ବୁଗୁଡ଼ାରେ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ ପାଳିତ, ପୂର୍ବତନ ଶ୍ରମ ମନ୍ତ୍ରୀ….

ବୁଗୁଡା,୫।୩(କାଳିଚରଣଦାଶ): ବୁଗୁଡ଼ା ବଳଦେବସ୍ବାମୀ  ବସଷ୍ଟାଣ୍ଡ ପରିସରରେ ବିଜେଡି ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ ପାଳନ କାର୍ଯ୍ୟକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି ।  ପୂର୍ବତନ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ତତ୍ତ୍ବାବଧାନରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ବୁଗୁଡା ବ୍ଲକ ବିଜେଡି ସଭାପତି ଖଦାଳ ଖଟେଇ, କାର୍ଯ୍ୟକାରୀ ସଭାପତି କବିରାଜ ଗୌଡ, ସମ୍ପାଦକ ହରିହର ବିଷୋୟୀ, ଏନଏସି ସଭାପତି କେ.ତ୍ରିଲୋଚନ ଦୋରା, କାର୍ଯ୍ୟକାରୀ ସଭାପତି ମନୋରଞ୍ଜନ ଦାଶ, ସମ୍ପାଦକ ଅମରେନ୍ଦ୍ର ସେନାପତି, ସରପଞ୍ଚ ପ୍ରଦୀପ କୁମାର ଜେନା, ପ୍ରକାଶ ବେହେରା, ସୁଶାନ୍ତ ପ୍ରଧାନ, ସଞ୍ଜୟ ବିଶ୍ବାଳ ଓ ବସନ୍ତ ଶତପଥୀ ସମିତି ସଭ୍ୟ କାର୍ତ୍ତିକ ସାହାଣି ଯୋଗ ଦେଇଥିଲେ ।

ସେହିପରି ଚିକୁ ବାରିକ ଓ ଜିତେନ୍ଦ୍ର ସ୍ବାଇଁ, ଏନଏସି କାଉନସିଲର ଆଶୁତୋଷ ବଢେଇ ଓ ବବ୍ରୁ ପ୍ରଧାନ, ପ୍ରାକ୍ତନ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ବେହେରା, ପ୍ରାକ୍ତନ କାଉନସିଲର ସୁଧାଂଶୁ ଶେଖର ପାଢୀ ଓ ସୂର୍ଯ୍ୟ ନାରାୟଣ ମହାନ୍ତି, ରମଣ ନାହାକ, ଜିଲ୍ଲା ପରିଷଦ ସଭ୍ଯା ପ୍ରତିନିଧ ଜିତେନ୍ଦ୍ର ନାୟକ, ରବିନ୍ଦ୍ର କୁମାର ପଣ୍ଡା, ଗୋପୀନାଥ ସ୍ବାଇଁ, ନାରାୟଣ ନାୟକ, କାହ୍ନୁ ଚରଣ ଭୂୟାଁ ,ବରୁଣ ସେନାପତିଙ୍କ ସମେତ ଶତାଧିକ କର୍ମୀ,କାର୍ଯ୍ୟକର୍ତ୍ତା ଓ ବିଜୁପ୍ରେମୀ ଯୋଗ ଦେଇଥିଲେ ।

ଉକ୍ତ ଜୟନ୍ତୀ ପାଳନ ଅବସରରେ ବ୍ଲକ ପରିସରସ୍ଥ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ଏବଂ ନୂଆଁ ବସଷ୍ଟାଣ୍ଡସ୍ଥିତ ବିଜୁବାବୁଙ୍କ ଦଣ୍ଡାୟମାନ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ତାଙ୍କର ସ୍ମୃତି ଚାରଣ କରି ଦଳୀୟ ନେତା ଓ କର୍ମୀଗଣ ଶୋଭାଯାତ୍ରାରେ ବାହାରି ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚିବା ପରେ ସେଠାରେ ରୋଗୀଙ୍କୁ ଫଳ ବଣ୍ଟନ କରାଯାଇଥିଲା ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri