Posted inଖେଳ

ସ୍ବସ୍ତି ସିଂଙ୍କୁ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର

ଭୁବନେଶ୍ୱର, ୩୦।୮(ତପନ ସ୍ବାଇଁ): କିମ୍ବଦନ୍ତୀ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଦିନ ତଥା ଜାତୀୟ କ୍ରୀଡ଼ା ଦିବସ ଅବସରରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସର୍ବୋଚ୍ଚ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପ୍ରଦାନ କରିଛନ୍ତି। ତାରକା ମହିଳା ସାଇକ୍ଲିଷ୍ଟ ସ୍ବସ୍ତି ସିଂ ଚଳିତ ବର୍ଷର ବିଜୁ ପଟ୍ଟନାୟକ ଶ୍ରେଷ୍ଠ କ୍ରୀଡ଼ାବିତ୍‌ ପୁରସ୍କାର ପାଇଛନ୍ତି। ତାଙ୍କୁ ମୁଖ୍ୟମନ୍ତ୍ରୀ ୨ ଲକ୍ଷ ଟଙ୍କାର ଆର୍ଥିକ ପୁରସ୍କାର ପ୍ରଦାନ କରିଛନ୍ତି। ହକି କୋଚ୍‌ ପିଟର ତିର୍କୀ ଓ ପୂର୍ବତନ ଅନ୍ତର୍ଜାତୀୟ ଫୁଟବଲ ଖେଳାଳି ତଥା କୋଚ୍‌ ରାଜେନ୍ଦ୍ର ପ୍ରସାଦ ସିଂ ଲାଇଫ୍‌ ଟାଇମ୍‌ ଆଚିଭ୍‌ମେଣ୍ଟ ପୁରସ୍କାରରେ ସମ୍ମାନିତ ହୋଇଛନ୍ତି। ଉଭୟଙ୍କୁ ୩ ଲକ୍ଷ ଟଙ୍କା ଲେଖାଏ ପ୍ରଦାନ କରାଯାଇଛି। ଶ୍ରେଷ୍ଠ କୋଚ୍‌ ଏବଂ କ୍ରୀଡ଼ା ଖବରଦାତା ଭାବେ ଯଥାକ୍ରମେ ପ୍ରଦୀପ କୁମାର ଷଡ଼ଙ୍ଗୀ ଓ ଅଜୟ ଦାସ ପୁରସ୍କୃତ ହୋଇଛନ୍ତି। ଉଭୟଙ୍କୁ ୧ ଲକ୍ଷ ଟଙ୍କା ଲେଖାଏ ଦିଆଯାଇଛି। ସ୍ପୋଟର୍‌ସ ପ୍ରମୋଶନ ପାଇଁ ଓଡ଼ିଶା ପୋଲିସକୁ ପୁରସ୍କୃତ କରାଯାଇଛି। ପୋଲିସ ଡିଜି ସୁନୀଲ ବଂଶଲ ଓ ଏଡିଜି ଆର.କେ. ଶର୍ମା ମୁଖ୍ୟମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିଥିଲେ। ମୁଖ୍ୟମନ୍ତ୍ରୀ ସମସ୍ତ ପୁରସ୍କାର ବିଜେତାଙ୍କୁ ଅଭିନନ୍ଦନ ଜଣାଇବା ସହ କ୍ରୀଡ଼ା ମାନଚିତ୍ରରେ ରାଜ୍ୟକୁ ଆଗେଇ ନେଉଥିବା ଆଥ୍‌ଲେଟ, କୋଚ୍‌ ଓ ବ୍ୟକ୍ତି ବିଶେଷଙ୍କ ଉତ୍ସର୍ଗୀକୃତ ମନୋଭାବ ପ୍ରତି କୃତଜ୍ଞତା ଜଣାଇଛନ୍ତି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି.କେ. ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ଥିଲେ।
ଏହି ଅବସରରେ ପାରା ବ୍ୟାଡ୍‌ମିଣ୍ଟନ ଖେଳାଳି ଦୀପ୍‌ ରଞ୍ଜନ ବିଷୋୟୀ ପାରା ସ୍ପୋଟର୍‌ସ ପର୍ସନ ଅଫ୍‌ ଦି ଇୟର ଭାବେ ପୁରସ୍କୃତ ହୋଇଥିଲେ। ସେହିପରି ସବିତା ଟପ୍ପୋ ଶ୍ରେଷ୍ଠ ଉଦୀୟମାନ ଖେଳାଳି ବିବେଚିତ ହୋଇଥିଲେ। ସମସ୍ତଙ୍କୁ ୧ ଲକ୍ଷ ଟଙ୍କା ଲେଖାଏ ପ୍ରଦାନ କରାଯାଇଥିଲା। ସ୍ପୋର୍ଟିଂ ଇକୋ ସିଷ୍ଟମ୍‌ରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ଦେଇଥିବା ବ୍ରିଗେଡିୟର ବିଭୁ ଭୂଷଣ ନାୟକଙ୍କୁ ମଧ୍ୟ ଏହି ଅବସରରେ ପୁରସ୍କୃତ କରାଯାଇଥିଲା। ସାହସିକତା ପାଇଁ ସ୍ବର୍ଗତ ସରୋଜ କୁମାର ଦାସ ଓ ସୁଦର୍ଶନ ସ୍ବାଇଁଙ୍କୁ ସମ୍ମାନିତ କରାଯାଇଛି। ସେମାନଙ୍କ ପରିବାରବର୍ଗ ଉପସ୍ଥିତ ରହି ପୁରସ୍କାର ଗ୍ରହଣ କରିଥିଲେ। ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପ୍ରଦାନ ପୂର୍ବରୁ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା, ହକି ପ୍ରମୋଶନ କାଉନ୍‌ସିଲ ଅଧ୍ୟକ୍ଷ ଦିଲୀପ ତିର୍କୀ, କ୍ରୀଡ଼ା ସଚିବ ଆର୍‌. ଭିନିଲ କ୍ରିଷ୍ଣା, ନିର୍ଦ୍ଦେଶକ ସିଦ୍ଧାର୍ଥ ଦାସ ପ୍ରମୁଖ ଉପସ୍ଥିତ ରହି ବିଭିନ୍ନ କ୍ରୀଡ଼ାରେ ଉତ୍କର୍ଷ ପ୍ରତିପାଦନ କରିଥିବା ୩୮୮ ଆଥ୍‌ଲେଟଙ୍କୁ ୨,୦୨,୩୦,୦୦୦ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରିଥିଲେ। ଉତ୍ସବରେ ଅନେକ କ୍ରୀଡ଼ାବିତ୍‌, କ୍ରୀଡ଼ା ଖବରଦାତା, ଯୁବ ଖେଳାଳି ଏବଂ କ୍ରୀଡ଼ା ଓ ଯୁବସେବା ବିଭାଗର ଅଧିକାରୀଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri