ ଦେଇପାରିବେ ନାହିଁ ବୋଲି ମଧ୍ୟ ବାରଣ କରାଯାଇଥିଲା। ଏ ସମ୍ପର୍କରେ ସେ ଦଳର ରାଜ୍ୟସ୍ତରୀୟ କର୍ମକର୍ତ୍ତାଙ୍କୁ ଅବଗତ କରିଥିବା ଜିଲା ସଂଯୋଜକ ଶକ୍ତି କହିଛନ୍ତି। ଅପରପକ୍ଷରେ ଏହି ଜୀବନବିନ୍ଦୁ କାର୍ଯ୍ୟକ୍ରମରେ ଅନୁଗୋଳ ବିଧାୟକଙ୍କ ପୁଅ ଅରୁଣାଭ ସିଂହଙ୍କ ସହ ଜିଲା ବିଜେଡି ସଭାପତି ମହେନ୍ଦ୍ର ବସ୍ତିଆ ଏବଂ ଓଡ଼ିଶା ମୋ ପରିବାର ଓ ଜୀବନ ବିନ୍ଦୁର ଜିଲା ସହ ସଂଯୋଜକ ପ୍ରିୟଦର୍ଶୀ ପଟ୍ଟନାୟକ ଉପସ୍ଥିତ ଥିଲେ। ସହ ସଂଯୋଜକ ପ୍ରିୟଦର୍ଶୀ ପଟ୍ଟନାୟକଙ୍କ ନେତୃତ୍ୱରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ତେଣୁ ଜିଲା ସଂଯୋଜକଙ୍କର ଏଥିରେ କୌଣସି ଭୂମିକା ନ ଥିବା ଜିଲା ବିଜେଡି ପକ୍ଷରୁ କୁହାଯାଇଛି। ଜିଲା ସଭାପତି ବସ୍ତିଆ କହିଛନ୍ତି, ଘଟଣା କ’ଣ ହୋଇଛି ଜାଣି ନାହିଁ। ଜିଲା ସହସଂଯୋଜକ ଏହାର ଆୟୋଜନ କରିଥିଲେ। ଏଥିରେ ଶକ୍ତିଙ୍କ କୌଣସି ଭୂମିକା ନାହିଁ। ତେଣୁ ତାଙ୍କ ନାମ ପ୍ରେସ୍‌ ବିଜ୍ଞପ୍ତିରେ ଦିଆଯାଇ ନାହିଁ ବୋଲି ବସ୍ତିଆ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri