ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀ: ରକ୍ତଦାନ କଲେ ବିଜୁପ୍ରେମୀ

ବରଗଡ଼, ୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ପରିସରରେ ଗୁରୁବାର ଓଡ଼ିଶାର ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକ ଓ ପୂର୍ବତନ ମନ୍ତ୍ରୀ ଅଜାତଶତ୍ରୁ ଆନନ୍ଦ ଆଚାର୍ଯ୍ୟଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳିତ ହୋଇଛି। ଏହି ଅବସରରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା । ଏହି ଶିବିରରେ ୬୦ ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା।

ପୂର୍ବତନ ବିଧାୟକ ଦେବେଶ ଆଚାର୍ଯ୍ୟ, ବରଗଡ଼ ଜିଲା ସଭାପତି ସୁଶାନ୍ତ ମହାପାତ୍ର, ବରିଷ୍ଠ ବିଜେଡି ନେତା ସମ୍ବିତ ଆଚାର୍ଯ୍ୟ, ଅଚ୍ୟୁତାନନ୍ଦ ମହାପାତ୍ର, ଗୌରହରି ମିଶ୍ର, ଜିଲା ପରିଷଦ ଉପାଧ୍ୟକ୍ଷ ମୋହନ ଲୁହା, ପୌରାଧ୍ୟକ୍ଷା କଳ୍ପନା ମାଝୀ, ଉପ ନଗରପାଳ ରାଜେଶ ଅଗ୍ରୱାଲ, ଟାଉନ ବିଜେଡି ସଭାପତି କିଶୋର ମିଶ୍ର, ବରଗଡ଼ ବ୍ଲକ ବିଜେଡି ସଭାପତି ପ୍ରଫୁଲ୍ଲ କୁମାର ନାଏକ, ବ୍ଲକ ଉପାଧ୍ୟକ୍ଷ ଉମେଶ ପଣ୍ଡା, ଯୁବନେତା ଜିତୁ ଭୋଇ, ଫାଇଟ ଅନ ରାଇଟ(ଫର୍‌)ର ଅଧ୍ୟକ୍ଷା ମୀନାକ୍ଷୀ ମିଶ୍ର, ଜିଲା ଯୁବ ବିଜେଡି ସଭାପତି ପ୍ରଦ୍ୟୁମ୍ନ ତ୍ରିପାଠୀ, ବିଜେଡି ନେତ୍ରୀ ଅନୁରାଧା ଅଗ୍ରୱାଲ, ଜିଲା ପରିଷଦ ସଭ୍ୟ ପୁଷ୍ପା ଭୋଇ, କାଉନସିଲର ଉମା ଚରଣ ରାଉତ, ବେଦମତୀ ସେଠ, ରାଜୁ ଦାଶ, ରୋଶନ ପଧାନ, ଜନକ ଅଗ୍ରଓ୍ବାଲ, ରାଜୁ ସିଂ, ପିକୁନ ମହନ୍ତି, ସୁନୀତି ପଣ୍ଡା, ଶାରଳା ବଗର୍ତ୍ତୀ, କବିତା ବେହେରା, ନିତୁ ମହାଣା, ଅକୃର ବାରିକ, ଜ୍ୟୋତ୍ସ୍ନା ପାଇକ, ଯୁବନେତା କରନ ସିକନ୍ଦର, ଶୟନ ପଣ୍ଡା, ଶେଖ ସବଦର, ନାଟୁ ଦାଶଙ୍କ ସମେତ ସମସ୍ତ କାଉନସିଲର ଉପସ୍ଥିତ ରହି ରକ୍ତ ଦାତାଙ୍କୁ ଉତ୍ସାହିତ କରିଥିଲେ।

ଏହି ଅବସରରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ସ୍ମୃତିଚାରଣ କରାଯାଇ ଥିଲା। ନୂତନ ଜିଲା ବିଜେଡି ସଭାପତି ସୁଶାନ୍ତ ମହାପାତ୍ର (ଜାପାନ)ଙ୍କୁ ବରଗଡ଼ ବିଜେଡି ତରଫରୁ ଶୁଭେଚ୍ଛା ସହିତ ସମ୍ବର୍ଦ୍ଧିତ କରାଯାଇଥିଲା । ରକ୍ତ ଦାନ ଶିବିରକୁ ରାକେଶ ପାଣିଗ୍ରାହୀ, ନରସିଂହ କର ସଂଯୋଜନା କରିଥିବା ବେଳେ ପରିଚାଳନା ରେ ବରଗଡ଼ ପୌର ପରିଷଦର ସମସ୍ତ କାଉନସିଲରଙ୍କ ସମେତ ସମିତି ସଭ୍ୟ ନବୀନ ନାଗ, ସରପଞ୍ଚ ପଦ୍ମଲୋଚନ ପ୍ରଧାନ ନିଲେଶ୍ୱର ସରପଞ୍ଚ ନିରଞ୍ଜନ ମଲ୍ଲିକ, ବୀରେନ ରଥ ପଞ୍ଚାନନ ବାଗ, ଉଦ୍ଧବ ସେଟ, ଉତ୍ତମ ସାହୁ, ଦୀପକ ଦେହେରୀ, ଅଭିନାଶ ମଲ୍ଲିକ ଦିବସ ପ୍ରଧାନ, ଅଶୋକ ବାରିକ ପ୍ରମୁଖ ସହଯୋଗ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri