Posted inଖେଳ

କଳିଙ୍ଗରେ ବିଜୁ ପଟ୍ଟନାୟକ ମିନି ମାରାଥନ ଅନୁଷ୍ଠିତ: ଅଂଶଗ୍ରହଣ କଲେ କ୍ରୀଡ଼ାବିତ୍‌, କ୍ରୀଡ଼ା ଓ ଯୁବସେବା ବିଭାଗ ଅଧିକାରୀ

ଭୁବନେଶ୍ୱର,୬।୩(ସ୍ପୋଟର୍‌ସ ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମଦିନ ଅବସରରେ ଶୁକ୍ରବାର ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଏକ ମିନି ମାରାଥନ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ଆନୁକୂଲ୍ୟରେ ପ୍ରତିବର୍ଷ ଭଳି ବିଜୁ ପଟ୍ଟନାୟକ ମିନି ମାରାଥନ ଅନୁଷ୍ଠିତ ହୋଇଛି। ଏଥିରେ ୪୦୦ରୁ ସାମାନ୍ୟ ଊର୍ଦ୍ଧ୍ୱ ସଂଖ୍ୟାରେ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ରାଜ୍ୟ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା ପତାକା ଦେଖାଇ ଏହି ମାରାଥନ ଦୌଡ଼ର ଶୁଭାରମ୍ଭ କରିଥିଲେ। ଏହି ଅବସରରେ ପୂର୍ବତନ ଭାରତୀୟ ହକି ଅଧିନାୟକ ପଦ୍ମଶ୍ରୀ ଦିଲୀପ ତିର୍କୀ, କ୍ରୀଡ଼ା ଓ ଯୁବସେବା ବିଭାଗ ସ୍ବତନ୍ତ୍ର ସଚିବ ବିଶାଳ କୁମାର ଦେବ ଏବଂ କ୍ରୀଡ଼ା ବିଭାଗର ଅନ୍ୟ ଅଧିକାରୀ ଓ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଉପସ୍ଥିତ ଥିଲେ।
ଏହି ବାର୍ଷିକ ମିନି ମାରାଥନରେ ଅଂଶଗ୍ରହଣ କରିବା ନେଇ ପ୍ରତିଯୋଗୀମାନେ ବେଶ୍‌ ଉତ୍ସାହ ପ୍ରକଟ କରିଛନ୍ତି ଓ ଏହା ବେଶ୍‌ ଉପଭୋଗ୍ୟ ବୋଲି ତୁଷାରକାନ୍ତି କହିଛନ୍ତି। କୋଭିଡ୍‌-୧୯ ମହାମାରୀର ପ୍ରକୋପ ଜାରି ରହିଥିବା ସତ୍ତ୍ୱେ ପରମ୍ପରାକୁ ଜାରି ରଖିବା ପାଇଁ ଏହି ମାରାଥନ ଆୟୋଜନ କରିବାକୁ ନିଷ୍ପତ୍ତି ନେଇଥିଲୁ। ବିଜୁବାବୁଙ୍କ ନାମରେ ନାମିତ ଏହି ମାରାଥନ ଦୌଡ଼ିବାର ଭଲ ଅଭିଜ୍ଞତା ପ୍ରଦାନ କରିଥାଏ। ଏଥିରେ ଅଂଶଗ୍ରହଣ କରିବାକୁ ପ୍ରତିଯୋଗୀମାନେ ବେଶ୍‌ ଆଗ୍ରହର ସହିତ ଅପେକ୍ଷା କରିଥାନ୍ତି। ଏହି ମାରାଥନ ଆୟୋଜନ କରି ସ୍ବାସ୍ଥ୍ୟ ଓ ଫିଟ୍‌ନେସର ପ୍ରଚାର ପ୍ରସାର ପାଇଁ ପ୍ରୟାସ କରିଆସୁଛୁ। ଆସନ୍ତାବର୍ଷ ପୂର୍ବପରି ବଡ଼ ଫର୍ମାଟ୍‌ରେ ଏହି ମାରାଥନ ଆୟୋଜନ କରିବୁ ବୋଲି ସେ ଆଶାପ୍ରକାଶ କରି କହିଛନ୍ତି। ଏହି ଶୁଭଦିନରେ ବିଜୁବାବୁଙ୍କ ଆଦର୍ଶ ଓ ସିଦ୍ଧାନ୍ତକୁ ଅନୁସରଣ କରିବାକୁ ତୁଷାରକାନ୍ତି ସମସ୍ତଙ୍କୁ ନିବେଦନ କରିଛନ୍ତି।
ମାରାଥନର ପୂର୍ବ ସଂସ୍କରଣଗୁଡିକରେ ଜନସାଧାରଣ ଅଂଶଗ୍ରହଣ କରିଥାନ୍ତି। ତେବେ ଏଥର ଏହି ଇଭେଣ୍ଟରେ ଜନସାଧାରଣଙ୍କୁ ଅଂଶଗ୍ରହଣ କରିବାକୁ ସୁଯୋଗ ଦିଆଯାଇ ନାହିଁ। କୋଭିଡ୍‌-୧୯ ଗାଇଡ୍‌ଲାଇନ ମାନି କ୍ରୀଡ଼ାବିତ ଓ କ୍ରୀଡ଼ା ବିଭାଗ ସହିତ ଜଡିତ ଅଧିକାରୀମାନେ ଏଥିରେ ଅଂଶଗ୍ରହଣ କରିଥିଲେ। ମାରାଥନ ରୁଟ୍‌ରେ କ୍ରୀଡ଼ା ବିଭାଗ ଦ୍ୱାରା ସବୁପ୍ରକାର ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ରୁଟ୍‌ରେ ହାଇଡ୍ରେଶନ ପଏଣ୍ଟ, ମେଡିକାଲ ସୁବିଧା ସୁଯୋଗ, ଆମ୍ବୁଲାନ୍ସ ସର୍ଭିସ, ରୁଟ୍‌ ମେକର୍ସ ଓ କୋର୍ସ ମାର୍ଶାଲ୍ସର ବ୍ୟବସ୍ଥା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ଭିଭିଏସ ଲକ୍ଷ୍ମଣଙ୍କୁ ଗୌତମ ଗମ୍ଭୀରଙ୍କ ଠାରୁ ମଧ୍ୟ ଉଚ୍ଚ ପଦବୀ ପ୍ରଦାନ କରିବ ବିସିସିଆଇ, ଜାଣନ୍ତୁ କ’ଣ ଏହି…

ନୂଆଦିଲ୍ଲୀ,୧୪।୮: ବିସିସିଆଇ ପୂର୍ବତନ ଷ୍ଟାଇଲିସ ଭାରତୀୟ ବ୍ୟାଟ୍ସମ୍ୟାନ ଏବଂ ସେଣ୍ଟର ଅଫ ଏକ୍ସିଲେନ୍ସ (COE)ର ବର୍ତ୍ତମାନର ମୁଖ୍ୟ – ଭିଭିଏସ ଲକ୍ଷ୍ମଣଙ୍କୁ କ୍ରିକେଟ ନିର୍ଦ୍ଦେଶକ ଭାବରେ ନିଯୁକ୍ତ…

MIର ହେଡ କୋଚ ହେବେ ରୋହିତ ଶର୍ମା! ଆଉ ବିରାଟ…ହଇଚଇ ସୃଷ୍ଟି କଲା ଅଶ୍ୱିନଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ, ୧୪।୮: ରୋହିତ ଶର୍ମା ଏବଂ ବିରାଟ କୋହଲି ନିଜ ଦିନିକିଆ କ୍ରିକେଟ କ୍ୟାରିୟରର ଶେଷ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୭ ବିଶ୍ୱକପ ଖେଳିବା ପରେ ଉଭୟ ଅବସର…

ଭାରତୀୟ ଖେଲାଳିଙ୍କୁ ଅଲ୍ଟିମେଟମ ଦେଲେ ଗମ୍ଭୀର: ଶେଷ ସୁଯୋଗ…

ଗାଲେ,୧୪।୮:୧୫ ଅଗଷ୍ଟରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପାଇଁ ପ୍ଲେଇଂ ଇଲେଭେନ ସମ୍ପର୍କରେ ଭାରତୀୟ ଦଳ ମଧ୍ୟରେ ବିଚାର ବିମର୍ଶ ଚାଲିଛି। ଅଧିନାୟକ ଶୁବମନ…

ଖେଳାଳିଙ୍କ ଝଗଡ଼ାରେ କ୍ରିକେଟ କୋଚ୍‌ଙ୍କ ମୃତ୍ୟୁ: ଖେଳିଗଲା ଶୋକର ଛାୟା

କଲମ୍ବୋ,୧୪ା୮(ପିଟି): ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ କୁଶାଲ ମେଣ୍ଡିସଙ୍କୁ ପିଲାଦିନେ ମେଣ୍ଟର କରିଥିବା ୬୨ ବର୍ଷୀୟ କୋଚ୍‌ ସୁମିତ ଫର୍ନାଣ୍ଡୋ ଏକ ସ୍କୁଲ ମ୍ୟାଚ୍‌ ବେଳେ ଖେଳାଳିଙ୍କ ଝଗଡ଼ାରେ…

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri