କରୋନାରେ ଆଖି ବୁଜିଲେ ଦିଗପହଣ୍ଡି ବିଜୁ ଯୁବ ବାହିନୀ ସଦସ୍ୟ

ଦିଗପହଣ୍ଡି,୧୧।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସାନଦାଣ୍ଡ ସାହି ନିବାସୀ ତଥା ବିଜୁ ଯୁବ ବାହିନୀ ସଦସ୍ୟ ଏମ. ଶିବରାମଙ୍କର ଶନିବାର କରୋନାରେ ମୃତ୍ୟୁ ଘଟିଛି। ଗତ କିଛିଦିନ ହେଲା ସେ ଜ୍ବରରେ ସଂକ୍ରମିତ ହୋଇ ଔଷଧ ସେବନ କରୁଥିଲେ। ଗୁରୁବାର ତାଙ୍କ ସ୍ବାବ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଥିବା ବେଳେ ଶୁକ୍ରବାର ତାଙ୍କ ନମୁନା କରୋନା ପଜିଟିଭ ଆସିଥିଲା। ଅପରାହ୍ନରେ ତାଙ୍କୁ ଚିକିତ୍ସା ନିମନ୍ତେ ବ୍ରହ୍ମପୁର ନିକଟ ଶୀତଳା ପଲ୍ଲୀ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଶନିବାର ଭୋରରେ ଚିକିତ୍ସାଧୀନ ଅବସ୍ଥାରେ ଶିବରାମଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ପୂର୍ବରୁ ଶିବରାମ ମଧୁମେହ ରୋଗରେ ଆକ୍ରାନ୍ତ ଥିବା ବେଳେ ନିୟମିତ ଡାକ୍ତରୀ ପରୀକ୍ଷା ସହ ଔଷଧ ସେବନ କରୁଥିଲେ ବୋଲି ପରିବାର ଲୋକେ କହିଛନ୍ତି।
ସେହିପରି ସହରର ଜଣେ ପୁରୁଖା ଆଇନଜୀବୀ ତଥା ପୂର୍ବତନ କାଉନସିଲର ଏବଂ ତାଙ୍କ ଅଧ୍ୟାପିକା ସ୍ତ୍ରୀ କରୋନା ପଜିଟିଭ ଥିବା ଜଣାପଡ଼ିଛି। ଉଭୟ କରୋନାରେ ସଂକ୍ରମିତ ହୋଇ ବ୍ରହ୍ମପୁରରେ ଚିକିତ୍ସାଧୀନ ଥିବା ତାଙ୍କ ପରିବାର ସୂତ୍ରରୁ ଖବର ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ଦେଶବ୍ୟାପୀ ମୌସୁମୀ ବର୍ଷାର ତାଣ୍ଡବ, ଜନଜୀବନ ଅସ୍ତବ୍ୟସ୍ତ

ନୂଆଦିଲ୍ଲୀ,୧୦।୭ (ପି.ଟି.): ଦେଶର ବିଭିନ୍ନ ପ୍ରାନ୍ତରେ ଗୁରୁବାର ପ୍ରବଳ ମୌସୁମୀ ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଫଳରେ ରାସ୍ତାଘାଟ ବୁଡ଼ିଯିବା ସହ ଗଛ ଉପୁଡ଼ିବା, ସମ୍ପତ୍ତି…

ଗାଡ଼ି ଟାୟାରରେ କମ୍‌ ପବନ ଯୋଗୁ ବାର୍ଷିକ ୪,୫୦୦ କୋଟିର ତେଲ ନଷ୍ଟ

ନୂଆଦିଲ୍ଲୀ, ୧୦।୭(ପି.ଟି.): ଯାନବାହନ ରକ୍ଷଣାବେକ୍ଷଣ କ୍ଷେତ୍ରରେ ସବୁଠାରୁ ଅବହେଳିତ ବିଷୟ ହେଉଛି ଟାୟାରର କମ୍‌ ପବନ (ପ୍ରେସର) ରହିବା। ହେଲେ ଏଥିଯୋଗୁ ଭାରତ ପ୍ରତିବର୍ଷ ପ୍ରାୟ ୪୨…

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ଅଡବା ପୋଲିସକୁ ବଡ଼ ସଫଳତା: ୭୨.୫ ଲିଟର ବେଆଇନ ମଦ ଜବତ, ଜଣେ ଗିରଫ

ମୋହନା, ୯।୭(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ପୋଲିସକୁ ବେଆଇନ ମଦ କାରବାର ବିରୋଧରେ ଏକ ବଡ଼ ସଫଳତା ମିଳିଛି। ଥାନା ଅନ୍ତର୍ଗତ ପଟୁମା ଗାଁରେ…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri