ଆଜି ବିଜୁ ଜୟନ୍ତୀ:ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ଉଦ୍‌ବୋଧନ ଦେବେ ନବୀନ

ଭୁବନେଶ୍ୱର, ୫ା୩(ବ୍ୟୁରୋ):ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜୟନ୍ତୀ ବିଜେଡି ପକ୍ଷରୁ ଶୁକ୍ରବାର ପାଳନ କରାଯିବ। ରାଜ୍ୟର ସମସ୍ତ ନିର୍ବାଚନମଣ୍ଡଳୀ ସ୍ତରରେ ଏହି କାର୍ଯ୍ୟକ୍ରମ ପାଳନ ଲାଗି ମୁଖ୍ୟମନ୍ତ୍ରୀ ତଥା ଦଳ ସଭାପତି ନବୀନ ପଟ୍ଟନାୟକ ସବୁ ବିଧାୟକ, ଏମ୍‌ପି, ଜିଲା ସଭାପତି, ଛାମୁଆ, ମହିଳା ସଙ୍ଗଠନ ନେତ୍ରୀଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି। ଏହି କାର୍ଯ୍ୟକ୍ରମ ପୂର୍ବାହ୍ନ ୧୦ଟା ସମୟରେ ବିଜେଡି ରାଜ୍ୟ କାର୍ଯ୍ୟାଳୟଠାରେ ପାଳନ କରାଯିବ। ଦଳୀୟ କାର୍ଯ୍ୟକର୍ତ୍ତା ଏବଂ ନେତାଙ୍କୁ ନବୀନ ଉଦ୍‌ବୋଧନ ଦେବା କାର୍ଯ୍ୟକ୍ରମ ରହିଛି। ଏହାପରେ ୧୦ଟା ୪୫ ମିନିଟ୍‌ରେ ମୁଖ୍ୟମନ୍ତ୍ରୀ ଫରେଷ୍ଟ ପାର୍କସ୍ଥିତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ ବୋଲି ବିଜେଡି ସାଧାରଣ ସମ୍ପାଦକ(ମୁଖ୍ୟାଳୟ) ସଞ୍ଜୟ ଦାସବର୍ମା ସୂଚନା ଦେଇଛନ୍ତି। ଏଥିସହ ଦଳର ଯୁବ ଓ ଛାତ୍ର ସଂଗଠନ ପକ୍ଷରୁ ବିଜୁବାବୁଙ୍କ ଜନ୍ମସ୍ଥାନ ଆନନ୍ଦ ଭବନଠାରୁ ଭୁବନେଶ୍ୱର ବିମାନବନ୍ଦର ପର୍ଯ୍ୟନ୍ତ ଶୁକ୍ରବାର ସକାଳ ୬ଟାରୁ ଏକ ବିଶାଳ ସାଇକେଲ ରାଲି ହେବ। ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏହି କାର୍ଯ୍ୟକ୍ରମରେ ସାମିଲ ହେବେ। ସାଇକେଲ ରାଲିରେ ହଜାର ହଜାର ଯୁବ, ଛାତ୍ର ଯୋଗଦେଇ ୧୯୩୨ରେ ବିଜୁବାବୁଙ୍କ କଟକରୁ ପେଶାଓ୍ବର ପର୍ଯ୍ୟନ୍ତ ୪୫୦୦ ମାଇଲ ଦୁଃସାହସିକ ସାଇକେଲ ଯାତ୍ରାର ସ୍ମୃତିକୁ ଉଜ୍ଜୀବିତ କରିବେ। ସେହିପରି ଶୁକ୍ରବାରଠାରୁ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ବିଜୁ ଯୁବ ଛାତ୍ର ଜନତା ଦଳ ଆନୁକୂଲ୍ୟରେ ଓଡ଼ିଶା ମୋ ପରିବାର ପକ୍ଷରୁ ଜୀବନବିନ୍ଦୁ ରକ୍ତଦାନ ଶିବିର ଆୟୋଜିତ ହେବା କାର୍ଯ୍ୟକ୍ରମ ରହିଥିବା ଦଳୀୟ ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri