ପୈତୃକ ଗ୍ରାମରେ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ପାଳିତ

ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ ନୂଆଗାଁ ହେଉଛି ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ପୈତୃକ ଗ୍ରାମ। ତେଣୁ ଗୁରୁବାର ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ଅବସରରେ ତାଙ୍କ ପୈତୃକ ବାସଭବନରେ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି। ବିଜୁ ବାବୁଙ୍କ ପୁତୁରା ପ୍ରମୋଦ ପଟ୍ଟନାୟକ ତାଙ୍କ ଘରେ ଶ୍ରାଦ୍ଧ ଦିବସ ପାଳିଛନ୍ତି ବୋଲି ଏଠାରେ ସୂଚନା ଦେଇଛନ୍ତି। ଏଥିସହ ଭଞ୍ଜନଗର ଏନ ଏ ସି, ବାଉଁଶଲୁଣ୍ଡି ବିଜୁ ସ୍ମୃତି ସଂସଦ ପକ୍ଷରୁ ମଧ୍ୟ ଆଜି ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି।

ଏନ ଏ ସି ଅଧକ୍ଷ ଗୋପବନ୍ଧୁ ମହାପାତ୍ରଙ୍କ ନେତୃତ୍ୱରେ ଉପାଧକ୍ଷା , କାଉନସିଲର ଏବଂ ଅନ୍ୟମାନେ ସହରର ଥାନା ଛକରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ କରିଥିଲେ। ଏଥିସହ ସହରର ବିଭିନ୍ନ ସ୍ଥାନରେ ଥିବା ଅନ୍ୟାନ୍ୟ ମହାପୁରୁଷ ମାନକ ପ୍ରତିମୂର୍ତ୍ତିରେ ମଧ୍ୟ ପୁଷ୍ପ ମାଲ୍ୟାର୍ପଣ କରିଥିଲେ। ସେହିଭଳ ବାଉଁଶଲୁଣ୍ଡି ବାଇପାସ ଛକରେ ଥିବା ପ୍ରତିମୂର୍ତ୍ତିରେ ମଧ୍ୟ ପୁଷ୍ପ ମାଲ୍ୟାର୍ପଣ କରିଥିଲେ। ବିଜୁ ସ୍ମୃତି ସଂସଦ ପକ୍ଷରୁ ବାଉଁଶଲୁଣ୍ଡି ଠାରେ ହୋଇଥିବା କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା। ଏଥିରେ ବ୍ଲକ ବିଜେଡି ସଭାପତି ରାଜେନ୍ଦ୍ର ପ୍ରସାଦ ପ୍ରଧାନ, ଏନ ଏ ସି ଅଧକ୍ଷ ଗୋପବନ୍ଧୁ ମହାପାତ୍ର, ଉପାଧକ୍ଷା ଦାସ, ସରକାରୀ ଓକିଲ ଦିବାକର ନାୟକ, ସରପଞ୍ଚ ରଞ୍ଜିତ ଆରୁଖ, ପୂର୍ବତନ ଏନ ଏ ସି ଅଧକ୍ଷ ସୁଧୀର ରଞ୍ଜନ ବେହେରା, ପୁର୍ବତନ ସରପଞ୍ଚ ଲୁଲୁ ପ୍ରଧାନ, ଟୁଟୁ ଜେନା, ନାରାୟଣ ଆରୁଖ, ପୁର୍ବତନ କାଉନସିଲର ଡି ଚେଲପତି ରାଓ, ନୌଷଦ ମହମ୍ମଦ, ମୁଦୁଲିପଲ୍ଲୀ ସମିତିସଭ୍ୟ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ବ୍ଲକ ବିଜେଡି ସଭାପତି ରାଜେନ୍ଦ୍ର ପ୍ରସାଦ ପ୍ରଧାନ କହିଛନ୍ତି ଯେ ବିଜୁ ବାବୁ ଜଣେ ପୃଥିବୀ ପ୍ରସିଦ୍ଧ ନେତା ଥିଲେ। ତାଙ୍କରି ସମୟରେ ରାଜ୍ୟର ଅନେକ ବିକାଶ ହୋଇଥିଲା। ଏହିଭଳି ଜଣେ ମହାନ ନେତାଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣୀତ ହେବାପାଇଁ ରାଜେନ୍ଦ୍ର ଆହ୍ବାନ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri