ସୁବ୍ରତଙ୍କୁ ବିଜୁ ପଟ୍ଟନାୟକ ପୁରସ୍କାର

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ଓଡ଼ିଶା ବିଜ୍ଞାନ ଏକାଡେମୀ ପକ୍ଷରୁ ୨୦୧୮ ଲାଗି ବିଜ୍ଞାନ ଓ ଗବେଷଣା କ୍ଷେତ୍ରରେ ଉତ୍କର୍ଷ ପାଇଁ ବିଶିଷ୍ଟ ବୈଜ୍ଞାନିକ ପ୍ରଫେସର ସୁବ୍ରତ କୁମାର ଆଚାର୍ଯ୍ୟଙ୍କୁ ସମ୍ମାନଜନକ ‘ବିଜୁ ପଟ୍ଟନାୟକ ପୁରସ୍କାର’ ଦିଆଯାଇଛି। ଏ ବାବଦରେ ତାଙ୍କୁ ୨ ଲକ୍ଷ ଟଙ୍କାର ଅର୍ଥରାଶି ସହ ପଦକ, ମାନପତ୍ର ଏବଂ ଉତ୍ତରୀୟ ପ୍ରଦାନ କରାଯାଇଛି।
ଓର୍‌ସାକ୍‌ କମ୍ପ୍ଲେକ୍ସସ୍ଥିତ ଏଡୁସାଟ୍‌ ଷ୍ଟୁଡିଓରେ ମଙ୍ଗଳବାର ଏକାଡେମୀର ସଭାପତି ପ୍ରଫେସର ପ୍ରମୋଦ ଚନ୍ଦ୍ର ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ସାମନ୍ତ ଚନ୍ଦ୍ରଶେଖର ପୁରସ୍କାର, ଓଡ଼ିଶା ଯୁବ ବୈଜ୍ଞାନିକ ପୁରସ୍କାର ଦିଆଯାଇଛି। ବିଜ୍ଞାନ ଓ ବୈଷୟିକ ବିଭାଗ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ମୁଖ୍ୟ ଅତିଥିଭାବେ ଯୋଗଦେଇ ଭିଡିଓ କନ୍‌ଫରେନ୍ସରେ ବୈଜ୍ଞାନିକଙ୍କୁ ପୁରସ୍କୃତ କରିଛନ୍ତି। ପ୍ରଫେସର ଶଙ୍କର ପ୍ରସାଦ ପତି ଏବଂ ପ୍ରଫେସର ସୁଦର୍ଶନ ନନ୍ଦଙ୍କୁ ମାନପତ୍ର ଏବଂ ଉତ୍ତରୀୟ ଦେଇ ବରିଷ୍ଠ ବୈଜ୍ଞାନିକ ସମ୍ବର୍ଦ୍ଧନା ଦିଆଯାଇଛି। ସେହିଭଳି ଡା. ସଂଘମିତ୍ରା ପତି, ପ୍ରଫେସର ଡ. ପ୍ରମିଳା କୁମାରୀ ମିଶ୍ର, ପ୍ରଫେସର ଡ. ସଞ୍ଜୟ କୁମାର ଦାଶ ଏବଂ ଡ. ସ୍ବରୂପ କୁମାର ପରିଡ଼ାଙ୍କୁ ‘ସାମନ୍ତ ଚନ୍ଦ୍ରଶେଖର ପୁରସ୍କାର’ ଦିଆଯାଇଛି। ଏବାବଦରେ ପ୍ରତ୍ୟେକଙ୍କୁ ଏକ ଲକ୍ଷ ଟଙ୍କା, ପଦକ, ମାନପତ୍ର ଏବଂ ଉତ୍ତରୀୟ ଦିଆଯାଇଛି। ଡ. ସନ୍ଦୀପ କୁମାର ପଣ୍ଡା, ଡ, ସୁଧନ୍ବା ପାତ୍ର, ଡ. ଶଙ୍କର୍ଷଣ ମହାପାତ୍ର ଏବଂ ଡ. କୌଶିକ ପରିଡ଼ାଙ୍କୁ ‘ଓଡ଼ିଶା ଯୁବ ବୈଜ୍ଞାନିକ ପୁରସ୍କାର’ ପ୍ରଦାନ କରାଯାଇଛି। ପ୍ରତ୍ୟେକଙ୍କୁ ୨୫ ହଜାର ଟଙ୍କା ସହ ମାନପତ୍ର ଏବଂ ଉତ୍ତରୀୟ ପ୍ରଦାନ କରାଯାଇଛି। ସେହିପରି ଡ. ରାଜବଲ୍ଲଭ ମହାନ୍ତି ଏବଂ ଡ. ନରେନ୍ଦ୍ର ପ୍ରସାଦ ଦାସଙ୍କୁ ‘ପ୍ରାଣକୃଷ୍ଣ ପରିଜା ଲୋକପ୍ରିୟ ବିଜ୍ଞାନ ପୁସ୍ତକ ପୁରସ୍କାର’ ପ୍ରଦାନ କରାଯାଇଛି। ଉତ୍ସବରେ ବିଜ୍ଞାନ ଓ ବୈଷୟିକ ବିଭାଗର ପ୍ରମୁଖ ଶାସନ ସଚିବ ସନ୍ତୋଷ କୁମାର ଷଡ଼ଙ୍ଗୀ ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଏସ୍‌ଏସ୍‌ ମୁଖ୍ୟ ଭୁଆଁ ବୁଲାଉଛନ୍ତି: ବିରୋଧୀ

ନୂଆଦିଲ୍ଲୀ,୩୧ା୮(ପି.ଟି.): ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ଆମେରିକାରେ ବିବିଧତା ଉପରେ ଦେଇଥିବା ମନ୍ତବ୍ୟ ଭୁଆଁ ବୁଲାଇବା ପାଇଁ ଉଦ୍ଦିଷ୍ଟ ବୋଲି ବିରୋଧୀ ନେତାମାନେ…

ବରଗଡ଼ରେ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା

ବରଗଡ଼,୩୧ା୮(ପ୍ରେମାନନ୍ଦ ଖମାରୀ): ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ବରଗଡ଼ ଜିଲା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷାର ପୂର୍ବାନୁମାନ ଏବଂ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି।…

ୟୁରୋପର ସର୍ବୋଚ୍ଚ ଶୃଙ୍ଗରେ ଭାରତୀୟ ମହିଳା

ଲକ୍ଷ୍ନୌ, ୩୧ା୮ (ପି.ଟି.) : ଲକ୍ଷ୍ନୌର ୪୩ ବର୍ଷୀୟା ଶିବାନୀ ମେହରୋତ୍ରା ସାଂସାରିକ ବନ୍ଧନରେ ଥାଇ ମଧ୍ୟ ବିଶ୍ୱର ଉଚ୍ଚତମ ଶୃଙ୍ଗଗୁଡ଼ିକୁ ଚଢ଼ି ନିଜର ଦୃଢ଼ ଇଚ୍ଛାଶକ୍ତିର…

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri